ମାଲକାନଗିରି ବିକାଶ ସବୁଠୁ ଅଧିକ ଖୁସି ଦିଏ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(ବ୍ୟୁରୋ)/ମାଲକାନଗିରି,୨୩ା୧୧(ଡି.ଏନ୍‌.ଏ.):  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ମାଲକାନଗିରି ଜିଲା ପାଇଁ ୬ଟି ଗୁରୁତ୍ୱପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହିସବୁ ପ୍ରକଳ୍ପ ଜିଲାର ସାମାଜିକ ଓ ଆର୍ଥିକ ବିକାଶକୁ ଆହୁରି ଆଗେଇନେବ। ଭିଡିଓ କନ୍‌ଫରେନ୍ସରେ ପ୍ରକଳ୍ପ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ମାଲକାନଗିରି ସବୁବେଳେ ତାଙ୍କ ପାଇଁ ସ୍ବତନ୍ତ୍ର ହୋଇ ରହିଛି। ଏହାର ବିକାଶ କାମ ତାଙ୍କୁ ସବୁଠାରୁ ଅଧିକ ଖୁସି ଦେଇଥାଏ। ତାଙ୍କର ପୂର୍ଣ୍ଣ ବିଶ୍ବାସ, ମାଲକାନଗିରି ପରିଚୟ ଆଗକୁ ଆହୁରି ଉଜ୍ଜ୍ୱଳ ହେବ। ରାଜ୍ୟର ଏକ ଆଗୁଆ ଜିଲା ଭାବେ ବିକାଶ ମାନଚିତ୍ରରେ ଏହା ନିଜର ସ୍ଥିତିକୁ ଆହୁରି ଦୃଢ଼ କରିବ।
ଉଦ୍‌ଘାଟିତ ହୋଇଥିବା ପ୍ରକଳ୍ପଗୁଡ଼ିକ ମଧ୍ୟରେ ରହିଛି, ଅନ୍ବେଷା କାର୍ଯ୍ୟକ୍ରମରେ ଶିକ୍ଷା ଗ୍ରହଣ କରୁଥିବା ଅନୁସୂଚିତ ଜନଜାତି ଓ ଜାତି ପିଲାମାନଙ୍କ ପାଇଁ ଦୁଇଟି ହଷ୍ଟେଲ। ଏଥିରେ ୬୦୦ ଝିଅ ଏବଂ ୬୦୦ ପୁଅ ରହିବା ପାଇଁ ବ୍ୟବସ୍ଥା କରାଯାଇଛି। ମୋଟୁ ଟ୍ରାଇ ଜଙ୍କସନ୍‌ରେ ବିଜୁ ପଟ୍ଟନାୟକ ଅନ୍ତଃରାଜ୍ୟ ବସ୍‌ ଟର୍ମିନାଲ ହୋଇଛି। ଏହା ଜିଲା ସହ ଛତିଶଗଡ଼ ଓ ଆନ୍ଧ୍ରପ୍ରଦେଶକୁ ଗମନାଗମନ ସୁଗମ କରିଛି। ଏହା ସହିତ ବଣ୍ଡା ଅଞ୍ଚଳକୁ ଯୋଡୁଥିବା ଏକ ଉଚ୍ଚସ୍ତରୀୟ ସେତୁ ଓ ବାଲିମେଳାଠାରେ ତମସା ନଦୀ ଉପରେ ବିଜୁ ସେତୁ, କ୍ରୀଡ଼ାର ବିକାଶ ପାଇଁ ଏକ ଜୁଡୋ ଏକାଡେମୀ ଓ ପିଲାମାନଙ୍କ ପାଇଁ ଏକ ସ୍ବଧାର ଗୃହ ହୋଇଛି।
ମୁଖ୍ୟମନ୍ତ୍ରୀ ଏହି ଜିଲାରେ ଦ୍ରୁତ ବିକାଶ କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରି କହିଛନ୍ତି, ମାଲକାନଗିରିବାସୀ ବର୍ତ୍ତମାନ ବିକାଶ ସହ ଯୋଡ଼ିହୋଇ ରହିଛନ୍ତି। ବିକାଶ କାମରେ ସମସ୍ତଙ୍କ ସହଯୋଗ ସବୁବେଳେ ଉତ୍ସାହିତ କରି ଆସିଛି। ଜିଲାରେ ଶିକ୍ଷା ଓ ସଚେତନତାର ପ୍ରସାର ଘଟିଛି। ଯୋଗାଯୋଗରେ ଉନ୍ନତି ଆସିଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାଠାରୁ ଆରମ୍ଭକରି ବିଭିନ୍ନ କଲ୍ୟାଣ ଯୋଜନାର ସୁଯୋଗ ଆପଣମାନେ ନେଉଥିବା ଖୁସିର କଥା। ବଣ୍ଡା ଘାଟିର ଝିଅ କରମା ମୁଦୁଲି ଭୁବନେଶ୍ବରର ସବୁଠାରୁ ଭଲ ସରକାରୀ ମହିଳା ୟୁନିଭର୍ସିଟିରେ ପାଠ ପଢୁଥିବାର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିକ୍ଷା ହିଁ ସୁଯୋଗ ଆଣିଥାଏ। ଶିକ୍ଷା ଯୋଗୁ ଏହି ରୂପାନ୍ତର ଆସିପାରିଛି। ଉପସ୍ଥିତ ଛାତ୍ରୀଛାତ୍ରମାନଙ୍କୁ ପାଠ ପଢ଼ି ନିଜ ପାଇଁ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ଏହି ଅବସରରେ ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା ଏବଂ ଜିଲା ପରିଷଦ ଅଧ୍ୟକ୍ଷା ସମାରୀ ଟାଙ୍ଗଲୁ ପ୍ରମୁଖ ବକ୍ତବ୍ୟ ରଖି ମାଲକାନଗିରି ଜିଲାରେ ଦ୍ରୁତ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନେତୃତ୍ୱର ଉଚ୍ଚପ୍ରଶଂସା କରିଛନ୍ତି। ୫-ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବୈଠକରେ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri