ବୋଉ ଫୋନ୍‌ କରି କହିଲା…‘ହସ୍ପିଟାଲରେ ଆଖି ବୁଜି ଦେଲେ ତୋ ସ୍ତ୍ରୀ ଆଉ ପୁଅ’

ଦିଗପହଣ୍ଡି,୧୩। ୫(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ଏକ ନର୍ସିଂହୋମରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ଜଣେ ପ୍ରସୂତି ଏବଂ ତାଙ୍କ ନବଜାତ ଶିଶୁପୁତ୍ର ମୃତ୍ୟୁବରଣ ଘଟଣାକୁ ନେଇ ସମ୍ପୃକ୍ତ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଛି। ମୃତକଜଣଙ୍କ ହେଲେ ସାନଖେମୁଣ୍ଡି ବ୍ଲକ କରାଖଣ୍ଡି ଗ୍ରାମର ରୋଜି ନାୟକ।

ସୂଚନାନୁଯାୟୀ, ଡେଙ୍ଗାଓସ୍ତା ଗ୍ରାମ ନିକଟ ସିଙ୍ଗପୁରର ରୋଜି ପ୍ରାୟ ବର୍ଷକ ପୂର୍ବେ କରାଖଣ୍ଡି ଗ୍ରାମର ବାବୁ ନାୟକଙ୍କୁ ବିବାହ କରିଥିଲେ। ବାବୁ ଗୁଜୁରାଟର ଏକ ଘରୋଇ କମ୍ପାନୀରେ କାମ କରନ୍ତି। ରୋଜି ଗର୍ଭବତୀ ହେବାପରେ ସିଙ୍ଗପୁର ଗ୍ରାମର ବାପଘରେ ରହୁଥିଲେ। ସେ ପ୍ରାୟ ୯ ମାସର ଗର୍ଭବତୀ ଥିଲେ। ରବିବାର ମଧ୍ୟାହ୍ନରେ ପେଟରେ ଯନ୍ତ୍ରଣା ହେବାରୁ ବାପଘର ଲୋକେ ତାଙ୍କୁ ଉକ୍ତ ନର୍ସିଂହୋମ ରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ଆଲଟ୍ରାସାଉଣ୍ଡ କରାଯାଇଥିଲା। ପରେ ତାଙ୍କ ଅଧିକ ପ୍ରସବ ବେଦନା ହେବାରୁ ଉପସ୍ଥିତ ନର୍ସିଂହୋମ କର୍ମଚାରୀ ବୃନ୍ଦ ତାଙ୍କ ପ୍ରସବ କରାଇବା ପାଇଁ ରୋଜିଙ୍କ ପରିବାର ଲୋକଙ୍କୁ କହିଥିଲେ। ସେଠାରେ ତାଙ୍କ ପ୍ରସବ କରାଯାଇଥିଲା। ଏକ ମୃତ ଶିଶୁପୁତ୍ର ଜନ୍ମ ହେବାପରେ ରାତି ପ୍ରାୟ ୧୦ଟାରେ ରୋଜିଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା। ସେଠାରେ ତାଙ୍କ ମୃତ୍ୟୁ ଘଟିଥିଲେ ମଧ୍ୟ ନର୍ସିଂହୋମ କର୍ତ୍ତୃପକ୍ଷ ରୋଜିଙ୍କ ପରିବାରଲୋକଙ୍କୁ ନ ଜଣାଇ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଦର୍ଶାଇ ୧୦୨ ଆମ୍ବୁଲାନ୍ସ ଡ଼କାଇ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ଦେଇଥିଲେ। ପରେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।

ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ତାଙ୍କୁ କରାଖଣ୍ଡି ଗ୍ରାମକୁ ନିଆଯାଇ ସୋମବାର ଗାଁ ଶ୍ମଶାନ ରେ ଶୋକାକୁଳ ପରିବେଶ ମଧ୍ୟରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଥିବା ଜଣାପଡିଛି। ଘଟଣା ପରଠାରୁ ନର୍ସିଂହୋମ ବନ୍ଦ ରହିଛି। ଖବରପାଇ ରୋଜି ଙ୍କ ସ୍ବାମୀ ବାବୁ ଘରେ ପହଞ୍ଚିଥିଲେ। ସ୍ତ୍ରୀ ଙ୍କ ମୃତ୍ୟୁ ରେ ସେ ଗଭୀର ମର୍ମାହତ ହୋଇପଡ଼ିଥିଲେ। ତାଙ୍କ ମା’ ତାଙ୍କୁ ଫୋନ୍‌ କରି ସ୍ତ୍ରୀ ଏବଂ ପୁଅ ମୃତ୍ୟୁ ନେଇ ଜଣାଇଥିବା ସେ କହିଥିଲେ। ନର୍ସିଂହୋମରେ କୌଣସି ଡାକ୍ତରଙ୍କ ଅନୁପସ୍ଥିତିରେ ଅନଭିଜ୍ଞ କର୍ମଚାରୀଙ୍କ ଦାରା ତାଙ୍କ ସ୍ତ୍ରୀଙ୍କ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର କରାଯାଇଥିବା କାରଣରୁ ତାଙ୍କ ମୃତ୍ୟୁ ଘଟିଥିବା ସେ ଅଭିଯୋଗ କରିଛନ୍ତି। ଏହାର ଉଚ୍ଚସ୍ତରୀୟ ତଦନ୍ତ ନିମନ୍ତେ ସେ ଦାବି କରିଛନ୍ତି।

ଅପରପକ୍ଷରେ ନର୍ସିଂହୋମ ପରିଚାଳକ ମଙ୍ଗୁଳୁ ପ୍ରଧାନଙ୍କୁ ଯୋଗାଯୋଗ କରିବାରୁ ଏଭଳି ଅଭିଯୋଗକୁ ଅସ୍ବୀକାର କରିଛନ୍ତି। ଗର୍ଭବତୀ ରୋଜିଙ୍କୁ ପରିବାର ଲୋକେ ନର୍ସିଂହୋମ କୁ ଆଣିଥିଲେ। ତାଙ୍କ ଅଲଟ୍ରା ସାଉଣ୍ଡ କରାଯିବା ପରେ ପ୍ରସବ ବେଦନା ବଢିଥିଲା। ତାଙ୍କୁ କୌଣସି ସରକାରୀ ଡାକ୍ତରଖାନାକୁ ନେବାପାଇଁ ପରିବାରଲୋକଙ୍କୁ ପରାମର୍ଶ ଦିଆଯାଇଥିଲା। କିନ୍ତୁ ସେମାନେ ନେଇ ନ ଥିଲେ। ପରେ ତାଙ୍କର ଏକ ମୃତ ଶିଶୁ ପୁତ୍ର ଜନ୍ମ ହୋଇଥିଲା।ତାଙ୍କ ଅବସ୍ଥାରେ ସୁଧାର ନ ଆସିବାରୁ ପରିବାରଲୋକେ ତାଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ ବୋଲି କହିଛନ୍ତି। ଏନେଇ ଦିଗପହଣ୍ଡି ଥାନା ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ରଙ୍କୁ ପଚାରିବାରୁ ମଙ୍ଗଳବାର ସା ସୁଦ୍ଧା ଏନେଇ ଥାନାରେ କୌଣସି ଏତଲା ନ ଥିବା କହିଛନ୍ତି। ଅପରପକ୍ଷରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟଧିକାରୀ ଡ଼ା.ଭବାନୀ ଶଙ୍କର ମିଶ୍ରସ୍‌ଙ୍କୁ ଯୋଗାଯୋଗ କରିବାରେ ଘଟଣାର ତଦନ୍ତ ନିମନ୍ତେ ଜାତୀୟ ସ୍ବାସ୍ଥ୍ୟ ମିଶନ ଡିପିଏମ୍‌ ବୁଲୁନାଥ ସାହୁଙ୍କୁ ତଦନ୍ତ କରି ରିପୋର୍ଟ ଦେବାକୁ କୁହାଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଅଘଟଣ, ଜ୍ୱାଳାମୁଖୀ ବିସ୍ଫୋରଣ ଯୋଗୁ ଫେରିଆସିଲା ବାଲି ଯାଉଥିବା ଏୟାର ଇଣ୍ଡିଆ ବିମାନ

ନୂଆଦିଲ୍ଲୀ,୧୮।୬: ବୁଧବାର ପୂର୍ବ ଇଣ୍ଡୋନେସିଆରେ ଏକ ଶକ୍ତିଶାଳୀ ଜ୍ୱାଳାମୁଖୀ ବିସ୍ଫୋରଣ ଯୋଗୁ ବାଲିକୁ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ସମେତ ଅନେକ ଅନ୍ତର୍ଜାତୀୟ ବିମାନକୁ...

ସାରା ବିଶ୍ୱରେ ମୋଦିଙ୍କ ଜଲଓ୍ବା: ଏହି ମାମଲାରେ ଟ୍ରମ୍ପ-ପୁଟିନଙ୍କୁ ପକାଇଦେଲେ ପଛରେ

ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ମୋଦି ଦୁଇ ଦିନିଆ ଗସ୍ତରେ ତୁର୍କୀର ପଡ଼ୋଶୀ ଦେଶ ସାଇପ୍ରସରେ ପହଞ୍ଚିଥିଲେ। ଏଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସର୍ବୋଚ୍ଚ ନାଗରିକ ସମ୍ମାନ ‘ଗ୍ରାଣ୍ଡ...

ମୋରଡ଼ା ଅଞ୍ଚଳରେ ବଢ଼ି ଚାଲିଛି ହାତୀ ଉପଦ୍ରବ: ଶୋଇଥିବାବେଳେ ଜଣଙ୍କୁ ଘରୁ ଘୋଷାଡ଼ି ଆଣି ଦଳି ଦେଲେ

ମୋରଡ଼ା,୧୮ା୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ହାତୀ ଉପଦ୍ରବ ବଢ଼ି ଚାଲିଥିବାରୁ ଜନ ଅସନ୍ତୋଷ ବଢ଼ି ଚାଲିଛି। ସୂଚନାନୁଯାୟୀ, ଉକ୍ତ ନିର୍ବାଚନମଣ୍ଡଳୀର ରାସଗୋବିନ୍ଦପୁର ରେଞ୍ଜ...

ସମସ୍ୟା ସୃଷ୍ଟି କରୁଛି ୧୯୭୧ ମସିହା ବିଦ୍ୟୁତ୍‌ ଖୁଣ୍ଟ, ତାର, ଶଙ୍ଖ

ମହାକାଳପଡ଼ା, ୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ଅବିଭକ୍ତ କଟକ ଜିଲାର ମହାକାଳପଡ଼ା ଅଞ୍ଚଳରେ ୧୯୭୧ରେ ପ୍ରଥମ ଥର ଓଡ଼ିଶା ରାଜ୍ୟ ବିଦ୍ୟୁତ୍‌ ବୋର୍ଡ ପକ୍ଷରୁ ଯୋଗାଣ ବ୍ୟବସ୍ଥା...

ମୁନୀରଙ୍କ ସହ ଲଞ୍ଚ୍‌ କରିଥାନ୍ତେ ଟ୍ରମ୍ପ: ଏହା ପୂର୍ବରୁ ମୁହେଁ ମୁହେଁ ଏମିତି କଥା ଶୁଣାଇଦେଲେ ମୋଦି

ନୂଆଦିଲ୍ଲୀ,ଓ୍ବାଶିଂଟନ,୧୮।୬: ପ୍ରଧାନମନ୍ତ୍ରୀ ମୋଦି ଏବଂ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଫୋନରେ ଆଲୋଚନା ହୋଇଛି। ଟ୍ରମ୍ପଙ୍କ ଅନୁରୋଧରେ, ଉଭୟ ନେତା ଫୋନରେ କଥା ହୋଇଥିଲେ। ଏହି ଆଲୋଚନା...

ସିମନବାଡ଼ି-ରାଇକିଆ ରାସ୍ତାରେ ଗାଡ଼ିମୋଟର ଚଳାଚଳ ବନ୍ଦ, ଲୋକେ ହଟହଟା

ଦାରିଙ୍ଗବାଡ଼ି,୧୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଏକ ନିର୍ମାଣାଧୀନ ପୋଲ ନିକଟ ଡାଇଭର୍ସନ ରାସ୍ତା କର୍ଦ୍ଦମାକ୍ତ ଯୋଗୁ ଗୋଟିଏ...

ହଠାତ୍‌ ଟ୍ରମ୍ପଙ୍କୁ ଫୋନ୍‌ କଲେ ମୋଦି: ଏମିତି କ’ଣ ହେଲା ଆମେରିକା ଯିବାକୁ ମନା କରିଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ୍‌ରେ ଅପରେଶନ ସିନ୍ଦୂର ବିଷୟରେ କଥା ହୋଇଛନ୍ତି। ଦୁଇ ନେତା ପ୍ରାୟ ୩୫...

ଟ୍ରମ୍ପଙ୍କ ପାକିସ୍ତାନୀ ପ୍ରେମ: ଭାରତର ବଡ଼ ଶତ୍ରୁଙ୍କ ସହ କରିବେ ଲଞ୍ଚ୍‌

ୱାଶିଂଟନ,୧୮।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଜି ଲଞ୍ଚରେ ପାକିସ୍ତାନ ସେନା ମୁଖ୍ୟ ଜେନେରାଲ ଅସୀମ ମୁନୀରଙ୍କୁ ଭେଟିବେ। ବୁଧବାର ହ୍ବାଇଟ ହାଉସ ଦ୍ୱାରା ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri