ମ୍ୟାଲେରିଆ ନିରାକରଣ ଧୂଆଁବାଣ

ମାଲକାନଗିରି, ୨୦।୧ (ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ପୂର୍ବରୁ ମ୍ୟାଲେରିଆରେ ବହୁ ଜନସାଧାରଣ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରୁଥିଲେ। ଏଥିପାଇଁ ସରକାର ମ୍ୟାଲେରିଆ ନିରାକରଣ ପାଇଁ ଏକ ସ୍ବତନ୍ତ୍ର ଯୋଜନା କରି ମାଲକାନଗିରି ଜିଲାରେ ଯେକୌଣସି ଲୋକଙ୍କୁ ଜ୍ୱର ହେଲେ ତାହାର ରକ୍ତ ନମୁନା ପରୀକ୍ଷା କରି ମ୍ୟାଲେରିଆ ହେଉଥିଲେ ତାହାର ଚିକିତ୍ସା କରିବା, ମ୍ୟାଲେରିଆ ବୃଦ୍ଧି ନ ପାଇବା ନେଇ ସ୍ବତନ୍ତ୍ର ଟିମ୍‌ ଗଠନ କରିବା, ବିଭିନ୍ନ ଅଞ୍ଚଳ ବୁଲି ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା, ଔଷଧଯୁକ୍ତ ମଶାରି ବ୍ୟବହାର ଲାଗି ମାଗଣାରେ ପ୍ରତି ପରିବାରଙ୍କୁ ମଶାରି ବଣ୍ଟନ କରାଯାଇଥିଲା। ଏହି ମଶାରି ତୃଣମୂଳ ସ୍ତରରେ କାର୍ଯ୍ୟ କରୁଥିବା ସ୍ବାସ୍ଥ୍ୟ କର୍ମୀ ଏବଂ ଅଙ୍ଗନଓ୍ବାଡି କର୍ମୀଙ୍କ ଦ୍ୱାରା ବିତରଣ କରାଯାଇଛି। ତେବେ ସେହି ମଶାରୀ ଜଣେ ସ୍ବାସ୍ଥ୍ୟକର୍ମୀଙ୍କ ବାଡ ବୁଜିବାରେ ଲାଗୁଥିବା ଜଣାପଡିଛି। ଫଳରେ ମ୍ୟାଲେରିଆ ନିରାକରଣ ନେଇ ସରକାରଙ୍କ ବିଭିନ୍ନ ପଦକ୍ଷେପ ଧୂଆଁବାଣରେ ପରିଣତ ହୋଇଛି। ଏପରି ଦେଖିବାକୁ ମିଳିଛି କୁଡୁମୁଲୁଗୁମ୍ମା ବ୍ଲକରେ। ବ୍ଲକର ଉପାନ୍ତ ଅଞ୍ଚଳରେ ଗରିବ ଲୋକେ ବିନା ମଶାରିରେ ରାତି ବିତାଉଥିବା ବେଳେ ଏଠାରେ ଔଷଧଯୁକ୍ତ ମଶାରି ଜଣେ ସ୍ବାସ୍ଥ୍ୟକର୍ମୀଙ୍କ ବଗିଚାରେ ବାଡ ହୋଇ ଲାଗିଛି। ଗୋଟିଏ କି ୨ଟି ନୁହେଁ ପ୍ରାୟ ୮ /୧୦ଟି ମଶାରିକୁ ସେ ନିଜ ବଗିଚାରେ ବାଡ ତିଆରି କରି ବ୍ୟବହାର କରୁଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ କୁଡୁମୁଲୁଗୁମ୍ମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅଧିକାରୀ ଡା. ରଜନୀକାନ୍ତ ଦାସଙ୍କୁ ପଚାରିବାରୁ ସେ କହିଲେ ଯେ, ଅଭିଯୋଗର ତତନ୍ତ ହେବ। ସତ୍ୟାସତ୍ୟ ଥିଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri