Posted inଅପରାଧ

ଗୁଳି କରି ଆତ୍ମହତ୍ୟା କଲେ ମହିଳା-ପୁରୁଷ କନ୍‌ଷ୍ଟେବଳ

ପାଟନା, ୧।୯: ବିହାରର ରାଜଧାନୀ ପାଟନାରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ମଙ୍ଗଳବାର ବିଏମ୍‌ପି କ୍ୟାମ୍ପରେ ଜଣେ ମହିଳା ଓ ପୁରୁଷ କନ୍‌ଷ୍ଟେବଳ ନିଜକୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟା କରିଥିବା ମହିଳା ଓ ପୁରୁଷ କନ୍‌ଷ୍ଟେବଳଙ୍କ ନାମ ଯଥାକ୍ରମେ ବର୍ଷା ଓ ଅମର ବୋଲି ଜଣାପଡ଼ିଛି। ସକାଳେ ଏହି ଦୁଇଜଣ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା କୁହାଯାଉଛି। ଉଭୟ କନ୍‌ଷ୍ଟେବଳ ଦାର୍ଜିଲିଂର ବାସିନ୍ଦା। ଏହି ଘଟଣା ସମ୍ପର୍କରେ ସେମାନଙ୍କ ପରିବାର ଲୋକଙ୍କୁ ସୂଚନା ଦିଆଯାଇଛି।
ମୁତାବକ ପ୍ରଥମେ ଅମର ବର୍ଷାଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଥିଲେ। ପ୍ରେମ ବ୍ୟାପାରକୁ ନେଇ ଉଭୟ ଏହି ଘଟଣା ଘଟିଥିବା କୁହାଯାଉଛି। କିନ୍ତୁ ପୋଲିସ ପକ୍ଷରୁ ଏନେଇ କିଛି ସ୍ପଷ୍ଟ କରାଯାଇନାହିଁ। ଘଟଣାସ୍ଥଳରେ ବରିଷ୍ଠ ପୋଲିସ ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଶବକୁ ପୋଷ୍ଟମର୍ଟମ ପାଇଁ ପଠାଯାଇଛି। ତେବେ ଗୋଟିଏ ରାଇଫଲ୍‌ରୁ ଗୁଳି ମରାଯାଇଥିବା ସ୍ପଷ୍ଟ ହୋଇଛି। ତେବେ ଏଠାରେ କିଏ କାହାକୁ ଗୁଳି କରିଛି ତାହାର ତଦନ୍ତ ଚାଲିଛି। ଉଭୟଙ୍କ ମୋବାଇଲ ଫରେନ୍ସିକ ଲ୍ୟାବ୍‌କୁ ପଠାଯାଇଥିବାବେଳେ ତଦନ୍ତ ପରେ ସବୁ ଘଟଣା ସ୍ପଷ୍ଟ ହେବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’

ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...

ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି

ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍‌ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ...

ଏହି ଅଲରାଉଣ୍ଡରଙ୍କ ପାଇଁ ଗୌତମ ଗମ୍ଭୀରଙ୍କ ଉପରେ ବର୍ଷିଲେ ରବିଚନ୍ଦ୍ରନ ଅଶ୍ୱିନ

ନୂଆଦିଲ୍ଲୀ,୬।୧୨: ପୂର୍ବତନ ଭାରତୀୟ ସ୍ପିନ ବୋଲର ରବିଚନ୍ଦ୍ରନ ଅଶ୍ୱିନ ପୁଣି ଥରେ ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କରିଛନ୍ତି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ...

ଧାନ କିଣାବିକା ମନ୍ଥର: ସପ୍ତାହରେ ଉଠିଛି ୭.୧୧ ହଜାର ପ୍ୟାକେଟ

ଅତାବିରା,୬ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା...

ପୁଟିନଙ୍କ ଗସ୍ତରୁ ଭାରତକୁ ମିଳିଲା ବଡ଼ ଲାଭ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରି ଶୁକ୍ରବାର (ଡିସେମ୍ବର ୫, ୨୦୨୫) ମସ୍କୋ ଅଭିମୁଖେ ଯାତ୍ରା...

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri