ମାଲକାନଗିରିରେ ୫୪ ପଜିଟିଭ୍‌ ଚିହ୍ନଟ: ରହିଛନ୍ତି ୨ କରୋନା ଯୋଦ୍ଧା

କୋରୁକୋଣ୍ଡା,୧୭।୭(ଡି.ଏନ୍‌.ଏ): ମାଲକାନଗିରି ଜିଲାରେ ଦିନକୁ ଦିନ ଉଗ୍ରରୂପ ନେଉଛି କରୋନା। ଜିଲାରେ ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ଜିଲାର ସର୍ବାଧିକ ୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ମାଲକାନଗିରି ଜିଲାପାଳ ଟୁଇଟ୍‌ କରି ଜଣାଇଛନ୍ତି। ମାଲକାନଗିରି ପୌରପରିଷଦ, ମାଲକାନଗିରି ବ୍ଲକ, ବାଲିମେଳା ଏନ୍‌ଏସି, କାଲିମେଳା ବ୍ଲକ, ଖଇରିପୁଟ ବ୍ଲକ ଏବଂ ମାଥିଲି ବ୍ଲକରୁ ଏହି ୫୪  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୧ ଆକ୍ରାନ୍ତ ମାଲକାନଗିରି ପୌରପରିଷଦ, ୩ ଆକ୍ରାନ୍ତ ମାଲକାନଗିରି ବ୍ଲକ, ୨୧ ଆକ୍ରାନ୍ତ ବାଲିମେଳା ଏନ୍‌ଏସି, ଜଣେ କାଲିମେଳା ବ୍ଲକ, ୬ ଆକ୍ରାନ୍ତ ଖଇରିପୁଟ ବ୍ଲକ ଏବଂ ୨ ଆକ୍ରାନ୍ତ ମାଥିଲି ବ୍ଲକର ବୋଲି ଜଣାପଡିଛି। ମାଲକାନଗିରି ପୌରପରିଷଦର ୨୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୬ ଆକ୍ରାନ୍ତ ପୂର୍ବ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସିଥିବା ବେଳେ ଅନ୍ୟ ୫ ଆକ୍ରାନ୍ତ ଲକ୍ଷଣ ଥିବା ସୂଚନା ମିଳିଛି। ମାଲକାନଗିରି ବ୍ଲକର ୩ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଲକ୍ଷଣ ଜନିତ କରୋନା ଯୋଦ୍ଧା ହୋଇଥିବା ବେଳେ ଅନ୍ୟ ୨ ଆକ୍ରାନ୍ତ ହଟସ୍ପଟ ଜିଲାରୁ ଫେରିଥିବା ସୂଚନା ମିଳିଛି।
ସେହିପରି କାଲିମେଳା ବ୍ଲକ ଏମ୍‌ଭି-୯୦ର ଆକ୍ରାନ୍ତ ଜଣକ ଦିଲ୍ଲୀ ଫେରନ୍ତା ହୋଇଥିବା ବେଳେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଚିହ୍ନଟ ହୋଇଥିବା ସୂଚନା ମିଳିଛି। ବାଲିମେଳା ଏନ୍‌ଏସିର ୨୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ଆକ୍ରାନ୍ତ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଚିହ୍ନଟ ହୋଇଥିବା ବେଳେ ୩ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା ହୋଇଥିବା ଜଣାପଡିଛି। ମାଥିଲି ବ୍ଲକର ୨ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କରୋନା ଯୋଦ୍ଧା ସହ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଚିହ୍ନଟ ହୋଇଥିବା ବେଳେ ଅନ୍ୟ ଜଣେ ହଟସ୍ପଟ ଜିଲାରୁ ଫେରିଥିବା ସହ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଚିହ୍ନଟ ହୋଇଛନ୍ତି। ଖଇରିପୁଟ ବ୍ଲକର ୬ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ତାମିଲନାଡୁ ଫେରନ୍ତା ଗୋବିନ୍ଦପାଲ୍ଲୀ ଅଞ୍ଚଳର ହୋଇଥିବା ବେଳେ ଅନ୍ୟ ୩ ଆକ୍ରାନ୍ତ ହଟସ୍ପଟ ଜିଲାରୁ ଫେରିଥିବା ଏବଂ ଅନ୍ୟ ୨ ଆକ୍ରାନ୍ତ ପୂର୍ବ ଆକ୍ରାନ୍ତ ଙ୍କ ସଂସ୍ପର୍ଶରେ ଆସି ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ ସୂଚନା ଦେଇଛି।
ସୂଚନାଯୋଗ୍ୟ, ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବମୋଟ ୨୬୬କୁ ଛୁଇଁଛି। ସେଥିମଧ୍ୟରୁ ୧୨୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ବର୍ତ୍ତମାନ ୧୩୮ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

ରିୟାଦ ବିମାନବନ୍ଦର ଉପରେ ବଡ଼ ଧରଣର ଆକ୍ରମଣ; ୧୨ ମୃତ ୩୦୦ରୁ ଅଧିକ ଆହତ

ରିଦ,୧୧।୧୦: ସାଉଦି ଆରବ ଏବଂ ୟେମେନର ହୁଥି ବିଦ୍ରୋହୀଙ୍କ ମଧ୍ୟରେ କ୍ରମାଗତ ଆକ୍ରମଣ ଜାରି ରହିଛି। ସମ୍ପ୍ରତି, ହୁଥି ବିଦ୍ରୋହୀମାନେ ସାଉଦି ଆରବର ରାଜଧାନୀ ରିୟାଦସ୍ଥିତ ‘କିଙ୍ଗ…

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୦।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?