ଦେଶର ଶ୍ରେଷ୍ଠ ୫ ଆକାଂକ୍ଷୀ ଜିଲା ତାଲିକା: ତୃତୀୟରେ ମାଲକାନଗିରି

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଦେଶର ଶ୍ରେଷ୍ଠ ୫ ଆକାଂକ୍ଷୀ ଜିଲା ତାଲିକାରେ ତୃତୀୟ ସ୍ଥାନରେ ମାଲକାନଗିରି ରହିଛି। ନିତି ଆୟୋଗଙ୍କ ଆକାଂକ୍ଷୀ ଜିଲା ତାଲିକାର ୩ୟ ସ୍ଥାନରେ ମାଲକାନଗିରି ଥିବା ବେଳେ ୧ମରେ ଆସାମର ଉଦଲଗିରି,୨ୟରେ କର୍ନାଟକର ୟାଦର୍ଗି, ୪ର୍ଥରେ ଛତିଶଗଡ଼ର ସୁକମା ଓ ୫ମ ସ୍ଥାନରେ ବିହାରର ପୂର୍ଣ୍ଣିଆ ଜିଲ୍ଲା ରହିଛି।

କେନ୍ଦ୍ର ସରକାର ୨୦୧୮ ମସିହା ଜାନୁଆରୀରୁ ଶିକ୍ଷା, ସ୍ବାସ୍ଥ୍ୟ, ମୌଳିକ ଆବଶ୍ୟକତା, ଦକ୍ଷତା ଓ ଆର୍ଥିକ ବିକାଶ ଉପରେ ଗୁରୁତ୍ୱାରୋପ ଦେବା ଲାଗି ‘ଆକାଂକ୍ଷୀ ଜିଲା’ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । ଏଥିରେ ସମଗ୍ର ଦେଶର ମୋଟ ୧୧୫ଟି ପଛୁଆ ଜିଲାକୁ ନିଆଯାଇଥିଲା। ସେଥିରେ ଓଡ଼ିଶାର ୧୦ଟି ଜିଲା ରହିଛି। ଏସବୁ ଜିଲା ପାଇଁ ୧୦ ଜଣ କେନ୍ଦ୍ରମନ୍ତ୍ରୀଙ୍କୁ ନିୟୋଜିତ କରାଯାଇଛି। ସେମାନେ ମଝିରେ ମଝି ଜିଲା ଗସ୍ତ କରି କେଉଁଭଳି ଭାବେ କେନ୍ଦ୍ର ସରକାରଙ୍କ ଯୋଜନା କାର୍ଯ୍ୟକାରୀ ହେଉଛି, ତାହା ଉପରେ ସମୀକ୍ଷା କରୁଛନ୍ତି।

ମଙ୍ଗଳବାର କେନ୍ଦ୍ର କୃଷି ଓ ଖାଦ୍ୟ ପ୍ରକ୍ରିୟାକରଣ ମନ୍ତ୍ରୀ ସଞ୍ଜିବ କୁମାର ବାଲ୍ୟାନ କୋରାପୁଟ ଗସ୍ତ କରି ବିକାଶ କାର୍ଯ୍ୟର ସମୀକ୍ଷା କରିଥିଲେ। ବୁଧବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଢେଙ୍କାନାଳ ଗସ୍ତରେ ଆସିଛନ୍ତି। ସେହିପରି ମାଲକାନଗିରିକୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କଳାହାଣ୍ଡିକୁ ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା, ବଲାଙ୍ଗିରକୁ ଗ୍ରାମ୍ୟ ଉନ୍ନୟନ ରାଷ୍ଟ୍ରମନ୍ତ୍ରୀ ନିରଞ୍ଜନ ଜ୍ୟୋତି, ନବରଙ୍ଗପୁରକୁ କୃଷି ଓ କୃଷକ କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ଶୋଭା କରଣ୍ଡାଲଜେ, କନ୍ଧମାଳକୁ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ସୁବାସ ସରକାର, ରାୟଗଡ଼ାକୁ ବାଣିଜ୍ୟ ଓ ଶିଳ୍ପ ରାଷ୍ଟ୍ରମନ୍ତ୍ରୀ ସୋମ ପ୍ରକାଶ, ନୂଆପଡ଼ାକୁ ଆଇନ ଓ ନ୍ୟାୟ ରାଷ୍ଟ୍ରମନ୍ତ୍ରୀ ସତ୍ୟ ପାଲ ସିଂ ବାଘେଲ, ଗଜପତିକୁ ଶିଳ୍ପ ଓ ଜଳଶକ୍ତି ରାଷ୍ଟ୍ରମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲ ଆସିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

ମନ୍ଦିରରେ ଦଳାଚକଟା….ପରସ୍ପର ଉପରେ ଚଢ଼ିଗଲେ ଭକ୍ତ, ଚାଲିଗଲା ୮ ଜୀବନ

ପାଟନା,୩୧।୩: ବିହାରର ନାଳନ୍ଦା ଜିଲାରେ ଛାତିଥରା ଅଘଟଣ । ଏଠାରେ ଅବସ୍ଥିତ ଶୀତଳା ମାତା ମନ୍ଦିରରେ ହଠାତ୍ ଦଳାଚକଟା ହୋଇଥିଲା। ଏହି ଘଟଣାରେ ଏପର୍ଯ୍ୟନ୍ତ ଆଠ ଜଣ…

ଯୁଦ୍ଧ ମଧ୍ୟରେ ଏସବୁ ଦେଶକୁ ସାହାଯ୍ୟର ହାତ ବଢାଇଲେ ମୋଦି, ଏବେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା ସହିପାରୁନି ପାକିସ୍ତାନ!

ଇସଲାମାବାଦ,୩୧।୩: ଇରାନ ସହିତ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ତୈଳ ସଙ୍କଟ ମଧ୍ୟରେ, ଭାରତ ଖୁବ ପ୍ରଶଂସା ପାଉଛି – ଏକ ବିକାଶ ଯାହା ପାକିସ୍ତାନୀ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ବେଲଗଛରେ ଛୁଲୁଥିଲା ବିଜେଡି ନେତାଙ୍କ ସ୍ତ୍ରୀଙ୍କ ମୃତଦେହ: ପୋଲିସ କଲା ଜବତ

ନୂଆପଡ଼ା,୩୧ା୩ (ମକାରୁ ବେମାଲ):ନୂଆପଡା ସହରର ମାତାଗୁଡି ପଡାସ୍ଥିତ ଏକ ବେଲଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୂର୍ବତନ ଯୁବ ବିଜୁ ଜନତା…

ହର୍ମୁଜରେ ଏବେ ଟିକସ ଆଦାୟ କରିବ ଇରାନ, ସଂସଦରେ ଆଇନକୁ ମିଳିଲା ମଞ୍ଜୁରୀ

ତେହରାନ,୩୧।୩: ଇରାନ ସହିତ ସଂଘର୍ଷ ପରିପ୍ରେକ୍ଷୀରେ, ଯାହା ଡରାଉ ଥିଲା ତାହା ହିଁ ଘଟିଛି। ଇରାନର ସଂସଦ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ ଉପରେ ଟୋଲ ଲାଗୁ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ପୁଣି ଆରବର୍ଷକୁ ଅପେକ୍ଷା

ପୁରୁଷୋତ୍ତମପୁର,୩୧।୩(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦଯାପନ ହେବାକୁ ଯାଉଛି। ଏହି ଶେଷ ପାଳିରେ ମା’ ତାରାତାରିଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri