ମ୍ୟାଲେରିଆ ଆକ୍ରାନ୍ତ: ଦେଶରେ ମାଲକାନଗିରି ୨ୟ, ରାୟଗଡ଼ା ୪ର୍ଥ ସ୍ଥାନରେ

ରାୟଗଡ଼ା,୬।୭(ଆଶିଷ ରଞ୍ଜନ ପଣ୍ଡା)ମ୍ୟାଲେରିଆ ନିରାକରଣ ପାଇଁ ସରକାରଙ୍କ ପକ୍ଷରୁ ଯେତେ ଯୋଜନା କାର୍ଯ୍ୟକାରୀ କରାଗଲେ ମଧ୍ୟ ରାଜ୍ୟରେ ମ୍ୟାଲେରିଆ ନିୟନ୍ତ୍ରଣ ହୋଇପାରୁନାହିଁ। ବରଂ ଦିନକୁ ଦିନ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟରେ ରାୟଗଡ଼ା ଜିଲାରେ ସର୍ବାଧିକ ମ୍ୟାଲେରିଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ମାଲକାନଗିରି ଦ୍ୱିତୀୟ ସ୍ଥାନରେ ରହିଛି। ରାୟଗଡ଼ା ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି। ୨୦୨୧-୨୨ ଅପେକ୍ଷା ୨୦୨୨-୨୩ରେ ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତ ସଂଖ୍ୟା ୩ ଗୁଣ ବୃଦ୍ଧି ପାଇଛି। ୨୦୨୨ ମେ ମାସ ପର୍ଯ୍ୟନ୍ତ ୮୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୦୨୩ ମେ ମାସ ମଧ୍ୟରେ ୨୧୬୮ ଜଣ ଚିହ୍ନଟ ହୋଇଛନ୍ତି। ମେଘାଳୟ ରାଜ୍ୟର ସାଉଥ୍‌ ଗାରୋ ହିଲସ୍‌ ଦେଶର ସର୍ବାଧିକ ମ୍ୟାଲେରିଆ ଆକ୍ରାନ୍ତ ଜିଲା ହୋଇଥିବା ବେଳେ ଦି୍ବତୀୟରେ ଛତିଶଗଡର ବସ୍ତର ଓ ତୃତୀୟରେ ଝାଡଖଣ୍ଡର ପାକୁର ଜିଲା ରହିଛି। ତେବେ ରାୟଗଡ଼ା ଗତ ୫ବର୍ଷ ତୁଳନାରେ ଦି୍ବତୀୟରୁ ଚତୁର୍ଥ ସ୍ଥାନକୁ ଖସିଥିବା ଜଣାପଡିଛି। ତଥାପି ଦେଶର ପ୍ରଥମ ୫ଟି ଜିଲା ସ୍ଥିତିକୁ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଚିନ୍ତା ପ୍ରକଟ କରିଛି।
ରାୟଗଡ଼ା ଜିଲା ସ୍ବାସ୍ଥ୍ୟ ବିଭାଗ ତଥ୍ୟ ଅନୁଯାୟୀ, ଚନ୍ଦ୍ରପୁର ଓ ଗୁଡାରୀ ବ୍ଲକରେ ସର୍ବାଧିକ ମ୍ୟାଲେରିଆ ଆକ୍ରାନ୍ତ ରହିଛନ୍ତି। ରାୟଗଡା ଜିଲା ଓ ମେଘାଳୟର ସାଉଥ୍‌ ଗାରୋ ହିଲସ୍‌ ଜିଲାରେ ମୁଖ୍ୟତଃ ଏନୋଫିଲିସ ମଶାଜନିତ ମ୍ୟାଲେରିଆ ଦେଖିବାକୁ ମିଳିଥାଏ। ଫ୍ଲୋରିଡ଼ା ବିଶ୍ୱବିଦ୍ୟାଳୟର ରିସର୍ଚ୍ଚ ଅନୁସାରେ ଏହା ସର୍ବାଧିକ ବିପଦପୂର୍ଣ୍ଣ ବୋଲି ଜଣାପଡ଼ିଛି। ସରକାରୀ ଲାବରେ ମ୍ୟାଲେରିଆ ପରୀକ୍ଷଣ ପରେ ଏହିଭଳି ଉଦ୍‌ବେଗଜନକ ସ୍ଥିତି ନଜରକୁ ଆସିଛି। ତେବେ ଘରୋଇ ଲାବରେ ବିଭିନ୍ନ ସମୟରେ ହେଉଥିବା ପରୀକ୍ଷଣକୁ ଗଣତି କରାଗଲେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ଆହୁରି ବଢ଼ିଯିବ ବୋଲି ଚିକିତ୍ସକମାନେ ପ୍ରକାଶ କରିଛନ୍ତି। ସ୍ବାସ୍ଥ୍ୟ ବିଭାଗ ତଥ୍ୟ ଅନୁଯାୟୀ, ଜିଲାରେ ୧୧.୪୯ % ଶିଶୁ ମ୍ୟାଲେରିଆରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଝରଣା ପାଣିର ବ୍ୟବହାର ମ୍ୟାଲେରିଆର ମୁଖ୍ୟ କାରଣ ବୋଲି ଡାକ୍ତର କହିଛନ୍ତି। ସ୍ବାସ୍ଥ୍ୟ ବିଭାଗ ସୂଚନା ଅନୁଯାୟୀ, ଝରଣାର ଦୁଇ କୂଳରେ ରହୁଥିବା ପାଣି ଜମି ରହୁଥିବାରୁ ଏନୋଫିଲିସ ମଶାଙ୍କ ପ୍ରଜନନ ପାଇଁ ସୁବିଧା ହୋଇଥାଏ। ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ବି.ଏଲ.ଏନ ପୃଷ୍ଟି କହିଛନ୍ତି ଯେ, ମ୍ୟାଲେରିଆ ନିୟନ୍ତ୍ରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ସବୁବେଳେ ସଜାଗ ରହିବା ସହ ନିଜ ଦାୟିତ୍ୱ ନିର୍ବାହ କରୁଛି। ୨୦୨୦ ମସିହାରେ ଯେଉଁ ମଶାରି ବଣ୍ଟନ ହୋଇଥିଲା ତାହା ବର୍ତ୍ତମାନ ଲୋକଙ୍କ ପାଖରେ ନାହିଁ। ତେଣୁ ୭ଲକ୍ଷ ମଶାରି ପାଇଁ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri