Posted inଜାତୀୟ

ବୋମା ଗୁଜବରୁ ବିମାନ ଉଡ଼ାଣରେ ବିଳମ୍ବ

ନୂଆଦିଲ୍ଲୀ,୩୦।୯: ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଶୁକ୍ରବାର ଦୁଇଜଣ ଯାତ୍ରୀଙ୍କ ମଧ୍ୟରେ ଗଣ୍ଡଗୋଳ ପରେ ବିମାନରେ ବୋମା ଥିବା ଖବର ପ୍ରଚାରିତ ହୋଇଥିଲା। ଫଳରେ ମାଲେସିଆ ଯିବାକୁ ଥିବା ବିମାନ ଉଡ଼ାଣରେ ବିଳମ୍ବ ହୋଇଛି। ମାଲେସିଆ ଯିବାକୁ ଥିବା ଏମ୍‌ଏଚ୍‌୧୭୩ ବିମାନରେ ଲଗେଜ ବ୍ୟାଗ୍‌ ରଖିବାକୁ ନେଇ ଦୁଇଜଣ ଯାତ୍ରୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏହି ସମୟରେ ଉକ୍ତ ବ୍ୟାଗ୍‌ରେ ବୋମା ଥିବା ଜଣେ ଯାତ୍ରୀ କହିଥିଲେ। ଏହି ଖବର ପ୍ରଚାରିତ ହେବା ପରେ ସୁରକ୍ଷା ସଂସ୍ଥାଗୁଡ଼ିକ ସଜାଗ ହୋଇଉଠିଥିଲେ। ଉକ୍ତ ବିମାନକୁ ତନ୍ନତନ୍ନ କରି ଯାଞ୍ଚ କରାଯାଇଥିଲା। ବ୍ୟାଗ୍‌ରେ ବୋମା ଥିବା ଖବର ଗୁଜବ ବୋଲି ଜଣାପଡ଼ିବା ପରେ ୨ ଘଣ୍ଟା ୪୦ ମିନିଟ ବିଳମ୍ବରେ ବିମାନଟି କ୍ୱାଲାଲୁମ୍ପୁର ଅଭିମୁଖେ ଛାଡ଼ିଥିଲା। ଏହି ଘଟଣାରେ ସମ୍ପୃକ୍ତ ଥିବା ୪ ଜଣ ଯାତ୍ରୀଙ୍କୁ ସ୍ଥାନୀୟ ପୋଲିସକୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ ରୂପ ନେଲା ଲଘୁଚାପ, ସମୁଦ୍ର ଅଶାନ୍ତ, ଦୀଘା ବେଳାଭୂମିରେ ଲାଗିଲା…

ଭୋଗରାଇ,୧୩ା୮(ପ୍ରଦୀପ ଦାସ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଗଭୀର ଅବପାତରେ ପରିଣତ ହୋଇଛି। ମୌସମୀ ସକ୍ରିୟ ସହ ଅବପାତ ହେବାରୁ ଉତ୍ତର ଓଡ଼ିଶା…

Sukhbir Badal: ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣର ହେବ ତଦନ୍ତ; ମୁଖ୍ୟମନ୍ତ୍ରୀ ଫଡନାଭିସ ଦେଲେ ବଡ଼ ନିର୍ଦ୍ଦେଶ

ମୁମ୍ବାଇ,୧୩।୮: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଅକାଳି ଦଳର ମୁଖ୍ୟ ଏବଂ ପୂର୍ବତନ ପଞ୍ଜାବ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କ ଉପରେ ହୋଇଥିବା ଆକ୍ରମଣର ତଦନ୍ତ ନିର୍ଦ୍ଦେଶ…

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri