ମ୍ୟାଲେରିଆ ଆକ୍ରାନ୍ତ: ଦେଶରେ ମାଲକାନଗିରି ୨ୟ, ରାୟଗଡ଼ା ୪ର୍ଥ ସ୍ଥାନରେ

ରାୟଗଡ଼ା,୬।୭(ଆଶିଷ ରଞ୍ଜନ ପଣ୍ଡା)ମ୍ୟାଲେରିଆ ନିରାକରଣ ପାଇଁ ସରକାରଙ୍କ ପକ୍ଷରୁ ଯେତେ ଯୋଜନା କାର୍ଯ୍ୟକାରୀ କରାଗଲେ ମଧ୍ୟ ରାଜ୍ୟରେ ମ୍ୟାଲେରିଆ ନିୟନ୍ତ୍ରଣ ହୋଇପାରୁନାହିଁ। ବରଂ ଦିନକୁ ଦିନ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟରେ ରାୟଗଡ଼ା ଜିଲାରେ ସର୍ବାଧିକ ମ୍ୟାଲେରିଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ମାଲକାନଗିରି ଦ୍ୱିତୀୟ ସ୍ଥାନରେ ରହିଛି। ରାୟଗଡ଼ା ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି। ୨୦୨୧-୨୨ ଅପେକ୍ଷା ୨୦୨୨-୨୩ରେ ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତ ସଂଖ୍ୟା ୩ ଗୁଣ ବୃଦ୍ଧି ପାଇଛି। ୨୦୨୨ ମେ ମାସ ପର୍ଯ୍ୟନ୍ତ ୮୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୦୨୩ ମେ ମାସ ମଧ୍ୟରେ ୨୧୬୮ ଜଣ ଚିହ୍ନଟ ହୋଇଛନ୍ତି। ମେଘାଳୟ ରାଜ୍ୟର ସାଉଥ୍‌ ଗାରୋ ହିଲସ୍‌ ଦେଶର ସର୍ବାଧିକ ମ୍ୟାଲେରିଆ ଆକ୍ରାନ୍ତ ଜିଲା ହୋଇଥିବା ବେଳେ ଦି୍ବତୀୟରେ ଛତିଶଗଡର ବସ୍ତର ଓ ତୃତୀୟରେ ଝାଡଖଣ୍ଡର ପାକୁର ଜିଲା ରହିଛି। ତେବେ ରାୟଗଡ଼ା ଗତ ୫ବର୍ଷ ତୁଳନାରେ ଦି୍ବତୀୟରୁ ଚତୁର୍ଥ ସ୍ଥାନକୁ ଖସିଥିବା ଜଣାପଡିଛି। ତଥାପି ଦେଶର ପ୍ରଥମ ୫ଟି ଜିଲା ସ୍ଥିତିକୁ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଚିନ୍ତା ପ୍ରକଟ କରିଛି।
ରାୟଗଡ଼ା ଜିଲା ସ୍ବାସ୍ଥ୍ୟ ବିଭାଗ ତଥ୍ୟ ଅନୁଯାୟୀ, ଚନ୍ଦ୍ରପୁର ଓ ଗୁଡାରୀ ବ୍ଲକରେ ସର୍ବାଧିକ ମ୍ୟାଲେରିଆ ଆକ୍ରାନ୍ତ ରହିଛନ୍ତି। ରାୟଗଡା ଜିଲା ଓ ମେଘାଳୟର ସାଉଥ୍‌ ଗାରୋ ହିଲସ୍‌ ଜିଲାରେ ମୁଖ୍ୟତଃ ଏନୋଫିଲିସ ମଶାଜନିତ ମ୍ୟାଲେରିଆ ଦେଖିବାକୁ ମିଳିଥାଏ। ଫ୍ଲୋରିଡ଼ା ବିଶ୍ୱବିଦ୍ୟାଳୟର ରିସର୍ଚ୍ଚ ଅନୁସାରେ ଏହା ସର୍ବାଧିକ ବିପଦପୂର୍ଣ୍ଣ ବୋଲି ଜଣାପଡ଼ିଛି। ସରକାରୀ ଲାବରେ ମ୍ୟାଲେରିଆ ପରୀକ୍ଷଣ ପରେ ଏହିଭଳି ଉଦ୍‌ବେଗଜନକ ସ୍ଥିତି ନଜରକୁ ଆସିଛି। ତେବେ ଘରୋଇ ଲାବରେ ବିଭିନ୍ନ ସମୟରେ ହେଉଥିବା ପରୀକ୍ଷଣକୁ ଗଣତି କରାଗଲେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ଆହୁରି ବଢ଼ିଯିବ ବୋଲି ଚିକିତ୍ସକମାନେ ପ୍ରକାଶ କରିଛନ୍ତି। ସ୍ବାସ୍ଥ୍ୟ ବିଭାଗ ତଥ୍ୟ ଅନୁଯାୟୀ, ଜିଲାରେ ୧୧.୪୯ % ଶିଶୁ ମ୍ୟାଲେରିଆରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଝରଣା ପାଣିର ବ୍ୟବହାର ମ୍ୟାଲେରିଆର ମୁଖ୍ୟ କାରଣ ବୋଲି ଡାକ୍ତର କହିଛନ୍ତି। ସ୍ବାସ୍ଥ୍ୟ ବିଭାଗ ସୂଚନା ଅନୁଯାୟୀ, ଝରଣାର ଦୁଇ କୂଳରେ ରହୁଥିବା ପାଣି ଜମି ରହୁଥିବାରୁ ଏନୋଫିଲିସ ମଶାଙ୍କ ପ୍ରଜନନ ପାଇଁ ସୁବିଧା ହୋଇଥାଏ। ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ବି.ଏଲ.ଏନ ପୃଷ୍ଟି କହିଛନ୍ତି ଯେ, ମ୍ୟାଲେରିଆ ନିୟନ୍ତ୍ରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ସବୁବେଳେ ସଜାଗ ରହିବା ସହ ନିଜ ଦାୟିତ୍ୱ ନିର୍ବାହ କରୁଛି। ୨୦୨୦ ମସିହାରେ ଯେଉଁ ମଶାରି ବଣ୍ଟନ ହୋଇଥିଲା ତାହା ବର୍ତ୍ତମାନ ଲୋକଙ୍କ ପାଖରେ ନାହିଁ। ତେଣୁ ୭ଲକ୍ଷ ମଶାରି ପାଇଁ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri