ଅଲଗା ହେଲେ ମଲାଇକା-ଅର୍ଜୁନ, ୫ ବର୍ଷର ସମ୍ପର୍କରେ ପଡ଼ିଲା ପୂର୍ଣ୍ଣଚ୍ଛେଦ!

ବମ୍ବେ: ଦୀର୍ଘ ପାଞ୍ଚ ବର୍ଷ ଧରି ପରସ୍ପରକୁ ଡେଟ୍‌ କରିବା ପରେ ବ୍ରେକ୍‌ଅପ୍‌ କରିଛନ୍ତି ବଲିଉଡର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ମଲାଇକା ଅରୋରା ଏବଂ ଅର୍ଜୁନ କପୁର। ପରସ୍ପରପ୍ରତି ସମ୍ମାନ, ବିନା ଦ୍ୱେଶ, କ୍ରୋଧରେ ଦୁହେଁ ଅଲଗା ହୋଇଛନ୍ତି। ଏବେ ସେମାନେ ନିଜ ନିଜ ଜୀବନ ଉପରେ ଧ୍ୟାନ ଦେବେ ବୋଲି ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି।

୨୦୧୮ରୁ ଅର୍ଜୁନଙ୍କୁ ଡେଟ୍‌ କରି ଆସୁଥିଲେ ମଲାଇକା। ସେତେବେଳେ ଏକାଠି ଅନେକ ପାର୍ଟିରେ ନଜର ଆସୁଥିଲେ ହେଁ ସମ୍ପର୍କକୁ ନେଇ କେହି ମୁହଁ ଖୋଲୁ ନ ଥିଲେ। ପରେ ୨୦୧୯ରେ ଅର୍ଜୁନଙ୍କ ଜନ୍ମଦିନରେ ମଲାଇକା ଉଭୟଙ୍କ ଫଟୋ ଶେୟାର କରି ସମ୍ପର୍କକୁ ନେଇ ଘୋଷଣା କରିଥିଲେ। ସେବେଠାରୁ ସୋସିଆଲ ମିଡିଆରେ ଛୁଟିରେ ବିତାଇଥିବା ମୂହୁର୍ତ୍ତର ଫଟୋ ସେମାନେ ଶେୟାର କରିଆସୁଥିଲେ।

ପୂର୍ବରୁ ଅଭିନେତା-ପ୍ରଯୋଜକ ଅରବାଜ୍‌ ଖାନଙ୍କୁ ବିବାହ କରିଥିଲେ ମଲାଇକା। ୨୦୧୭ରେ ଦୁହେଁ ପରସ୍ପରକୁ ଛାଡ଼ପତ୍ର ଦେଇଥିଲେ। ସେମାନଙ୍କର ଏକ ପୁଅ ଅରବାଜ ରହିଛି। ନିକଟରେ ଅରବାଜ ମେକଅପ୍‌ ଆର୍ଟିଷ୍ଟ ସୁରା ଖାନଙ୍କୁ ବିବାହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଆତ୍ମସମର୍ପଣ କଲେ କ୍ୟାଡର ମାଓବାଦୀ ମମିତା: ମିଳିବ ଏତିକି ଟଙ୍କା

କୋରାପୁଟ,୫।୨(ଅମିତାଭ ବେହେରା): ମାଓବାଦୀ ଏସିଏମ କ୍ୟାଡର ମମତା ପଡିଆମି ଓରଫ ମମିତା (୨୬)ଏସଏଲଆର ସହିତ ଗୁରୁବାର କୋରାପୁଟ ଦକ୍ଷିଣାପଶ୍ଚିମାଞ୍ଚଳ ଡିଆଇଜି କନୱାର ବିଶାଳ ସିଂ ନିକଟରେ ଆତ୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri