ମ୍ୟାଲେରିଆ ନିରାକରଣ ଧୂଆଁବାଣ

ମାଲକାନଗିରି, ୨୦।୧ (ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ପୂର୍ବରୁ ମ୍ୟାଲେରିଆରେ ବହୁ ଜନସାଧାରଣ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରୁଥିଲେ। ଏଥିପାଇଁ ସରକାର ମ୍ୟାଲେରିଆ ନିରାକରଣ ପାଇଁ ଏକ ସ୍ବତନ୍ତ୍ର ଯୋଜନା କରି ମାଲକାନଗିରି ଜିଲାରେ ଯେକୌଣସି ଲୋକଙ୍କୁ ଜ୍ୱର ହେଲେ ତାହାର ରକ୍ତ ନମୁନା ପରୀକ୍ଷା କରି ମ୍ୟାଲେରିଆ ହେଉଥିଲେ ତାହାର ଚିକିତ୍ସା କରିବା, ମ୍ୟାଲେରିଆ ବୃଦ୍ଧି ନ ପାଇବା ନେଇ ସ୍ବତନ୍ତ୍ର ଟିମ୍‌ ଗଠନ କରିବା, ବିଭିନ୍ନ ଅଞ୍ଚଳ ବୁଲି ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା, ଔଷଧଯୁକ୍ତ ମଶାରି ବ୍ୟବହାର ଲାଗି ମାଗଣାରେ ପ୍ରତି ପରିବାରଙ୍କୁ ମଶାରି ବଣ୍ଟନ କରାଯାଇଥିଲା। ଏହି ମଶାରି ତୃଣମୂଳ ସ୍ତରରେ କାର୍ଯ୍ୟ କରୁଥିବା ସ୍ବାସ୍ଥ୍ୟ କର୍ମୀ ଏବଂ ଅଙ୍ଗନଓ୍ବାଡି କର୍ମୀଙ୍କ ଦ୍ୱାରା ବିତରଣ କରାଯାଇଛି। ତେବେ ସେହି ମଶାରୀ ଜଣେ ସ୍ବାସ୍ଥ୍ୟକର୍ମୀଙ୍କ ବାଡ ବୁଜିବାରେ ଲାଗୁଥିବା ଜଣାପଡିଛି। ଫଳରେ ମ୍ୟାଲେରିଆ ନିରାକରଣ ନେଇ ସରକାରଙ୍କ ବିଭିନ୍ନ ପଦକ୍ଷେପ ଧୂଆଁବାଣରେ ପରିଣତ ହୋଇଛି। ଏପରି ଦେଖିବାକୁ ମିଳିଛି କୁଡୁମୁଲୁଗୁମ୍ମା ବ୍ଲକରେ। ବ୍ଲକର ଉପାନ୍ତ ଅଞ୍ଚଳରେ ଗରିବ ଲୋକେ ବିନା ମଶାରିରେ ରାତି ବିତାଉଥିବା ବେଳେ ଏଠାରେ ଔଷଧଯୁକ୍ତ ମଶାରି ଜଣେ ସ୍ବାସ୍ଥ୍ୟକର୍ମୀଙ୍କ ବଗିଚାରେ ବାଡ ହୋଇ ଲାଗିଛି। ଗୋଟିଏ କି ୨ଟି ନୁହେଁ ପ୍ରାୟ ୮ /୧୦ଟି ମଶାରିକୁ ସେ ନିଜ ବଗିଚାରେ ବାଡ ତିଆରି କରି ବ୍ୟବହାର କରୁଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ କୁଡୁମୁଲୁଗୁମ୍ମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅଧିକାରୀ ଡା. ରଜନୀକାନ୍ତ ଦାସଙ୍କୁ ପଚାରିବାରୁ ସେ କହିଲେ ଯେ, ଅଭିଯୋଗର ତତନ୍ତ ହେବ। ସତ୍ୟାସତ୍ୟ ଥିଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri