ବିମାନ ଦୁର୍ଘଟଣାରେ ମାଲାଓ୍ବିର ଉପରାଷ୍ଟ୍ରପତିଙ୍କ ସମେତ ୯ ଜଣଙ୍କ ମୃତ୍ୟୁ

ଲିଲୋଙ୍ଗଓ୍ବେ (ମାଲାଓ୍ବି),୧୧ା୬ : ବିମାନ ଦୁର୍ଘଟଣାରେ ମାଲାଓ୍ବି ଉପରାଷ୍ଟ୍ରପତି ସୌଲୋସ୍‌ ଚିଲିମାଙ୍କ ସମେତ ୯ ଜଣଙ୍କ ମୃତ୍ୟୁ ଘଟିଛି। ମାଲାଓ୍ବିର ଉପରାଷ୍ଟ୍ରପତି ସୌଲୋସ୍‌ଙ୍କୁ ନେଇ ଯାଉଥିବା ଏକ ସାମରିକ ବିମାନ ନିଖୋଜ ହୋଇଯାଇଥିଲା। ସୋମବାର ଏହା ଅବତରଣ କରିବାର ଥିଲା। ତେବେ ରାଡାର ପରଦାରେ ଦୃଶ୍ୟ ହୋଇ ନ ଥିଲା। ବିମାନ ଚଳାଚଳ କର୍ତ୍ତୃପକ୍ଷଙ୍କ ସମସ୍ତ ଉଦ୍ୟମ ସତ୍ତ୍ୱେ ବିମାନ ସହ କୌଣସି ଯୋଗାଯୋଗ ହୋଇପାରି ନାହିଁ। ଏନେଇ ତୁରନ୍ତ ତଲାସି ଓ ଉଦ୍ଧାର କାର୍ଯ୍ୟ ଲାଗି ରାଷ୍ଟ୍ରପତି ଲାଜାରୁସ୍‌ ଚାକ୍ୱେରା ନିର୍ଦ୍ଦେଶ ଦେଇଥିଲେ।

ଏକ ଦିନରୁ ଅଧିକ ସମୟ ଧରି ଖୋଜାଖୋଜି ପରେ ଉପରାଷ୍ଟ୍ରପତି ସୌଲୋସ୍‌ଙ୍କୁ ନେଇ ଯାଉଥିବା ସାମରିକ ବିମାନର ଧ୍ୱଂସାବଶେଷ ଦେଶର ଉତ୍ତରରେ ଥିବା ଏକ ପାର୍ବତ୍ୟ ଅଞ୍ଚଳରୁ ଠାବ ହୋଇଛି। ଦୁର୍ଘଟଣାରେ ଉପରାଷ୍ଟ୍ରପତି ସୌଲୋସ୍‌ଙ୍କ ସହ ୯ଜଣଙ୍କ ମୃତ୍ୟୁ ଘଟିଥିବା ରାଷ୍ଟ୍ରପତି ଲାଜାରୁସ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri