ମାଲକାନଗିରି: ୨୭୧୮ରୁ ୧୧୪ ପ୍ରାର୍ଥିପତ୍ର ନାକଚ

ମାଲକାନଗିରି,୨୪।୧ (ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ପ୍ରାର୍ଥିପତ୍ର ଯାଞ୍ଚ ପରେ ରବିବାର ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଜିଲାରେ ସରପଞ୍ଚ, ସମିତିସଭ୍ୟ, ଓ୍ବାର୍ଡମେମ୍ବର ଓ ଜିଲା ପରିଷଦ ପାଇଁ ମୋଟ ୨୭୧୮ ଜଣ ପ୍ରାର୍ଥୀ ପ୍ରାର୍ଥତ୍ପତ୍ର ଦାଖଲ କରିଥିବା ବେଳେ ୧୧୪ ଜଣଙ୍କ ନାକଚ ହୋଇଛି। ୨୬୦୪ ଜଣଙ୍କ ପ୍ରାର୍ଥିପତ୍ର କାଏମ ଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜ୍ୟୋଚ୍ଛ୍‌ନାମୟୀ ଆଚାର୍ଯ୍ୟ କହିଛନ୍ତି। ମାଲକାନଗିରି ଜିଲାର ୭ଟି ବ୍ଲକ ପାଇଁ ୧୫ଟି ଜିଲା ପରିଷଦ,୧୧୧ ସରପଞ୍ଚ, ୧୧୧ ସମିତିସଭ୍ୟ ଓ ୧୫୦୯ଟି ଓ୍ବାର୍ଡମେମ୍ବର ପଦବୀ ଚୂଡାନ୍ତ ତାଲିକାରେ ରହିଛି। ଜିଲାର ମୋଟ ୧୫୦୯ଟି ଓ୍ବାର୍ଡ ନିମନ୍ତେ ୧୭୬୮ ପ୍ରାର୍ଥୀ ପ୍ରାର୍ଥିପତ୍ର ଦାଖଲ କରିଥିବା ବେଳେ ସେଥିରୁ ୭୨ ଜଣଙ୍କ ପ୍ରାର୍ଥତ୍ପତ୍ର ନାକଚ ହୋଇଛି। ୧୬୯୬ ଜଣଙ୍କ ନାମାଙ୍କନପତ୍ର କାଏମ ରହିଛି। ସେହିପରି ୧୧୧ଟି ପଞ୍ଚାୟତ ନିମନ୍ତେ ୪୯୪ ପ୍ରାର୍ଥୀ ପ୍ରାର୍ଥିପତ୍ର ଦାଖଲ କରିଥିବା ବେଳେ ୨୭ଜଣଙ୍କ ପ୍ରାର୍ଥତ୍ପତ୍ର ନାକଚ ହୋଇଛି। ୪୬୭ ଜଣଙ୍କ ନାମାଙ୍କନପତ୍ର କାଏମ ରହିଛି। ସମିତିସଭ୍ୟ ପାଇଁ ୩୮୪ ପ୍ରାର୍ଥିପତ୍ର ଦାଖଲ ହୋଇଥିବା ବେଳେ ୧୩ ଜଣଙ୍କ ନାମାଙ୍କନପତ୍ର ନାକଚ ହୋଇଛି। ୩୭୧ ଜଣଙ୍କ ପ୍ରାର୍ଥତ୍ପତ୍ର କାଏମ୍‌ ରହିଛି। ସେହିପରି ୧୫ଟି ଜିଲା ପରିଷଦ ଜୋନ୍‌ ପାଇଁ ୭୨ ପ୍ରାର୍ଥୀ ପ୍ରାର୍ଥତ୍ପତ୍ର ଦାଖଲ କରିଥିବା ବେଳେ ସେଥିରୁ ୨ ଜଣଙ୍କର ନାକଚ ହୋଇଛି। ୭୦ ଜଣଙ୍କ ପ୍ରାର୍ଥିପତ୍ର କାଏମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ ପରେ ଏମିତି ହୃଦୟ ବିଦାରକ କଥା କହିଲେ ଟପ୍‌ ମାଓବାଦୀ ନେତା ଶୁକ୍ରୁ, ଶୁଣିଲେ…

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ଏକଦା ମାଲକାନଗିରି ଜିଲା ମାଓବାଦୀଙ୍କ ଆଡ୍ଡା ଭାବେ ପରିଚିତ ଥିବାବେଳେ ମାଲକାନଗିରି ଜିଲା କାଲିମେଳା ଥାନା ବଡ଼ିଗେଟା ପଞ୍ଚାୟତ ଅନ୍ତର୍ଗତ କୁରୁବୁ ଗ୍ରାମର ଶୁକ୍ରୁ…

ମଣ୍ଡିରେ ପଡ଼ିଛି ଚାଷୀଙ୍କ ଧାନ, ଟୋକନ ଆସିବା ପରେ ବି ଧାନ କିଣୁ ନାହାନ୍ତି ସରକାର

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କଂଗ୍ରେସ କମିଟି ତରଫରୁ ବୁଧବାର ୧୨ ଘଣ୍ଟିଆ ଜିଲା ବନ୍ଦ ପାଳନ କରାଯାଇଛି। ୪ ଦଫା ଦାବି ନେଇ ଏହି ବନ୍ଦ…

ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍‌କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା…

ଦଣ୍ଡକାରଣ୍ୟ ଜୋନାଲ କମିଟିର ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୧।୩(ସୁଚିତ୍ରା ଦାସ): ପୁନର୍ବାସ ନୀତି ଅଧୀନରେ, ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟି (ଡିକେଏସ୍‌ଜେଡ଼ସି)ର ୧୦୮ ଜଣ ମାଓବାଦୀ ହିଂସା ପରିତ୍ୟାଗ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ…

୬୩୧ କଇଁଛ ଜବତ, ଧରାପଡ଼ିଲେ ୭ ବ୍ୟବସାୟୀ

ଏମ୍‌ଭି- ୭୯, ୧୧।୩ (ଆଶିଷ କୁମାର ବାଇନ): ଆନ୍ଧ୍ରରୁ ମାଲକାନଗିରିକୁ ଏକ ବୋଲେରୋ ପିକ୍‌ଅପ୍‌ ଯୋଗେ କଇଁଛ ଚୋରା ଚାଲାଣ ବେଳେ ମୋଟୁ ବନ ବିଭାଗ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri