୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା…

ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬ ଜଣ ଯାତ୍ରୀ ଥିଲେ।

ଜଣେ ଅଧିକାରୀ ନ୍ୟୁଜ ଏଜେନ୍ସି PTIକୁ ସୂଚନା ଦେଇ କହିଛନ୍ତି ଯେ, ୧୮୬ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ମାଲେସିଆ ଏୟାରଲାଇନ୍ସର MH156 ବିମାନ ଚେନ୍ନାଇ ବିମାନବନ୍ଦରରେ ସୁରକ୍ଷିତ ଅବତରଣ କରିଛି। କୌଣସି ପ୍ରକାରର ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ଚେନ୍ନାଇ ବିମାନବନ୍ଦରରେ ପୂର୍ବରୁ ଆବଶ୍ୟକ ସମସ୍ତ ବ୍ୟବସ୍ଥା କରାଯାଇଥିଲା।

Dharitri – Odisha’s No.1 Odia Daily

Share