Posted inଖେଳ

ନ୍ୟୁଜିଲାଣ୍ଡକୁ ହରାଇଲା ମାଲେସିଆ

ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୨୦।୧:କଳିଙ୍ଗ ଷ୍ଟାଡିୟମରେ ଗୁରୁବାର ଅନୁଷ୍ଠିତ ହକି ବିଶ୍ୱକପ୍‌ର ପୁଲ୍‌ ‘ସି’ ମ୍ୟାଚରେ ମାଲେସିଆ ୩-୨ ଗୋଲରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଏଥିସହ ଦୁଇ ଦଳ ଗ୍ରୁପ୍‌ ପର୍ଯ୍ୟାୟ ଶେଷ କରିଛନ୍ତି। ମାଲେସିଆ ଅଧିନାୟକ ମାରହାନ ଜଲିଲ ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଛନ୍ତି। ମାଲେସିଆ ୩ ମ୍ୟାଚରୁୁ ୨ ବିଜୟ ସହ ୬ ପଏଣ୍ଟ ପାଇ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ଅନ୍ୟପକ୍ଷରେ ନ୍ୟୁଜିଲାଣ୍ଡ ୩ ମ୍ୟାଚରୁ ୨ ପରାଜୟ ଓ ୧ ବିଜୟ ସହିତ ୩ ପଏଣ୍ଟ ପାଇଛି। ଫଳରେ ଏହି ଗ୍ରୁପ୍‌ରୁ ମାଲେସିଆ ଦ୍ୱିତୀୟ ଓ ନ୍ୟୁଜିଲାଣ୍ଡ ତୃତୀୟ ଦଳ ଭାବେ କ୍ରସ୍‌ ଓଭର ଖେଳିବାକୁ ଯୋଗ୍ୟ ବିବେଚିତ ହୋଇଛି। ଏହି ଗ୍ରୁପ୍‌ରୁ ନେଦରଲାଣ୍ଡ୍ସ ସିଧାସଳଖ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି।
ମ୍ୟାଚ ଆରମ୍ଭରେ ନ୍ୟୁଜିଲାଣ୍ଡ ପ୍ରଦର୍ଶନ ଅପେକ୍ଷାକୃତ ଧିମା ରହିଥିଲା। ଏହାର ଫାଇଦା ଉଠାଇଥିଲା ମାଲେସିଆ। ୯ମ ମିନିଟରେ ୧୦ ନମ୍ବର ଖେଳାଳି ଫୈଜଲ ସାରି ଫିଲ୍ଡ ଗୋଲଦେଇ ମାଲେସିଆକୁ ଅଗ୍ରଣୀ କରାଇଥିଲେ। ଏହାପରେ ନ୍ୟୁଜିଲାଣ୍ଡ ରଣନୀତିରେ ପରିବର୍ତ୍ତନ କରି ଆକ୍ରମଣାତ୍ମକ ଆଭିମୁଖ୍ୟ ପୋଷଣ କରିଥିଲେ ହେଁ ପ୍ରଥମାର୍ଦ୍ଧ ଶେଷସୁଦ୍ଧା ଗୋଲ ପରିଶୋଧ କରିପାରି ନ ଥିଲା। ତୃତୀୟ କ୍ୱାର୍ଟର ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥିଲା। ୪୨ତମ ମିନିଟରେ ମାଲେସିଆକୁ ଏକ ପେନାଲ୍ଟି କର୍ନର ମିଳିଥିଲା। ୪୩ତମ ମିନିଟରେ ଏହାକୁ ଗୋଲରେ କନଭର୍ଟ କରିଥିଲେ ରାଜି ରହିମ। ତୃତୀୟ କ୍ୱାର୍ଟରରେ ଅସଲ ଖେଳ ଦେଖିବାକୁ ମିଳିଥିଲା। କାଉଣ୍ଟର ଆଟାକ୍‌ କରି ସଫଳ ପ୍ରତ୍ୟାବର୍ତ୍ତନ କରିଥିଲା ନ୍ୟୁଜିଲାଣ୍ଡ। ୫୨ତମ ମିନିଟରେ ହେଡେନ ଫିଲିପ୍ସ ଏକ ଫିଲ୍ଡ ଗୋଲ ଦେଇଥିବାବେଳେ ୫୩ତମ ମିନିଟରେ ପେନାଲ୍ଟି କର୍ନରକୁ ଗୋଲରେ କନଭର୍ଟ କରି ମ୍ୟାଚକୁ ସମାନ ସ୍ତରକୁ ନେଇ ଆସିଥିଲେ ସାମ୍‌ ଲେନ୍‌। ମାତ୍ର ମାଲେସିଆକୁ ଭାଗ୍ୟ ସାଥ୍‌ ଦେଇଥିଲା। ମ୍ୟାଚର ଶେଷ ଭାଗରେ ନ୍ୟୁଜିଲାଣ୍ଡ ଡି’ ଏରିଆରେ ବଡ଼ ଗ୍ୟାପ୍‌ର ଫାଇଦା ଉଠାଇ ମାଲେସିଆର ଫୈଜଲ ସାରି ବ୍ୟକ୍ତିଗତ ଦ୍ୱିତୀୟ ଏବଂ ଦଳ ପକ୍ଷରୁ ତୃତୀୟ ଗୋଲଟି ସ୍କୋର କରିଥିଲେ। ଏହି ଗୋଲଟି ଶେଷରେ ନିର୍ଣ୍ଣାୟକ ହୋଇଥିଲା। ନ୍ୟୁଜିଲାଣ୍ଡକୁ ପଛରେ ପକାଇ ମାଲେସିଆ ଗ୍ରୁପ୍‌ରେ ଦ୍ୱିତୀୟ ସ୍ଥାନ ହାସଲ କରି ନେଇଥିଲା। ମାଲେସିଆ ୬ଟି ପେନାଲ୍ଟି କର୍ନର ପାଇଥିବାବେଳେ ଏଥିରୁ ଗୋଟିଏକୁ ଗୋଲରେ କନଭର୍ଟ କରିଥିଲା। ଅନ୍ୟପକ୍ଷରେ ନ୍ୟୁଜିଲାଣ୍ଡ ୩ଟି ପେନାଲ୍ଟି କର୍ନର ସୁଯୋଗ ସୃଷ୍ଟି କରିଥିଲା ଏବଂ ସେଥିରୁ ଗୋଟିଏକୁ ଗୋଲରେ ପରିଣତ କରିବାରେ ସକ୍ଷମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri