Posted inଖେଳ

ଭିଣେଇ ଭାଇଙ୍କ ରେକର୍ଡ

ଆବୁଧାବି,୭।୧୧: ଭାରତରେ ଭିଣେଇ ଭାଇ ଭାବେ ଜଣାଶୁଣା ପାକିସ୍ତାନ ଅଲରାଉଣ୍ଡର ଶୋଏବ ମଲିକ ରବିବାର ସ୍କଟଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ ଖେଳିଛନ୍ତି ବିସ୍ଫୋରକ ଅର୍ଦ୍ଧଶତକୀୟ ପାଳି। ମାତ୍ର ୧୮ ବଲର ସମ୍ମୁଖୀନ ହୋଇ ୧ ଚୌକା ଓ ୬ ବିଶାଳ ଛକା ସହାୟତାରେ ୩୯ ବର୍ଷୀୟ ମଲିକ ୫୪ ରନ୍‌ ଦର୍ଶନୀୟ ପାଳି ଖେଳିଛନ୍ତି। ମ୍ୟାଚ୍‌ର ଅନ୍ତିମ ଓଭରରେ ସେ ୫ଟି ବଲ ଖେଳିଥିଲେ। ସେଥିରୁ ସେ ୪ ଛକା ଓ ୧ ଚୌକା ଲଗାଇ ଅର୍ଦ୍ଧଶତକ ପୂରଣ କରିଥିଲେ। ଅନ୍ତର୍ଜାତୀୟ ଟି୨୦ରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ଏହା ଦ୍ରୁତତମ ଅର୍ଦ୍ଧଶତକ।

ତେବେ ଏହା ଚଳିତ ଟି୨୦ ବିଶ୍ୱକପ୍‌ର ଯୁଗ୍ମ ଦ୍ରୁତତମ ଅର୍ଦ୍ଧଶତକ। ସମାନ ସଂଖ୍ୟକ ବଲରେ ଗତ ଶୁକ୍ରବାର ସମାନ ପ୍ରତିଦ୍ୱନ୍ଦ୍ୱୀ ବିପକ୍ଷରେ ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ ଭାରତୀୟ ଓପନର ଲୋକେଶ ରାହୁଲ। ମଲିକଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ପାକିସ୍ତାନ ପ୍ରତିପକ୍ଷ ସ୍କଟଲାଣ୍ଡ ଆଗରେ ୧୯୦ ରନ୍‌ର ବିଶାଳ ଟାର୍ଗେଟ ଛିଡ଼ା କରିଛନ୍ତି। ଅଧିନାୟକ ବାବର ଆଜାମ ୬୬ (୫ ଚୌକା ଓ ୩ ଛକା) ଓ ମହମ୍ମଦ ହାଫିଜ ୩୧ (୪ ଚୌକା ଓ ୧ ଛକା) ରନ୍‌ର ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ମାଷ୍ଟରଷ୍ଟ୍ରୋକ୍‌, ଅଡୁଆରେ ଚାଇନା

ନୂଆଦିଲ୍ଲୀ,୨୪।୫: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଚାଇନାର ବୃଦ୍ଧି ପାଉଥିବା କାର୍ଯ୍ୟକଳାପ ଭାରତ ସମେତ ବିଶ୍ୱବ୍ୟାପୀ ଅନେକ ଦେଶ ପାଇଁ ଚିନ୍ତାର କାରଣ ପାଲଟିଛି। ଚାଇନା ଯୁଦ୍ଧଜାହାଜ ଏବଂ…

ବାହା ହୋଇପାରୁନଥିଲା ପୁଅ, ରାଗିଯାଇ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ମୁମ୍ବାଇ,୨୪ା୫: ପୁଅକୁ ବିବାହ କରାଇପାରିଲାନି ମା’ । ରିକ୍ସା ଚାଳକ ପୁଅ ନିଜ ବୃଦ୍ଧା ମା’ଙ୍କ ଉପରେ ଏକ ଜ୍ୱଳନଶୀଳ ପଦାର୍ଥ ଢାଳି ନିଆଁ ଲଗାଇ ଦେଇଥିବା…

ପୁଣି ଲଜ୍ଜିତ ହେଲା ୟୁପି! ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଚିୟରଲିଡର୍ସଙ୍କୁ ଦୁର୍ବବ୍ୟହାର, ଦେଖନ୍ତୁ Video

ଲକ୍ଷ୍ନୌ,୨୪।୫: ବର୍ତ୍ତମାନ, ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ପାଇଁ ସାରା ଭାରତରେ ଉତ୍ସାହ ଲାଗି ରହିଛି। ଦେଶର ବିଭିନ୍ନ ରାଜ୍ୟରେ 2026 ସିଜିନ ପାଇଁ ମ୍ୟାଚ…

‘ମୋତେ ମୂର୍ଖ କୁହ ନାହିଁ – ମୋତେ ଏକଛତ୍ରବାଦୀ କୁହ’: ଜାଣନ୍ତୁ କାହିଁକି ଏମିତି କହିଲେ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୪।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ଟ୍ରମ୍ପ ମନ୍ତବ୍ୟ ଦେଇଛନ୍ତି ଯେ ତାଙ୍କୁ ‘ମୂର୍ଖ’ ବୋଲି କୁହାଯିବା ପସନ୍ଦ ନୁହେଁ; ସେ…

ଆମେରିକା-ପାକିସ୍ତାନ ସମ୍ପର୍କକୁ ନେଇ ବଡ଼ ବୟାନ ଦେଲେ ରୁବିଓ, ଜାଣନ୍ତୁ ଭାରତକୁ ନେଇ କ’ଣ କହିଲେ

ନୂଆଦିଲ୍ଲୀ,୨୪।୫: ଆମେରିକା ଏବଂ ପାକିସ୍ତାନର ସମ୍ପର୍କ ଏବଂ ଭାରତ ସହିତ ଏହାର ରଣନୈତିକ ସହଭାଗୀତା ମଧ୍ୟରେ ପାର୍ଥକ୍ୟ କରି, ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି…

CBSE Copy Scanning Fees: ଆକାଉଣ୍ଟରୁ ଦୁଇଥର କଟିଛି କି ଟଙ୍କା? ଫେରସ୍ତ ନେଇ ବଡ଼ ଘୋଷଣା କଲା ବୋର୍ଡ

ନୂଆଦିଲ୍ଲୀ,୨୪।୫: ସିବିଏସ୍‌ଇ (CBSE) ଦ୍ୱାଦଶ ଶ୍ରେଣୀ ଖାତା ପୁନଃମୂଲ୍ୟାୟନ (Re-evaluation) ପ୍ରକ୍ରିୟାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆବେଦନ ସମୟରେ ବାରମ୍ବାର ଦେଖାଦେଉଥିବା ବୈଷୟିକ…

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri