ଗୋଟାବାୟା ରାଜପାକ୍ସେଙ୍କୁ ଶରଣ ଦେଇ ଫସିଲେ ମାଳଦ୍ୱୀପ ସରକାର

ମାଲେ,୧୩।୭: ଶ୍ରୀଲଙ୍କାରେ ଜାରି ରାଜନୈତିକ ଏବଂ ଆର୍ଥିକ ସଙ୍କଟ ମଧ୍ୟରେ ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ବୁଧବାର ମାଳଦୀପରେ ଶରଣ ନେଇଛନ୍ତି। ଏହାକୁ ନେଇ ମାଳଦ୍ୱୀପରେ ମଧ୍ୟ ଉତ୍ତେଜନା ପ୍ରକାଶ ପାଇଛି। ଗୋଟାବାୟାଙ୍କୁ ମାଳଦ୍ୱୀପରେ ଶରଣ ଦେବାକୁ ନେଇ ସରକାରଙ୍କ ନିଷ୍ପତ୍ତିକୁ ସେଠାରେ ଥିବା ଶ୍ରୀଲଙ୍କା ନାଗରିକ ଶାନ୍ତିପୂର୍ଣ୍ଣ ଭାବେ ବିରୋଧ ପ୍ରଦର୍ଶନ କରିଛନ୍ତି। ଅପରାଧୀ ଏବଂ ଚୋରଙ୍କୁ ସୁରକ୍ଷା ଦେବା ସରକାର ବନ୍ଦ କରନ୍ତୁ ବୋଲି ବିକ୍ଷୋଭକାରୀମାନେ ଦାବି କରିଛନ୍ତି। ଏହି ବିକ୍ଷୋଭ ପ୍ରଦର୍ଶନରେ କିଛି ସ୍ଥାନୀୟ ଲୋକେ ମଧ୍ୟ ସାମିଲ ହୋଇଛନ୍ତି। ମାଳଦ୍ୱୀପ ରାଜଧାନୀ ମାଲେରେ ଏହି ବିରୋଧ ପ୍ରଦର୍ଶନ କରାଯାଉଛି। ମାଳଦ୍ୱୀପ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏନେଇ କୌଣସି ସ୍ପଷ୍ଟୀକରଣ ଦିଆଯାଇନାହିଁ।
ସୂଚନାଯୋଗ୍ୟ, ଶ୍ରୀଲଙ୍କାର ଆର୍ଥିକ ସଙ୍କଟ ଚରମ ସୀମାରେ ପହଞ୍ଚିଥିବା ବେଳେ ଗତ ମାର୍ଚ୍ଚରୁ ଗୋଟାବାୟା ରାଜପାକ୍ସେଙ୍କ ଇସ୍ତଫା ଦାବି କରିଆସୁଥିଲେ ବିରୋଧୀ। ମାସ ମାସ ଧରି ଆନ୍ଦୋଳନ ପରେ ବି ସେ ଗାଦି ନ ଛାଡ଼ିବାରୁ ସ୍ଥିତିକୁ ନିଜ ହାତକୁ ନେଇଯାଇଥିଲେ ଲୋକେ। ଏପରିକି ରାଷ୍ଟ୍ରପତି ଭବନକୁ ନିଜ ଦଖଲକୁ ନେଇଥିଲେ ବିକ୍ଷୋଭକାରୀ। ଫଳରେ ବାଧ୍ୟ ହୋଇ ଶ୍ରୀଲଙ୍କା ରାଷ୍ଟ୍ରପତି ସେନା ବିମାନରେ ନିଜ ପରିବାର ସହ ଦେଶ ଛାଡି ପଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri