ମାତ୍ର ୩୫ ବର୍ଷ ବୟସରେ ଆଖିବୁଜିଲେ ଏହି ଲୋକପ୍ରିୟ ଅଭିନେତ୍ରୀ

ଲୋକପ୍ରିୟ ମାଲାୟଲମ ଅଭିନେତ୍ରୀ ସରନ୍ୟା ଶଶିଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୫ ବର୍ଷ ହୋଇଥିଲା। ସେ ବ୍ରେନ୍‌ ଟ୍ୟୁମରରେ ଆକ୍ରାନ୍ତ ଥିଲେ। ପରେ ସେ କରୋନା ଆକ୍ରାନ୍ତ ହୋଇ ତିରୁଭାନନ୍ତପୁରମର ଏକ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ସରନ୍ୟାଙ୍କ ମୃତ୍ୟୁରେ ଇଣ୍ଡଷ୍ଟ୍ରିର ଶୋକ ଛାୟା ଖେଳିଯାଇଛି। କେରଳର ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ମଧ୍ୟ ସମବେଦନା ଜଣାଇଛନ୍ତି। ସରନ୍ୟା ୨୦୧୨ରେ ବ୍ରେନ୍‌ ଟ୍ୟୁମରରେ ଆକ୍ରାନ୍ତ ହୋଇଥିଲେ। ଯାହା ପରେ ସେ ଚଳଚ୍ଚିତ୍ରଠାରୁ ସମ୍ପୂର୍ଣ୍ଣ ଦୂରରେ ଥିଲେ। ଏହି ସମୟରେ ସେ ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଥିଲେ। ସେହି ସମୟରେ ତାଙ୍କ ସାଙ୍ଗମାନେ ଟଙ୍କା ସଂଗ୍ରହ କରି ଚିକିତ୍ସାରେ ସାହାଯ୍ୟ କରିଥିଲେ। ଏହା ପରେ ସେ କର୍କଟ ରୋଗୀଙ୍କ ପାଇଁ ଏକ ଆଦର୍ଶ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ। ଲକଡାଉନ ସମୟରେ ସେ ଏକ ୟୁଟ୍ୟୁବ ଚ୍ୟାନେଲ ମଧ୍ୟ ଆରମ୍ଭ କରିଥିଲେ।
ମେ ମାସରେ ଅଭିନେତ୍ରୀ ସାରନା କରୋନା ସଂକ୍ରମିତ ହୋଇଥିଲେ, ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିଛି ସମୟ ପରେ ତାଙ୍କ ରିପୋର୍ଟ ନେଗେଟିଭ୍‌ ଆସିଥିଲା, କିନ୍ତୁ ନିମୋନିଆ ଏବଂ ଶ୍ୱାସକ୍ରିୟାରେ ସମସ୍ୟା ହେତୁ ତାଙ୍କୁ ଡାକ୍ତରଖାନାରେ ରଖାଗଲା। ଗତ କିଛି ସପ୍ତାହ ଧରି ତାଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଥିଲା। ସରନ୍ୟା ତାଙ୍କ କ୍ଷୁଦ୍ର ଫିଲ୍ମ କ୍ୟାରିୟରରେ ବହୁତ ସଫଳତା ହାସଲ କରିଥିଲେ। ସେ ଟିଭିରେ ଅଭିନୟ ଆରମ୍ଭ କରିଥିଲେ। ପରେ ସେ ସୁପରଷ୍ଟାର ମୋହନଲାଲ ଏବଂ ଅନେକ ବଡ କଳାକାରଙ୍କ ସହ ଫିଲ୍ମରେ ଅଭିନୟ କରିଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri