ବୋଉ ଫୋନ୍‌ କରି କହିଲା…‘ହସ୍ପିଟାଲରେ ଆଖି ବୁଜି ଦେଲେ ତୋ ସ୍ତ୍ରୀ ଆଉ ପୁଅ’

ଦିଗପହଣ୍ଡି,୧୩। ୫(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ଏକ ନର୍ସିଂହୋମରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ଜଣେ ପ୍ରସୂତି ଏବଂ ତାଙ୍କ ନବଜାତ ଶିଶୁପୁତ୍ର ମୃତ୍ୟୁବରଣ ଘଟଣାକୁ ନେଇ ସମ୍ପୃକ୍ତ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଛି। ମୃତକଜଣଙ୍କ ହେଲେ ସାନଖେମୁଣ୍ଡି ବ୍ଲକ କରାଖଣ୍ଡି ଗ୍ରାମର ରୋଜି ନାୟକ।

ସୂଚନାନୁଯାୟୀ, ଡେଙ୍ଗାଓସ୍ତା ଗ୍ରାମ ନିକଟ ସିଙ୍ଗପୁରର ରୋଜି ପ୍ରାୟ ବର୍ଷକ ପୂର୍ବେ କରାଖଣ୍ଡି ଗ୍ରାମର ବାବୁ ନାୟକଙ୍କୁ ବିବାହ କରିଥିଲେ। ବାବୁ ଗୁଜୁରାଟର ଏକ ଘରୋଇ କମ୍ପାନୀରେ କାମ କରନ୍ତି। ରୋଜି ଗର୍ଭବତୀ ହେବାପରେ ସିଙ୍ଗପୁର ଗ୍ରାମର ବାପଘରେ ରହୁଥିଲେ। ସେ ପ୍ରାୟ ୯ ମାସର ଗର୍ଭବତୀ ଥିଲେ। ରବିବାର ମଧ୍ୟାହ୍ନରେ ପେଟରେ ଯନ୍ତ୍ରଣା ହେବାରୁ ବାପଘର ଲୋକେ ତାଙ୍କୁ ଉକ୍ତ ନର୍ସିଂହୋମ ରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ଆଲଟ୍ରାସାଉଣ୍ଡ କରାଯାଇଥିଲା। ପରେ ତାଙ୍କ ଅଧିକ ପ୍ରସବ ବେଦନା ହେବାରୁ ଉପସ୍ଥିତ ନର୍ସିଂହୋମ କର୍ମଚାରୀ ବୃନ୍ଦ ତାଙ୍କ ପ୍ରସବ କରାଇବା ପାଇଁ ରୋଜିଙ୍କ ପରିବାର ଲୋକଙ୍କୁ କହିଥିଲେ। ସେଠାରେ ତାଙ୍କ ପ୍ରସବ କରାଯାଇଥିଲା। ଏକ ମୃତ ଶିଶୁପୁତ୍ର ଜନ୍ମ ହେବାପରେ ରାତି ପ୍ରାୟ ୧୦ଟାରେ ରୋଜିଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା। ସେଠାରେ ତାଙ୍କ ମୃତ୍ୟୁ ଘଟିଥିଲେ ମଧ୍ୟ ନର୍ସିଂହୋମ କର୍ତ୍ତୃପକ୍ଷ ରୋଜିଙ୍କ ପରିବାରଲୋକଙ୍କୁ ନ ଜଣାଇ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଦର୍ଶାଇ ୧୦୨ ଆମ୍ବୁଲାନ୍ସ ଡ଼କାଇ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ଦେଇଥିଲେ। ପରେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।

ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ତାଙ୍କୁ କରାଖଣ୍ଡି ଗ୍ରାମକୁ ନିଆଯାଇ ସୋମବାର ଗାଁ ଶ୍ମଶାନ ରେ ଶୋକାକୁଳ ପରିବେଶ ମଧ୍ୟରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଥିବା ଜଣାପଡିଛି। ଘଟଣା ପରଠାରୁ ନର୍ସିଂହୋମ ବନ୍ଦ ରହିଛି। ଖବରପାଇ ରୋଜି ଙ୍କ ସ୍ବାମୀ ବାବୁ ଘରେ ପହଞ୍ଚିଥିଲେ। ସ୍ତ୍ରୀ ଙ୍କ ମୃତ୍ୟୁ ରେ ସେ ଗଭୀର ମର୍ମାହତ ହୋଇପଡ଼ିଥିଲେ। ତାଙ୍କ ମା’ ତାଙ୍କୁ ଫୋନ୍‌ କରି ସ୍ତ୍ରୀ ଏବଂ ପୁଅ ମୃତ୍ୟୁ ନେଇ ଜଣାଇଥିବା ସେ କହିଥିଲେ। ନର୍ସିଂହୋମରେ କୌଣସି ଡାକ୍ତରଙ୍କ ଅନୁପସ୍ଥିତିରେ ଅନଭିଜ୍ଞ କର୍ମଚାରୀଙ୍କ ଦାରା ତାଙ୍କ ସ୍ତ୍ରୀଙ୍କ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର କରାଯାଇଥିବା କାରଣରୁ ତାଙ୍କ ମୃତ୍ୟୁ ଘଟିଥିବା ସେ ଅଭିଯୋଗ କରିଛନ୍ତି। ଏହାର ଉଚ୍ଚସ୍ତରୀୟ ତଦନ୍ତ ନିମନ୍ତେ ସେ ଦାବି କରିଛନ୍ତି।

ଅପରପକ୍ଷରେ ନର୍ସିଂହୋମ ପରିଚାଳକ ମଙ୍ଗୁଳୁ ପ୍ରଧାନଙ୍କୁ ଯୋଗାଯୋଗ କରିବାରୁ ଏଭଳି ଅଭିଯୋଗକୁ ଅସ୍ବୀକାର କରିଛନ୍ତି। ଗର୍ଭବତୀ ରୋଜିଙ୍କୁ ପରିବାର ଲୋକେ ନର୍ସିଂହୋମ କୁ ଆଣିଥିଲେ। ତାଙ୍କ ଅଲଟ୍ରା ସାଉଣ୍ଡ କରାଯିବା ପରେ ପ୍ରସବ ବେଦନା ବଢିଥିଲା। ତାଙ୍କୁ କୌଣସି ସରକାରୀ ଡାକ୍ତରଖାନାକୁ ନେବାପାଇଁ ପରିବାରଲୋକଙ୍କୁ ପରାମର୍ଶ ଦିଆଯାଇଥିଲା। କିନ୍ତୁ ସେମାନେ ନେଇ ନ ଥିଲେ। ପରେ ତାଙ୍କର ଏକ ମୃତ ଶିଶୁ ପୁତ୍ର ଜନ୍ମ ହୋଇଥିଲା।ତାଙ୍କ ଅବସ୍ଥାରେ ସୁଧାର ନ ଆସିବାରୁ ପରିବାରଲୋକେ ତାଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ ବୋଲି କହିଛନ୍ତି। ଏନେଇ ଦିଗପହଣ୍ଡି ଥାନା ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ରଙ୍କୁ ପଚାରିବାରୁ ମଙ୍ଗଳବାର ସା ସୁଦ୍ଧା ଏନେଇ ଥାନାରେ କୌଣସି ଏତଲା ନ ଥିବା କହିଛନ୍ତି। ଅପରପକ୍ଷରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟଧିକାରୀ ଡ଼ା.ଭବାନୀ ଶଙ୍କର ମିଶ୍ରସ୍‌ଙ୍କୁ ଯୋଗାଯୋଗ କରିବାରେ ଘଟଣାର ତଦନ୍ତ ନିମନ୍ତେ ଜାତୀୟ ସ୍ବାସ୍ଥ୍ୟ ମିଶନ ଡିପିଏମ୍‌ ବୁଲୁନାଥ ସାହୁଙ୍କୁ ତଦନ୍ତ କରି ରିପୋର୍ଟ ଦେବାକୁ କୁହାଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri