ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ସେ ହାଟଡିହି ବ୍ଲକରେ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟରତ ଥିଲେ।
ଯୋଗଦାନ ଅବସରରେ ବିଦ୍ୟାଳୟର ଶିକ୍ଷକ କମଳାକାନ୍ତ ପତି, ପ୍ରକାଶ କୁମାର ମିଶ୍ର, ସସ୍ମିତା ନାୟକ, ସୁଶାନ୍ତ ମହାନ୍ତ, ମାଧବାନନ୍ଦ ମହାନ୍ତ, ଜ୍ୟୋତିର୍ମୟୀ ବାରିକ, ପ୍ରୀତି ନାୟକ ପ୍ରମୁଖ ଛାତ୍ରୀଛାତ୍ର ନୂତନ ପ୍ରଧାନଶିକ୍ଷୟିତ୍ରୀଙ୍କୁ ଭବ୍ୟ ସ୍ବାଗତ ଓ ସମ୍ବର୍ଦ୍ଧନା ଜଣାଇଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ-ଶିକ୍ଷକଙ୍କ ସହଯୋଗରେ ବିଦ୍ୟାଳୟର ଶିକ୍ଷା ଓ ଭିତ୍ତିଭୂମିର ବିକାଶ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକୁ ଆଗେଇ ନେବେ ବୋଲି ମାଳତୀ କହିଛନ୍ତି।

Dharitri – Odisha’s No.1 Odia Daily

Share