ବୟଫ୍ରେଣ୍ଡଙ୍କ ଅଭିନୟ ଦେଖି ଏମିତି ରିଆକ୍ସନ ଦେଲେ ମଲାଇକା

ମୁମ୍ବାଇ: ବଲିଉଡ କୁଇନ୍ ମଲାଇକା ଆରୋରା ନିକଟରେ ମୁଭି ‘ଭୁତ ପୋଲିସ’ ଦେଖି ସୋସିଆଲ ମିଡିଆରେ ତାଙ୍କର ରିଆକ୍ସନ ଶେୟାର କରିଛନ୍ତି । ଫିଲ୍ମଟି ଦେଖିବା ପରେ ସେ ତାଙ୍କର ରିଭ୍ୟୁ ଦେଇଛନ୍ତି । ଏଥିରେ ମଲାଇକାଙ୍କ ବୟଫ୍ରେଣ୍ଡ ଅର୍ଜୁନ କପୁର ଲିଡ ରୋଲରେ ଅଛନ୍ତି । ନିଜ ବୟଫ୍ରେଣ୍ଡ ଷ୍ଟାରର ଫିଲ୍ମ ଦେଖି ମଲାଇକା ଲେଖିଛନ୍ତି ଓଏମ୍‌ଜି, ଏହି ଫିଲ୍ମ ଖୁବ୍ ଏଣ୍ଟରଟେନିଂ । ଶୈଫୁ(ଶୈଫ ଅଲି ଖାଁ), ଅର୍ଜୁନ କପୁର, ଜ୍ୟାକଲିନ ଫର୍ନାଡିଜ ଓ ୟାମି ଗୌତମ ସମସ୍ତଙ୍କୁ ସେ ଧନ୍ୟବାଦ ଦେବା ସହ ସେମାନଙ୍କ ଅଭିନୟର ପ୍ରଶଂସା ବି କରିଛନ୍ତି ମଲାଇକା । ଏହି ହରର କମେଡି ଫିଲ୍ମ ସେପ୍ଟେମ୍ବର ୧୦ରେ ଡିଜନି ହଟଷ୍ଟାର ଓଟିଟି ପ୍ଲାଟଫର୍ମରେ ରିଲିଜ୍ ହୋଇଛି । ଏଥିରେ ଅର୍ଜୁନ କପୁର ଶୈଫ ଅଲିଙ୍କ ସହ ମିଶି ଭୁତ ଘଉଡାଇବା ବ୍ୟକ୍ତିଙ୍କ ଚରିତ୍ରରେ ଅଭିନୟ କରିଛନ୍ତି । ଏହାକୁ ନେଇ କ୍ରିଟିକ୍ସ ଫେଣ୍ଟାଫେଣ୍ଟି ରିଭ୍ୟୁ ଦେଉଛନ୍ତି । ସୂଚନାଯୋଗ୍ୟ, ବିଗତ ପ୍ରାୟ ୪ ବର୍ଷ ହେବ ମଲାଇକା ଓ ଅର୍ଜୁନ କାପୁର ରିଲେଶନସିପରେ ରହିଛନ୍ତି । ନିକଟରେ ଅର୍ଜୁନ ଏ ସମ୍ପର୍କରେ ଏକ ସାକ୍ଷାତ୍‌କାରରେ ଖୋଲାଖୋଲି କଥା ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?