ମନମୋହୁଛି ମାଲ୍ୟବନ୍ତ ମହୋତ୍ସବ: ଆଜି ଆସିବେ ଓଡ଼ିଆ ସୁପରଷ୍ଟାର ବାବୁଶାନ

କାଲିମେଳା, ୪।୧୨(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲାର ସବୁଠାରୁ ବଡ଼ ସାଂସ୍କୃତିକ ଗଣପର୍ବ ମାଲ୍ୟବନ୍ତ ମହୋତ୍ସବ ଏବେ ପୂରା ଜିଲା ସମେତ ବ୍ଲକ ସ୍ତରରେ ମହାଆଡମ୍ବର ସହକାରେ ପାଳିତ ହେଉଛି । ଏହି ଅବସରରେ ଜିଲାର କାଲିମେଳା ବ୍ଲକସ୍ତରୀୟ ଏହି ୩ ଦିନିଆ ଉତ୍ସବ ୨ ଡିସେମ୍ବରରୁ ଆରମ୍ଭ ହୋଇ ଆଜି ଗୁରୁବାର ଏହାର ଶେଷ ଉଦଯାପନୀ ସମାରୋହ ଅନୁଷ୍ଠିତ ହେବ । ଦ୍ୱିତୀୟ ଦିନରେ ହିଁ ମହୋତ୍ସବ ପଡ଼ିଆରେ ୫୦ ହଜାରରୁ ଅଧିକ ଦର୍ଶକଙ୍କ ସମାଗମ ହୋଇଥିବା ବେଳେ ଆଜି ଓଡ଼ିଆ ଚଳଚ୍ଚିତ୍ର ଜଗତର ସୁପରଷ୍ଟାର ବାବୁଶାନ ମହାନ୍ତିଙ୍କ ପାଦ ପଡ଼ିବା ସହ ଭିଡ଼ ଆହୁରି ବଢ଼ିବ ବୋଲି ଆଶା କରାଯାଉଛି। ଦ୍ୱିତୀୟ ସନ୍ଧ୍ୟାରେ ପପୁଲାର ପ୍ଲେବ୍ୟାକ ସିଙ୍ଗର ସୁଜ୍ଞାନୀ ମହାପାତ୍ରଙ୍କ ମନଲୋଭା ଗୀତ, ଓଲିଉଡର ଆଇଟମ କୁଇନ କୁକିଜ ସ୍ବାଇଁଙ୍କ ଝାକଝମାଳ ନୃତ୍ୟ ଏବଂ ଜନପ୍ରିୟ କମେଡିୟାନ-ୟୁଟ୍ୟୁବର ଅନୁଗୁଳିଆ ବଣ୍ଟିଙ୍କ ହସରେ ଦର୍ଶକ ରାତି ତମାମ ମଜା ଉଠାଇଥିଲେ। ଷ୍ଟେଜ ଆଙ୍କର ପୁପିନ୍ଦରଙ୍କ ମଜେଦାର ଉପସ୍ଥାପନା ଶୋ’କୁ ଆହୁରି ରଙ୍ଗୀନ କରିଥିଲା। ରାଜ୍ୟ ଓ ରାଜ୍ୟ ବାହାରୁ ଆସିଥିବା ଲୋକନୃତ୍ୟ ଦଳ ମଧ୍ୟ ଦର୍ଶକଙ୍କ ମନ ଜିଣିଥିଲେ। କାଲିମେଳା ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦୀପ କୁମାର କର ପ୍ରଚେଷ୍ଟାରେ କାଲିମେଳା ଭଳି ଉପାନ୍ତ ଅଞ୍ଚଳରେ ସିନେ ସୁପରଷ୍ଟାର ମାନଙ୍କୁ ଆଣି ଧୂମଧାମରେ କାର୍ଯ୍ୟକ୍ରମ ଆୟୋଜନ ହୋଇପାରିଛି । ତାଙ୍କର ଉଦ୍ୟମ ଏବଂ କିଛି କରି ଦେଖାଇବାର ପ୍ରଚେଷ୍ଟା ଯୋଗୁ ଏକ ସଫଳ ମାଲ୍ୟବନ୍ତ ମହୋତ୍ସବ ଅନୁଷ୍ଠିତ ହୋଇ ପାରିଛି । ଏଥିସହ ମେଳା ପଡ଼ିଆରେ ସୁସୱାଦୁ ଦେଶୀ ଖାଦ୍ୟ, ମିନାବଜାର ଓ ବିଭିନ୍ନ ଦୋକାନ ବୁଲି ଲୋକେ ଶୀତ ସନ୍ଧ୍ୟାରେ ଉଷ୍ଣତା ଉଠାଇଛନ୍ତି। ମାଲକାନଗିରିର ଆଦିବାସୀ ସଂସ୍କୃତି, ପରମ୍ପରା, ଲୋକକଳା ଓ ପ୍ରାକୃତିକ ସୌନ୍ଦର୍ଯ୍ୟକୁ ସାଧାରଣ ଲୋକଙ୍କ ଆଗରେ ଉପସ୍ଥାପନ କରିବା ଏହି ମହୋତ୍ସବର ମୁଖ୍ୟ ଉଦ୍ଦେଶ୍ୟ। ଦ୍ୱିତୀୟ ଦିନରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ କହିଛନ୍ତି, ‘ମାଲକାନଗିରି ମିତ୍ରତାର ଅଞ୍ଚଳ। ଏଠାକାର ନିରୀହ ଅଞ୍ଚଳବାସୀଙ୍କ ନିକଟରେ ପହଞ୍ଚି ସେମାନଙ୍କ ପାଇଁ ସେବା ଯୋଗାଇବା ଆମର ଲକ୍ଷ୍ୟ। ମାଲ୍ୟବନ୍ତର ପ୍ରଚାର-ପ୍ରସାର ବହୁଳ ହୋଇଛି ଏବଂ ଆକର୍ଷଣୀୟ କାର୍ଯ୍ୟକ୍ରମ ସମସ୍ତଙ୍କ ମନ ଜାଣିପାରିଛି ବୁଲି ନିଜ ବକ୍ତବ୍ୟରେ କହିଥିଲେ।  ବିପୁଳ ଭିଡ଼ ଦେଖି ପୋଲିସ ପ୍ରଶାସନ ସୁରକ୍ଷା ବ୍ୟବସ୍ଥାକୁ କଡ଼ା କରିଛି। ଆଜି ସନ୍ଧ୍ୟାରେ ବାବୁଶାନଙ୍କ ପ୍ରଦର୍ଶନ ସହ ମହୋତ୍ସବର ରଙ୍ଗିନ ସମାପନ ହେବ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri