ମାଲକାନଗିରି ବିମାନବନ୍ଦର ଲୋକାର୍ପଣ ଆଜି

ମାଲକାନଗିରି,୯ା୧(ଦୁର୍ଯ୍ୟୋଧନ ପତ୍ର):ମାଲକାନଗିରି ବିମାନବନ୍ଦରକୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପ୍ରଶାସନ ପକ୍ଷରୁ ଏନେଇ ଚୂଡାନ୍ତ ପ୍ରସ୍ତୁତି ଶେଷ ହୋଇଛି।
ରବିବାର ମାଲକାନଗିରି ବିମାନବନ୍ଦରରେ ପରୀକ୍ଷାମୂଳକ ଭାବେ ୭ ସିଟ୍‌ ବିଶିଷ୍ଟ ଭିଟି ୧୦୦ ବିମାନ ଅବତରଣ କରିଥିଲା। ଟ୍ରାଏଲ ରନ୍‌ ସଫଳ ହେବା ପରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫-ଟି, ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଦ୍ୱାରା ଏହି ନୂତନ ବିମାନବନ୍ଦର ଲୋକାର୍ପିତ ହେବ। ସେଥିପାଇଁ ଜିଲାପାଳ ବିଶାଳ ସିଂ, ଏସ୍‌ପି ନୀତେଶ ୱାଧାନୀ ଓ ଜିଲାସ୍ତରୀୟ ଅଧିକାରୀ ବିମାନବନ୍ଦରରେ ପହଞ୍ଚି ସମସ୍ତ କାର୍ଯ୍ୟ ତଦାରଖ କରିଥିଲେ। ସୋମବାର ଅପରାହ୍ନରେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ରାଜ୍ୟ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଏମ୍‌ପି ରମେଶ ଚନ୍ଦ୍ର ମାଝି ଓ ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣିଚନ୍ଦ୍ର ବାକା ପ୍ରମୁଖ ବିମାନବନ୍ଦର ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଥିଲେ। ପ୍ରଥମଥର ଲାଗି ମାଲକାନଗିରି ଜିଲା ବିମାନସେବାରେ ଯୋଡିହେବ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ସମଗ୍ର ବିମାନବନ୍ଦର ଚତୁଃପାଶ୍ୱର୍ର୍ରେ ପୋଲିସ ଛାଉଣି ହେବା ସହିତ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri