ଆକାଶ ପଥ ସହ ଯୋଡ଼ି ହେଲା ମାଲକାନଗିରି, ଲୋକାର୍ପିତ ହେଲା ମାଲକାନଗିରି ବିମାନବନ୍ଦର

ମାଲକାନଗିରି, ୯।୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ମାଲକାନଗିରି ବିମାନ ବନ୍ଦର ଲୋକାର୍ପଣ କରିଛନ୍ତି । ଏହାଦ୍ୱାରା ମାଲକାନଗିରି ସ୍ୱାଭିମାନ ଅଞ୍ଚଳକୁ ଆକାଶପଥରେ ସଂଯୋଗ କରିବ। ୭୦ କୋଟି ଟଙ୍କା ବ୍ୟୟରେ ୨୩୩ ଏକର ଅଞ୍ଚଳରେ ପରିବ୍ୟାପ୍ତ ଏହି ବିମାନ ବନ୍ଦରର ଉନ୍ନତିକରଣ କରାଯାଇଛି । ଏହା ପୂର୍ବରୁ ଗତ ରବିବାର ବିମାନ ବନ୍ଦରରେ ସଫଳତାର ସହ ପରୀକ୍ଷା ମୂଳକ ଭାବେ ବିମାନ ଉଡ଼ାଣ କରାଯାଇଥିଲା । ଉଦଘାଟନ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହିତ ୫-ଟି, ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ରହିଥିଲେ।

ଉଦଘାଟନ ପୂର୍ବରୁ ସେଥିପାଇଁ ଜିଲାପାଳ ବିଶାଳ ସିଂ, ଏସ୍‌ପି ନୀତେଶ ୱାଧାନୀ ଓ ଜିଲାସ୍ତରୀୟ ଅଧିକାରୀ ବିମାନବନ୍ଦରରେ ପହଞ୍ଚି ସମସ୍ତ କାର୍ଯ୍ୟ ତଦାରଖ କରିଥିଲେ। ସୋମବାର ଅପରାହ୍ନରେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ରାଜ୍ୟ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଏମ୍‌ପି ରମେଶ ଚନ୍ଦ୍ର ମାଝି ଓ ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣିଚନ୍ଦ୍ର ବାକା ପ୍ରମୁଖ ବିମାନବନ୍ଦର ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଥିଲେ। ପ୍ରଥମଥର ଲାଗି ମାଲକାନଗିରି ଜିଲା ବିମାନସେବାରେ ଯୋଡିହେବ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ସମଗ୍ର ବିମାନବନ୍ଦର ଚତୁଃପାଶ୍ୱର୍ର୍ରେ ପୋଲିସ ଛାଉଣି ହେବା ସହିତ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri