ହୋଟେଲ ପାର୍କିଂରେ ଥିବା କାର୍‌ରୁ ମିଳିଲା ଲୋକପ୍ରିୟ ଅଭିନେତାଙ୍କ ମୃତଦେହ, ପ୍ରଶଂସକ ସ୍ତବ୍ଧ

ମାଲାୟାଲମ ସିନେମାଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଲୋକପ୍ରିୟ ଅଭିନେତା ବିନୋଦ ଥୋମସଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ଏକ ହୋଟେଲ ପାର୍କିଂରେ ଥିବା କାର୍‌ରୁ ତାଙ୍କ ମୃତଦେହ ଜବତ କରାଯାଇଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମାମଲାର ଯାଞ୍ଚ କରୁଛି।

ତେବେ ହେଟେଲ ପାର୍କିଂରେ ଥିବା କାର୍‌ରେ ଜଣେ ବ୍ୟକ୍ତି ଦୀର୍ଘ ସମୟ ହେଲାଣି ରହିଛନ୍ତି ବୋଲି ପୋଲିସକୁ ଖବର ମିଳିଥିଲା। ପରେ ପୋଲିସ ସେଠାରେ ପହଞ୍ଚି ଅଭିନେତାଙ୍କୁ କାରରୁ ବାହାର କରିଥିଲା। ତାଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ସେତେବେଳକୁ ବିନୋଦଙ୍କ ମୃତ୍ୟୁ ଘଟିଥିଲା। ଏବେ ତାଙ୍କ ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଯାଇଛି। ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି କୁହାଯାଉଛି।

ବିନୋଦଙ୍କ ଅଭିନୟ ଜୀବନ ବିଷୟରେ କଥା ହେଲେ ସେ ଅନେକ ସୁପରହିଟ୍‌ ଫିଲ୍ମରେ କାମ କରିଛନ୍ତି। ସେଥିରେ ରହିଛି ‘ଅୟପ୍ପନମ କୋଶ୍ୟୁମ’ ‘ନାଥୋଲି ଔରୁ ଚେରିୟା ମିନଲ୍ଲା’, ‘ଔରୁ ମୁରାଇ ବନ୍ଥ’, ‘ହାପି ଓ୍ବେଡିଂ’ ଏବଂ ‘ଜୁନ୍‌’ ଭଳି ଫିଲ୍ମ। ସବୁଥିରେ ଦମଦାର୍‌ ଅଭିନୟ ଲାଗି ସେ ପରିଚିତ ଥିଲେ। ଏବେ ତାଙ୍କର ହଠାତ ମୃତ୍ୟୁ ଖବର ସାମ୍ନାକୁ ଆସିବା ପରେ ପ୍ରଶଂସକଙ୍କ ସମେତ ପରିବାରଲୋକେ ଭାଙ୍ଗି ପଡ଼ିଛନ୍ତି। କେହି ବି ଏହି ଘଟଣାକୁ ବିଶ୍ୱାସ କରିପାରୁନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?