୨୦୨୭ ସୁଦ୍ଧା ମ୍ୟାଲେରିଆମୁକ୍ତ ଓଡ଼ିଶା ଲକ୍ଷ୍ୟ

ଭୁବନେଶ୍ବର,୩ା୯(ଅଭିଜିତ ଦାସ)ରାଜ୍ୟରେ ମ୍ୟାଲେରିଆ ପରୀକ୍ଷଣ ବୃଦ୍ଧି ହୋଇଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଜାତୀୟ ହାର ତୁଳନାରେ ଉଭୟ ସଂକ୍ରମିତ ଓ ମୃତ୍ୟୁସଂଖ୍ୟା ହ୍ରାସ ପାଇଛି। ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ ୨୦୩୦ ସୁଦ୍ଧା ମ୍ୟାଲେରିଆମୁକ୍ତ ବିଶ୍ୱ ପାଇଁ ଲକ୍ଷ୍ୟ ରଖିଥିବାବେଳେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ୨୦୨୭ ସୁଦ୍ଧା ଓଡ଼ିଶାକୁ ମ୍ୟାଲେରିଆମୁକ୍ତ କରିବାକୁ ଲାଗିପଡିଛି। ଫଳରେ ୨୦୧୬ରୁ ୨୦୨୨ ମଧ୍ୟରେ ମ୍ୟାଲେରିଆ ରୋଗୀଙ୍କ ସଂଖ୍ୟା ପ୍ରାୟ ୯୫ ପ୍ରତିଶତ ହ୍ରାସ ପାଇଛି। ସେହିପରି ଗତ ୭ ବର୍ଷରେ ମ୍ୟାଲେରିଆଜନିତ ମୃତ୍ୟୁସଂଖ୍ୟା ୧୪୦ ରହିଥିବାବେଳେ ଏହି ହାରକୁ କମାଇବା ପାଇଁ ତୃଣମୂଳସ୍ତରରୁ ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବ୍ୟାପକ କାର୍ଯ୍ୟକ୍ରମ ଜାରି ରହିଛି। ଆଶାକର୍ମୀ ସଚେତନତା ସୃଷ୍ଟି କରିବା ସହିତ ଔଷଧ ପ୍ରଦାନ କରୁଛନ୍ତି। ସଚେତନତା କାର୍ଯ୍ୟକ୍ରମ ‘ଦମନ’କୁ ବ୍ୟାପକ କରାଯାଇଥିବାବେଳେ ଉନ୍ନତ ଚିକିତ୍ସା ପଦ୍ଧତି ଏହି ସଫଳତା ପାଇଁ ବାଟ କଢ଼ାଉଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ଏହାଛଡ଼ା ୨୦୨୪-୨୫ ବର୍ଷ ପାଇଁ ରାଜ୍ୟ ସରକାର ୧.୬୫ କୋଟି ଔଷଧୀୟ ମଶାରି ଯୋଗାଇଦେବାକୁ କେନ୍ଦ୍ର ସରକାରଙ୍କୁ ଯୋଗାଯୋଗ କରାଯାଇଛି। ବିଶେଷକରି ଦକ୍ଷିଣ ଓଡିଶା ଜିଲାଗୁଡିକରେ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଥିବାରୁ ସେସବୁ ଜିଲାଗୁଡ଼ିକରେ ମାଇକ୍ରୋପ୍ଲାନିଂ କରାଯାଇ ମ୍ୟାଲେରିଆ ସଂକ୍ରମଣକୁ ନିୟନ୍ତ୍ରଣ କରାଯିବ ବୋଲି ରାଜ୍ୟ ଭିବିଡିର ଯୁଗ୍ମ ନିର୍ଦ୍ଦେଶକ ଡାକ୍ତର ଶୁଭାଶିଷ ମହାନ୍ତି କହିଛନ୍ତି।
ବିଶ୍ବର ୧୦୩ ରାଷ୍ଟ୍ରରେ ମ୍ୟାଲେରିଆ ବୃଦ୍ଧି ପାଉଥିବାବେଳେ ରାଜ୍ୟର ସ୍ଥିତି ଜାଣିବା ପାଇଁ ନିକଟରେ ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନର ଏକ ଦଳ ଓଡିଶା ଆସି ତଦାରଖ କରିଥିଲା। ବର୍ତ୍ତମାନ ରାଜ୍ୟର ମାଲକାନଗିରି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, କନ୍ଧମାଳ ଏବଂ ବୌଦ୍ଧ ଜିଲାରେ ଲୋକ ଅଧିକ ସଂକ୍ରମିତ ହେଉଥିବାବେଳେ ସ୍ବାସ୍ଥ୍ୟ ବିଭାଗ ତାହା ଉପରେ ନଜର ରଖିଛି। ଏହି ଅଞ୍ଚଳରୁ ପ୍ରାୟ ୮୫ ପ୍ରତିଶତ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଦମନ କାର୍ଯ୍ୟକ୍ରମ ଜାରି ରହିଥିବାବେଳେ ସୂଚନା ଓ ଲୋକସମ୍ପର୍କ ବିଭାଗ, ଜଙ୍ଗଲ ଓ ପରିବେଶ ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସହିତ ମିଶି ମ୍ୟାଲେରିଆ ସଚେତନତା କାର୍ଯ୍ୟ କରାଯାଉଛି। ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ନିରାକରଣ ପାଇଁ ‘ମ୍ୟାଲେରିଆ ନୋ ମୋର୍‌ (ଏମ୍‌ଏନ୍‌ଏମ୍‌)’ ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷର ହୋଇଛି। ଏଥିସହ ପ୍ରାୟ ୪୮ ହଜାରରୁ ଅଧିକ ଆଶାକର୍ମୀ ଘରକୁ ଘର ବୁଲି ସଚେତନ କରିବା ସହିତ ଲୋକକଳା ମାଧ୍ୟମରେ ମଧ୍ୟ ବିଭିନ୍ନ ଅଞ୍ଚଳରେ ସଚେତନତା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri