ଖରା ଆରମ୍ଭରୁ ମାଲକାନଗିରିରେ ଜଳ କଷ୍ଟ

କୋରୁକୋଣ୍ଡା,୧ା୩(ଶିବଦତ୍ତ ସାହୁ): ଖରା ଆରମ୍ଭରୁ ମାଲକାନଗିରି ଜିଲାର ବିଭିନ୍ନ ଅଞ୍ଚଳରେ ଦେଖାଦେଇଛି ଜଳ ସଙ୍କଟ। ଦୀର୍ଘବର୍ଷ ହେଲା ବିଭିନ୍ନ ସ୍ଥାନରେ ଅଚଳ ହୋଇପଡିଛି ସୌର ପ୍ରକଳ୍ପ। ଗଁରେ ଥିବା ୪ ନଳକୂପ ମଧ୍ୟରୁ ୨ ଅଚଳ ହୋଇପଡିଛି। ଅନ୍ୟ ଦୁଇଟି ନଳକୂପର ଉପରେ ଗ୍ରାମବାସୀ ନିର୍ଭରକରି ଚଳୁଛନ୍ତି।

ହେଲେ ନଳକୂପରୁ ଆବଶ୍ୟକ ପାଣି ବାହାରୁ ନ ଥିବାରୁ ଗ୍ରାମବାସୀ ବହୁ ବସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କୋରୁକୋଣ୍ଡା ବ୍ଲକ ନାକାମାମୁଡି ପଞ୍ଚାୟତ କନିଙ୍ଗୀ ଗ୍ରାମରେ। ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ, ପ୍ରାୟ ୫ ବର୍ଷରୁ ଊର୍ଦ୍ଧ୍ୱ ହେବ ଗାଁରେ ଅଚଳ ହୋଇ ପଡିଛି ସୌରାଚାଳିତ ଜଳ ପ୍ରକଳ୍ପ। ଗାଁ ଆଖ ପାଖରେ ପୋଖରୀ, ନଦୀ କିମ୍ବା ନାଳ ନାହିଁ। ଫଳରେ ଗାଁରେ ବାସ କରୁଥିବା ୬୦ରୁ ଊର୍ଦ୍ଧ୍ୱ ପରିବାର ଏବଂ ଗୋରୁ ଓ ଗୃହ ପାଳିତ ପ୍ରାଣୀ ପାଣି ମୁନ୍ଦାଏ ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ତେବେ ଏହାର ସ୍ଥାୟୀ ସମାଧାନ ପାଇଁ ଗ୍ରାମବାସୀ ପଞ୍ଚାୟତ କର୍ତ୍ତୃୃପକ୍ଷ, ବ୍ଲକ ପ୍ରଶାସନଠାରୁ ଆରମ୍ଭ କରି ଗ୍ରାମ୍ୟ ଜଳ ଓ ପରିମଳ ବିଭାଗ ଯନ୍ତ୍ରୀ ଏବଂ ନିର୍ବାଚିତ ଜନ ପ୍ରତିନିଧିଙ୍କ ନିକଟରେ ବହୁବାର ଅଭିଯୋଗ କରିଥିଲେ ବି କେହି ଶୁଣୁ ନ ଥିବା ଗ୍ରାମ ସଭାପତି ରତନ ଗୁଡିଆ, ମେମ୍ବର ବିନ ଗୁଡିଆ, ସୁବାସ ଖରା, ସମରା ଗୁଡିଆ, ରବି ଗଡିଆ, କିଶୋର ଗୁଡିଆ, ସୁରେଶ ଖରା, ଧନ ଗୁଡିଆ ସୁରେନ୍ଦ୍ର ଗୁଡିଆ ଓ ଭୀମ ଗୁଡିଆଙ୍କ ସମେତ ସମସ୍ତ ଗ୍ରାମବାସୀ ଅଭିଯୋଗ କରିଛନ୍ତି।

ଏହି ସମ୍ପର୍କରେ ନାକାମାମୁଡି ପଞ୍ଚାୟତ ନିର୍ବାହୀ ଅଧିକାରୀ ରାଜେନ୍ଦ୍ର ଗୁରୁଙ୍କୁ ପଚାରିବାରୁ ଉକ୍ତ ପ୍ରକଳ୍ପଟିକୁ ପୂର୍ବରୁ ଥରେ ସଜଡା ଯାଇଥିଲା। ବର୍ତ୍ତମାନ ଉକ୍ତ ପ୍ରକଳ୍ପଟିକୁ ମରାମତି କରିବା ପାଇଁ ବିଭାଗୀୟ ଯନ୍ତ୍ରୀଙ୍କୁ କହିବି ବୋଲି କହିଥିଲେ। ଏନେଇ ଗ୍ରାମ୍ୟ ଜଳ ଓ ପରିମଳ ବିଭାଗ କନିଷ୍ଠ ଯନ୍ତ୍ରୀ ରବୀନ୍ଦ୍ର ବିଶ୍ୱାଳଙ୍କ ମୋବାଇଲ ନମ୍ବର-୭୯୭୮୦୨୬୪୦୨ରେ ଯୋଗାଯୋଗ କରାଯାଇଥିଲା। ସେ ନ ଉଠାଇବାରୁ ତାଙ୍କ କୌଣସି ପ୍ରତିକ୍ରିୟା ମିଳି ପାରିନାହିଁ। ଏହି ସମ୍ପର୍କରେ କୋରୁକୋଣ୍ଡା ବିଡିଓ ଅମୂଲ୍ୟ ସାହୁଙ୍କୁ ପଚାରିବାରୁ ଉକ୍ତ ପ୍ରକଳ୍ପଟିକୁ ତୁରନ୍ତ ମରାମତି କରିବାକୁ ବିଭାଗୀୟ କନିଷ୍ଠ ଯନ୍ତ୍ରୀଙ୍କୁ କହିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?