ଏଏନଏମଙ୍କୁ ମରଣାନ୍ତକ ଆକ୍ରମଣ ପରେ ନିଜେ ଆତ୍ମହତ୍ୟା କଲେ ପୁରୁଷ ବନ୍ଧୁ, କାରଣ ଖୋଜୁଛି ପୋଲିସ

ବାଲିଗୁଡ଼ା, ୨୩।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ଥାନା କୁଡ଼ୁତୁଲିରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଏଏନଏମଙ୍କୁ ମରଣାନ୍ତକ ଆକ୍ରମଣ ପରେ ଏଏନଏମଙ୍କ କ୍ୱାର୍ଟର ଭିତରେ ଏଏନଏମଙ୍କ ଓଢଣୀ ଲଗାଇ ପୁରୁଷ ବନ୍ଧୁ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ପଠାଇବା ସହ ଏଏନଏମଙ୍କୁ ଗୁରୁତର ଅବସ୍ଥାରେ କ.ନୁଆଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଛି । ମୃତକ ଜଣକ ଭୁବନେଶ୍ୱର ବନମାଳୀପୁର ଅଞ୍ଚଳର ଜଗନ୍ନାଥ ବେହେରା ବୋଲି ସୂଚନା ମିଳିଛି । ତେବେ ପୁରୁଷ ବନ୍ଧୁ ଜଣଙ୍କ ସହ ଏଏନଏମଙ୍କ କ’ଣ ସମ୍ପର୍କ ଥିଲା ଏବଂ ସେ କାହିଁକି ଏଠାକୁ ଆସିଥିଲେ ? ଅନ୍ୟପଟେ କ’ଣ ଏମିତି ଘଟିଲା ଯେ ଜଗନ୍ନାଥ ଏଏନଏମଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ଏବଂ ସେ ନିଜେ ନିଜ ଜୀବନ କାହିଁକି ହାରିଲେ । ଏନେଇ କୌଣସି ସ୍ପଷ୍ଟ ସୂଚନା ମିଳିନଥିବା ବେଳେ ସମସ୍ତ ତଥ୍ୟକୁ ନେଇ କ.ନୁଆଗାଁ ପୋଲିସ ଛାନଭିନ ଚଳାଇଛି । ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ ପହଞ୍ଚିି ଅଧିକ ତଦନ୍ତ କରିଥିବା ବେଳେ ମୃତକଙ୍କ ପରିବାର ଲୋକେ ମଧ୍ୟ କ.ନୁଆଗାଁ ଥାନାରେ ପହଞ୍ଚିିଛନ୍ତି । ସେପଟେ ଘଟଣା ସମ୍ପର୍କରେ ଏଏନଏମ କୌଣସି ପ୍ରତିକ୍ରିୟା ଦେବାକୁ ମନା କରିଦେଇଛନ୍ତି । ଘଟଣାର ତଦନ୍ତ ସରିବା ପରେ ଘଟଣାର ପ୍ରକୃତ ରହସ୍ୟ ସାମ୍ନାକୁ ଆସିବ ବୋଲି କ. ନୂଆଗାଁ ପୋଲିସ ପ୍ରକାଶ କରିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri