ମାଲକାନଗିରି ବିକାଶ ସବୁଠୁ ଅଧିକ ଖୁସି ଦିଏ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(ବ୍ୟୁରୋ)/ମାଲକାନଗିରି,୨୩ା୧୧(ଡି.ଏନ୍‌.ଏ.):  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ମାଲକାନଗିରି ଜିଲା ପାଇଁ ୬ଟି ଗୁରୁତ୍ୱପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହିସବୁ ପ୍ରକଳ୍ପ ଜିଲାର ସାମାଜିକ ଓ ଆର୍ଥିକ ବିକାଶକୁ ଆହୁରି ଆଗେଇନେବ। ଭିଡିଓ କନ୍‌ଫରେନ୍ସରେ ପ୍ରକଳ୍ପ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ମାଲକାନଗିରି ସବୁବେଳେ ତାଙ୍କ ପାଇଁ ସ୍ବତନ୍ତ୍ର ହୋଇ ରହିଛି। ଏହାର ବିକାଶ କାମ ତାଙ୍କୁ ସବୁଠାରୁ ଅଧିକ ଖୁସି ଦେଇଥାଏ। ତାଙ୍କର ପୂର୍ଣ୍ଣ ବିଶ୍ବାସ, ମାଲକାନଗିରି ପରିଚୟ ଆଗକୁ ଆହୁରି ଉଜ୍ଜ୍ୱଳ ହେବ। ରାଜ୍ୟର ଏକ ଆଗୁଆ ଜିଲା ଭାବେ ବିକାଶ ମାନଚିତ୍ରରେ ଏହା ନିଜର ସ୍ଥିତିକୁ ଆହୁରି ଦୃଢ଼ କରିବ।
ଉଦ୍‌ଘାଟିତ ହୋଇଥିବା ପ୍ରକଳ୍ପଗୁଡ଼ିକ ମଧ୍ୟରେ ରହିଛି, ଅନ୍ବେଷା କାର୍ଯ୍ୟକ୍ରମରେ ଶିକ୍ଷା ଗ୍ରହଣ କରୁଥିବା ଅନୁସୂଚିତ ଜନଜାତି ଓ ଜାତି ପିଲାମାନଙ୍କ ପାଇଁ ଦୁଇଟି ହଷ୍ଟେଲ। ଏଥିରେ ୬୦୦ ଝିଅ ଏବଂ ୬୦୦ ପୁଅ ରହିବା ପାଇଁ ବ୍ୟବସ୍ଥା କରାଯାଇଛି। ମୋଟୁ ଟ୍ରାଇ ଜଙ୍କସନ୍‌ରେ ବିଜୁ ପଟ୍ଟନାୟକ ଅନ୍ତଃରାଜ୍ୟ ବସ୍‌ ଟର୍ମିନାଲ ହୋଇଛି। ଏହା ଜିଲା ସହ ଛତିଶଗଡ଼ ଓ ଆନ୍ଧ୍ରପ୍ରଦେଶକୁ ଗମନାଗମନ ସୁଗମ କରିଛି। ଏହା ସହିତ ବଣ୍ଡା ଅଞ୍ଚଳକୁ ଯୋଡୁଥିବା ଏକ ଉଚ୍ଚସ୍ତରୀୟ ସେତୁ ଓ ବାଲିମେଳାଠାରେ ତମସା ନଦୀ ଉପରେ ବିଜୁ ସେତୁ, କ୍ରୀଡ଼ାର ବିକାଶ ପାଇଁ ଏକ ଜୁଡୋ ଏକାଡେମୀ ଓ ପିଲାମାନଙ୍କ ପାଇଁ ଏକ ସ୍ବଧାର ଗୃହ ହୋଇଛି।
ମୁଖ୍ୟମନ୍ତ୍ରୀ ଏହି ଜିଲାରେ ଦ୍ରୁତ ବିକାଶ କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରି କହିଛନ୍ତି, ମାଲକାନଗିରିବାସୀ ବର୍ତ୍ତମାନ ବିକାଶ ସହ ଯୋଡ଼ିହୋଇ ରହିଛନ୍ତି। ବିକାଶ କାମରେ ସମସ୍ତଙ୍କ ସହଯୋଗ ସବୁବେଳେ ଉତ୍ସାହିତ କରି ଆସିଛି। ଜିଲାରେ ଶିକ୍ଷା ଓ ସଚେତନତାର ପ୍ରସାର ଘଟିଛି। ଯୋଗାଯୋଗରେ ଉନ୍ନତି ଆସିଛି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାଠାରୁ ଆରମ୍ଭକରି ବିଭିନ୍ନ କଲ୍ୟାଣ ଯୋଜନାର ସୁଯୋଗ ଆପଣମାନେ ନେଉଥିବା ଖୁସିର କଥା। ବଣ୍ଡା ଘାଟିର ଝିଅ କରମା ମୁଦୁଲି ଭୁବନେଶ୍ବରର ସବୁଠାରୁ ଭଲ ସରକାରୀ ମହିଳା ୟୁନିଭର୍ସିଟିରେ ପାଠ ପଢୁଥିବାର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିକ୍ଷା ହିଁ ସୁଯୋଗ ଆଣିଥାଏ। ଶିକ୍ଷା ଯୋଗୁ ଏହି ରୂପାନ୍ତର ଆସିପାରିଛି। ଉପସ୍ଥିତ ଛାତ୍ରୀଛାତ୍ରମାନଙ୍କୁ ପାଠ ପଢ଼ି ନିଜ ପାଇଁ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ଏହି ଅବସରରେ ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା ଏବଂ ଜିଲା ପରିଷଦ ଅଧ୍ୟକ୍ଷା ସମାରୀ ଟାଙ୍ଗଲୁ ପ୍ରମୁଖ ବକ୍ତବ୍ୟ ରଖି ମାଲକାନଗିରି ଜିଲାରେ ଦ୍ରୁତ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନେତୃତ୍ୱର ଉଚ୍ଚପ୍ରଶଂସା କରିଛନ୍ତି। ୫-ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବୈଠକରେ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?