ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କ ୧ କୋଟିରୁ ଊର୍ଦ୍ଧ୍ୱ ସମ୍ପତ୍ତି ବାଜ୍ୟାପ୍ତି

ଭୁବନେଶ୍ୱର,(ସତ୍ୟଜିତ୍‌ ରାଉତ)/ ମାଲକାନଗିରି, ୨୧ା୫ (ଦୁର୍ଯ୍ୟୋଧନ ପାତ୍ର):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦଣ୍ଡିତ ହୋଇଥିବା ମାଲକାନଗିରି ଜିଲାର ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀ (ଏସ୍‌ସିଓ) ଦାଶରଥି ତ୍ରିପାଠୀଙ୍କ ପାଇଁ ପୁଣି ଅଡ଼ୁଆ ବଢ଼ିଛି। ଦାଶରଥିଙ୍କ ୧ କୋଟି ୭ ଲକ୍ଷ ୬୬ ହଜାର ୩୪୦ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତିକୁ ଭୁବନେଶ୍ୱର ସ୍ବତନ୍ତ୍ର କୋର୍ଟର ବିଚାରପତି ଆଶାପୂର୍ଣ୍ଣା ମହାପାତ୍ର ସୋମବାର ବାଜ୍ୟାପ୍ତି କରିଛନ୍ତି। ଏହି ସମ୍ପତ୍ତି ମଧ୍ୟରେ ପୁରୀ ଜିଲା ବାଟମଙ୍ଗଳାଠାରେ ଏକ ଜମି, ଭୁବନେଶ୍ୱର ଯାଁଳା ମୌଜାରେ ଆଉ ଏକ ପ୍ଲଟ୍‌ , ଭରତପୁର ମୌଜାରେ ଥିବା ଜିଏ ପ୍ଲଟ୍‌ ସମେତ ବ୍ୟାଙ୍କ ଜମା, ପୋଷ୍ଟାଲ ଜମା ଓ ଏଲ୍‌ଆଇସି ଜମା ଆଦି ରହିଛି। ଦାଶରଥି ମାଲକାନଗିରିରେ ଏସ୍‌ସିଓ ଭାବେ କାର୍ଯ୍ୟ କରୁଥିବାବେଳେ ବହୁ ଦୁର୍ନୀତି କରିଥିବା ଅଭିଯୋଗ ହୋଇଥିଲା। ୨୦୦୫ରେ ଭିଜିଲାନ୍ସ ପକ୍ଷରୁ ତାଙ୍କ ଘର ଓ ଅଫିସ ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବିପୁଳ ସମ୍ପତ୍ତି ଠାବ ହୋଇଥିଲା। ଭୁବନେଶ୍ୱର ଭିଜିଲାନ୍ସ ଥାନାରେ ଏସଂକ୍ରାନ୍ତରେ ଏକ ମାମଲା (ନଂ.୫/୨୦୦୫) ରୁଜୁ କରାଯାଇ ଦାଶରଥିଙ୍କୁ ଗିରଫ କରାଯାଇଥିଲା। ତେବେ ଗିରଫ ହେବାର ବର୍ଷେ ପରେ ଅର୍ଥାତ୍‌ ୨୦୦୬ରେ ଦାଶରଥି ଅବସର ଗ୍ରହଣ କରିଥିଲେ। ଏହି ମାମଲାରେ ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ ୨୦୧୯ ଜୁଲାଇ ୨୪ରେ ରାୟ ପ୍ରକାଶ କରିଥିଲେ। ଦାଶରଥିଙ୍କୁ ୨ ବର୍ଷ ଜେଲଦଣ୍ଡ ସହ ୧ ଲକ୍ଷ ଟଙ୍କା ଜରିମାନା ନିର୍ଦ୍ଦେଶ ଥିଲା। ଗତ ୨୦୨୩ ଜାନୁଆରୀ ୪ରେ ରାଜ୍ୟ ସରକାର ମଧ୍ୟ ଦାଶରଥିଙ୍କ ପେନସନ୍‌ ଓ ଗ୍ରାଚ୍ୟୁଇଟି ସ୍ଥାୟୀ ଭାବେ ବନ୍ଦ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri