ଦୈନିକ ୫୧,୦୦୦ ଖାଦ୍ୟ ପ୍ୟାକେଟ ବିତରଣ କରିବ ମାଲାବାର

ଭୁବନେଶ୍ୱର,୨୯।୫ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମାଲାବାର ଗ୍ରୁପ୍‌ର ଗୋଆସ୍ଥିତ ମାଲାବାର ହେଡ୍‌କ୍ୱାର୍ଟର୍ସ ପରିସରରେ ବିଶ୍ୱ କ୍ଷୁଧା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମାଲାବାର ଗ୍ରୁପ୍‌ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ହଙ୍ଗର-ଫ୍ରି ୱାଲର୍ଡ’ ଜରିଆରେ ଦୈନିକ ୫୧,୦୦୦ ପର୍ଯ୍ୟନ୍ତ ପୋଷଣଯୁକ୍ତ ଖାଦ୍ୟ ପ୍ୟାକେଟ ବିତରଣ ସହ ଅଧିକରୁ ଅଧିକ ସହର ଓ ଲୋକଙ୍କ ନିକଟରେ ପହଞ୍ଚତ୍ବା ପାଇଁ ଗ୍ରୁପ୍‌ ପକ୍ଷରୁ ବିସ୍ତୃତ ଭାବେ ଘୋଷଣା କରାଯାଇଛି। ବର୍ତ୍ତମାନ ଏହି କାର୍ଯ୍ୟକ୍ରମ ଅଧୀନରେ ସର୍ବାଧିକ ୩୧,୦୦୦ ଖାଦ୍ୟ ପ୍ୟାକେଟ ବିତରଣ କରାଯାଉଛି,ଯାହାକୁ ମିଳିତ ଜାତିସଂଘର ‘ସଷ୍ଟେନେବୁଲ ଡେଭଲପମେଣ୍ଟ ଗୋଲ ୨-ଜିରୋ ହଙ୍ଗର’ ଅଭିଯାନକୁ ସମର୍ଥନ କରିବା ପାଇଁ ଆରମ୍ଭ କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ମାଲାବାର ଗ୍ରୁପ୍‌ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗୋଆର ରାଜ୍ୟପାଳ ପି.ଏସ୍‌ .ଶ୍ରୀଧରନ ପିଲାଇ ଔପଚାରିକ ଭାବେ ଏହାକୁ ଆରମ୍ଭ କରିଛନ୍ତି। ସେହିଭଳି ମାଲାବାର ଗ୍ରୁପ୍‌ର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ କାର୍ଯ୍ୟକ୍ରମ ଅଧୀନରେ ଏହି ଘୋଷଣା ଓ ସମ୍ପ୍ରସାରଣ ଯୋଜନା କରାଯାଇଛି ବୋଲି ଗ୍ରୁପ୍‌ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ମାଲାବାର ଗ୍ରୁପ୍‌ର ଅଧ୍ୟକ୍ଷ ଏମ୍‌.ପି. ଅହମ୍ମଦ ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିବାବେଳେ ବିଧାୟକ ପି.ଟି.ଏ. ରହିମ୍‌ ‘ହଙ୍ଗର-ଫ୍ରି ୱାର୍ଲଡ ଡୋନେଶନ ଗେଟ୍‌ୱେ’ର ଏବଂ ବିଧାୟକ ଥୋଟ୍ଟାଥିଲ ରବିନ୍ଦ୍ରନ ଗ୍ରୁପ୍‌ର ଅଫିସିଆଲ ନ୍ୟୁଜ୍‌ଲେଟର୍‌କୁ ଆନୁଷ୍ଠାନିକ ଭାବେ ଅନାବରଣ (ଉନ୍ମୋଚନ) କରିଥିଲେ। ସେହିପରି ଆଇପିଆର୍‌ଏଚ୍‌ ଦୟା ରିହାବିଲିଟେଶନ ଟ୍ରଷ୍ଟର ପ୍ରକଳ୍ପ ମୁଖ୍ୟ ଡା. ବାସିଥ୍‌ ବଡକାୟିଲ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ବିସ୍ତୃତ ବର୍ଣ୍ଣନା କରିଥିଲାବେଳେ ପିକେ ଗ୍ରୁପ୍‌ର ଅଧ୍ୟକ୍ଷ ପି.କେ . ଅହମ୍ମଦ,ମାତୃଭୂମିର ପରିଚାଳନା ସମ୍ପାଦକ ପି .ଭି. ଚନ୍ଦ୍ରନ ସମ୍ବର୍ଦ୍ଧନା ଜଣାଇଛନ୍ତି।
ଏହି ଅବସରରେ ମାଲାବର ଗ୍ରୁପ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ, କେ ପି ବୀରାନ କୁଟ୍ଟୀ ଉପସ୍ଥିତ ରହିଥିଲେ। ମାଲାବାର ଗୋଲ୍ଡ ଆଣ୍ଡ୍‌ ଡାଇମଣ୍ଡସର ପରିଚାଳନା ନିର୍ଦ୍ଦେଶକ (ଇଣ୍ଡିଆ ଅପରେଶନ୍ସ) ଓ ଆସେର୍‌ ଅତିଥିମାନଙ୍କୁ ସ୍ବାଗତ କରିଥିଲେ ଏବଂ ମାଲାବାର ଗ୍ରୁପ୍‌ର କାର୍ଯ୍ୟକାରୀ ନିର୍ଦ୍ଦେଶକ, ନିଶାଦ ଏ କେ ଧନ୍ୟବାଦ ଅର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ରାହୁଙ୍କ ଘରେ ଶୁକ୍ରଙ୍କ ପ୍ରବେଶ: ଆଜିଠୁ ଆରମ୍ଭ ହେଲା ୩ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ପ୍ରେମ, ସୌନ୍ଦର୍ଯ୍ୟ, ଧନ, ଐଶ୍ୱର୍ଯ୍ୟ ଏବଂ ଭୌତିକ ସୁଖ-ସୁବିଧାର କାରକ ଗ୍ରହ ଭାବେ ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ଶୁକ୍ରଙ୍କ ଶୁଭ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?