ଫୋବର୍‌ସରେ ସ୍ଥାନ ପାଇଲେ ମାଲକାନଗିରିର ଜୟନ୍ତୀ

ମାଲକାନଗିରି, ୧୫ା୩ (ଦୁର୍ଯ୍ୟୋଧନ ପାତ୍ର):ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ମାଗାଜିନ୍‌ ଫୋବର୍‌ସ ପକ୍ଷରୁ ଦେଶର ୨୩ ଶକ୍ତିଶାଳୀ ମହିଳାଙ୍କୁ ଚୟନ କରାଯାଇଥିବାବେଳେ ଓଡ଼ିଶାରୁ ମାଲକାନଗିରିର ଆଦିବାସୀ ଝିଅ ଜୟନ୍ତୀ ବୁରୁଦା ଏହି ତାଲିକାରେ ସାମିଲ ହୋଇଛନ୍ତି। ଜୟନ୍ତୀ ପ୍ରଥମ ଆଦିବାସୀ ଝିଅ ଯିଏ କି ଏନ୍‌ଡବ୍ଲ୍ୟୁଏମ୍‌ଆଇରୁ ଫେଲୋଶିପ୍‌ ଗ୍ରହଣ କରିଥିଲେ। ପରେ ଜଙ୍ଗଲ ରାଣୀ ଇନିସିଏଟିଭ ଆରମ୍ଭ କରି ଆଦିବାସୀ ଝିଅମାନଙ୍କୁ ଟେକ୍ନୋଲୋଜି ଶିକ୍ଷା ଦେଉଛନ୍ତି। ଫଳରେ ଦୁର୍ଗମ ଅଞ୍ଚଳର ପ୍ରତିଟି ଖବର ସମସ୍ତଙ୍କ ପାଖରେ ପହଞ୍ଚିପାରିବ। ଏହାସହ ପ୍ରାୟ ୬ ବର୍ଷ ପୂର୍ବରୁ ବଡ଼ ଦିଦି ନାମକ ଏକ ସଂଗଠନ କରି ଋତୁସ୍ରାବ ବିଷୟରେ ଆଦିବାସୀ ମହିଳା ଓ ଯୁବତୀଙ୍କୁ ସେ ସଚେତନ କରୁଛନ୍ତି। ୨୦୧୭ରେ ପ୍ରାୟ ୨୦ ଜଣ ଶିକ୍ଷିତ ଯୁବତୀଙ୍କୁ ନେଇ ଆରମ୍ଭ କରିଥିଲେ ବଡ ଦିଦି ସଂଗଠନ। ଦୁର୍ଗମ ବଣ୍ଡାଘାଟିର ବିଭିନ୍ନ ଗଁାରେ ଘରକୁ ଘର ବୁଲି ପ୍ରଥମେ ଯୁବତୀମାନଙ୍କୁ ଋତୁସ୍ରାବ ସମୟରେ ହେଉଥିବା ସମସ୍ୟା ଓ ସାନିଟାରି ପ୍ୟାଡ୍‌ ବ୍ୟବହାର ବିଷୟରେ ସଚେତନତା ଅଭିଯାନ ଆରମ୍ଭ କରିଥିଲେ। ଆଭ୍ୟନ୍ତରୀଣ ଅଞ୍ଚଳରେ ସାନିଟାରି ପ୍ୟାଡ୍‌ ମିଳିପାରୁ ନ ଥିବାରୁ ବଦାନ୍ୟ ବ୍ୟକ୍ତିଙ୍କ ସହାୟତାରେ ଘରେ ଘରେ ଏହା ବାଣ୍ଟିବା ଆରମ୍ଭ କଲେ ଜୟନ୍ତୀ; ଯାହାକି ତାଙ୍କୁ ଏକ ନୂତନ ପରିଚୟ ଦେଇଥିବା ବେଳେ ସେ ଫୋର୍ବସ ମାଗାଜିନ୍‌ରେ ସ୍ଥାନିତ ହୋଇପାରିଥିବାରୁ ଖୁସି ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri