Posted inଅପରାଧ

ଗୁଳି କରି ଆତ୍ମହତ୍ୟା କଲେ ମହିଳା-ପୁରୁଷ କନ୍‌ଷ୍ଟେବଳ

ପାଟନା, ୧।୯: ବିହାରର ରାଜଧାନୀ ପାଟନାରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ମଙ୍ଗଳବାର ବିଏମ୍‌ପି କ୍ୟାମ୍ପରେ ଜଣେ ମହିଳା ଓ ପୁରୁଷ କନ୍‌ଷ୍ଟେବଳ ନିଜକୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟା କରିଥିବା ମହିଳା ଓ ପୁରୁଷ କନ୍‌ଷ୍ଟେବଳଙ୍କ ନାମ ଯଥାକ୍ରମେ ବର୍ଷା ଓ ଅମର ବୋଲି ଜଣାପଡ଼ିଛି। ସକାଳେ ଏହି ଦୁଇଜଣ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା କୁହାଯାଉଛି। ଉଭୟ କନ୍‌ଷ୍ଟେବଳ ଦାର୍ଜିଲିଂର ବାସିନ୍ଦା। ଏହି ଘଟଣା ସମ୍ପର୍କରେ ସେମାନଙ୍କ ପରିବାର ଲୋକଙ୍କୁ ସୂଚନା ଦିଆଯାଇଛି।
ମୁତାବକ ପ୍ରଥମେ ଅମର ବର୍ଷାଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଥିଲେ। ପ୍ରେମ ବ୍ୟାପାରକୁ ନେଇ ଉଭୟ ଏହି ଘଟଣା ଘଟିଥିବା କୁହାଯାଉଛି। କିନ୍ତୁ ପୋଲିସ ପକ୍ଷରୁ ଏନେଇ କିଛି ସ୍ପଷ୍ଟ କରାଯାଇନାହିଁ। ଘଟଣାସ୍ଥଳରେ ବରିଷ୍ଠ ପୋଲିସ ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଶବକୁ ପୋଷ୍ଟମର୍ଟମ ପାଇଁ ପଠାଯାଇଛି। ତେବେ ଗୋଟିଏ ରାଇଫଲ୍‌ରୁ ଗୁଳି ମରାଯାଇଥିବା ସ୍ପଷ୍ଟ ହୋଇଛି। ତେବେ ଏଠାରେ କିଏ କାହାକୁ ଗୁଳି କରିଛି ତାହାର ତଦନ୍ତ ଚାଲିଛି। ଉଭୟଙ୍କ ମୋବାଇଲ ଫରେନ୍ସିକ ଲ୍ୟାବ୍‌କୁ ପଠାଯାଇଥିବାବେଳେ ତଦନ୍ତ ପରେ ସବୁ ଘଟଣା ସ୍ପଷ୍ଟ ହେବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?