ଗୋଟାବାୟା ରାଜପାକ୍ସେଙ୍କୁ ଶରଣ ଦେଇ ଫସିଲେ ମାଳଦ୍ୱୀପ ସରକାର

ମାଲେ,୧୩।୭: ଶ୍ରୀଲଙ୍କାରେ ଜାରି ରାଜନୈତିକ ଏବଂ ଆର୍ଥିକ ସଙ୍କଟ ମଧ୍ୟରେ ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ବୁଧବାର ମାଳଦୀପରେ ଶରଣ ନେଇଛନ୍ତି। ଏହାକୁ ନେଇ ମାଳଦ୍ୱୀପରେ ମଧ୍ୟ ଉତ୍ତେଜନା ପ୍ରକାଶ ପାଇଛି। ଗୋଟାବାୟାଙ୍କୁ ମାଳଦ୍ୱୀପରେ ଶରଣ ଦେବାକୁ ନେଇ ସରକାରଙ୍କ ନିଷ୍ପତ୍ତିକୁ ସେଠାରେ ଥିବା ଶ୍ରୀଲଙ୍କା ନାଗରିକ ଶାନ୍ତିପୂର୍ଣ୍ଣ ଭାବେ ବିରୋଧ ପ୍ରଦର୍ଶନ କରିଛନ୍ତି। ଅପରାଧୀ ଏବଂ ଚୋରଙ୍କୁ ସୁରକ୍ଷା ଦେବା ସରକାର ବନ୍ଦ କରନ୍ତୁ ବୋଲି ବିକ୍ଷୋଭକାରୀମାନେ ଦାବି କରିଛନ୍ତି। ଏହି ବିକ୍ଷୋଭ ପ୍ରଦର୍ଶନରେ କିଛି ସ୍ଥାନୀୟ ଲୋକେ ମଧ୍ୟ ସାମିଲ ହୋଇଛନ୍ତି। ମାଳଦ୍ୱୀପ ରାଜଧାନୀ ମାଲେରେ ଏହି ବିରୋଧ ପ୍ରଦର୍ଶନ କରାଯାଉଛି। ମାଳଦ୍ୱୀପ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏନେଇ କୌଣସି ସ୍ପଷ୍ଟୀକରଣ ଦିଆଯାଇନାହିଁ।
ସୂଚନାଯୋଗ୍ୟ, ଶ୍ରୀଲଙ୍କାର ଆର୍ଥିକ ସଙ୍କଟ ଚରମ ସୀମାରେ ପହଞ୍ଚିଥିବା ବେଳେ ଗତ ମାର୍ଚ୍ଚରୁ ଗୋଟାବାୟା ରାଜପାକ୍ସେଙ୍କ ଇସ୍ତଫା ଦାବି କରିଆସୁଥିଲେ ବିରୋଧୀ। ମାସ ମାସ ଧରି ଆନ୍ଦୋଳନ ପରେ ବି ସେ ଗାଦି ନ ଛାଡ଼ିବାରୁ ସ୍ଥିତିକୁ ନିଜ ହାତକୁ ନେଇଯାଇଥିଲେ ଲୋକେ। ଏପରିକି ରାଷ୍ଟ୍ରପତି ଭବନକୁ ନିଜ ଦଖଲକୁ ନେଇଥିଲେ ବିକ୍ଷୋଭକାରୀ। ଫଳରେ ବାଧ୍ୟ ହୋଇ ଶ୍ରୀଲଙ୍କା ରାଷ୍ଟ୍ରପତି ସେନା ବିମାନରେ ନିଜ ପରିବାର ସହ ଦେଶ ଛାଡି ପଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri