Posted inଜାତୀୟ

ଅକ୍ଟୋବର ୨୬ରେ ଅଧ୍ୟକ୍ଷ ପଦ ସମ୍ଭାଳିବେ ଖର୍ଗେ

ନୂଆଦିଲ୍ଲୀ,୨୧ ।୧୦: କଂଗ୍ରେସର ନବ ନିର୍ବାଚିତ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖର୍ଗେଙ୍କୁ ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ଦେଶର ସବୁଠାରୁ ପୁରୁଣା ଦଳକୁ ମଜଭୁତ କରିବାକୁ ପଡିବ । ଏଥିପାଇଁ ଖର୍ଗେଙ୍କ ସାମ୍ନାରେ ରହିଛି ଅନେକ ଚ୍ୟାଲେଞ୍ଜ । ଦୀର୍ଘ ୨୪ ବର୍ଷ ପରେ ଗାନ୍ଧୀ ପରିବାର ବାହାରୁ ଅଧ୍ୟକ୍ଷ ହୋଇଥିବା ଖର୍ଗେଙ୍କ ପାଇଁ ପ୍ରଥମ ଚ୍ୟାଲେଞ୍ଜ ରହିବ ଗୁଜରାଟ ଓ ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ । ଏହାସହ ରାଜସ୍ଥାନ ଓ କର୍ନାଟକରେ ବୃଦ୍ଧି ପାଇଥିବା ଆଭ୍ୟନ୍ତରିଣ କଳହ ବି ଖର୍ଗେଙ୍କ ପାଇଁ ଆଉ ଏକ ବଡ ଚ୍ୟାଲେଞ୍ଜ । ତେଣୁ ସାଧାରଣ ନିର୍ବାଚନ ପୂର୍ବରୁ ଦଳକୁ ଏକଜୁଟ କରିବା ଖର୍ଗେଙ୍କ ପାଇଁ ସବୁଠାରୁ ବଡ ଚ୍ୟାଲେଞ୍ଜ ହେବ । ଅକ୍ଟୋବର ୨୬ରେ ଖର୍ଗେ ଅଫିସିଆଲି ଅଧ୍ୟକ୍ଷ ପଦର କାର୍ଯ୍ୟଭାର ସମ୍ଭାଳିବେ ।

ହିମାଚଳ ପ୍ରଦେଶ ଓ ଗୁଜରାଟରେ ଭାରତୀୟ ଜନତା ପାର୍ଟି(ଭାଜପା)ର ସ୍ଥିତି ଖୁବ୍ ମଜଭୁତ ରହିଛି । ସେଥିପାଇଁ ଏଠାକାର ବିଧାନସଭା ନିର୍ବାଚନ ଖର୍ଗେଙ୍କ ପାଇଁ ପ୍ରଥମ ଚ୍ୟାଲେଞ୍ଜ ହେବ । ବର୍ତ୍ତମାନ କେବଳ ଦୁଇଟି ରାଜ୍ୟ ରାଜସ୍ଥାନ ଓ ଛତିଶଗଡ଼ରେ କଂଗ୍ରେସର ସରକାର ରହିଛି । ହିମାଚଳ ପ୍ରଦେଶ ଓ ଗୁଜରାଟ ପରୀକ୍ଷା ପରେ ୨୦୨୩ରେ ୯ ରାଜ୍ୟର ବିଧାନସଭା ନିର୍ବାଚନ ହେବ । ଯେଉଁଥିରେ ତାଙ୍କର ଗୃହ ରାଜ୍ୟ କର୍ନାଟକ ବି ରହିଛି । ଦଳ ମଧ୍ୟରେ ଅଭିଜ୍ଞତା ଥିବା ନେତା ଓ ଯୁବକଙ୍କ ମଧ୍ୟରେ ବି ସନ୍ତୁଳନ ରଖିବା ଖର୍ଗେଙ୍କ ପାଇଁ ଆଉ ଏକ ଚ୍ୟାଲେଞ୍ଜ ।


Enter your email to get our daily news in your inbox.

All Right Reserved By Dharitri.Com

UPSC ସିଭିଲ ସିର୍ଭସ ପରୀକ୍ଷା ୨୦୨୩ ଫାଇନାଲ ରିଜଲ୍ଟ ଜାରି, ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର

ନୂଆଦିଲ୍ଲୀ,୧୬।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା ୨୦୨୩ ର ଫାଇନାଲ ଫଳାଫଳ ପ୍ରକାଶ ପାଇଛି। ଏହାର ୱେବସାଇଟ upsc.gov.in ରେ ଏହା ଯାଞ୍ଚ କରାଯାଇପାରିବ ।...

ସୁପ୍ରିମକୋର୍ଟରୁ ଆଜିବି ବାବା ରାମଦେବଙ୍କୁ ମିଳିଲାନି କ୍ଷମା

ନୂଆଦିଲ୍ଲୀ,୧୬।୪: ଯୋଗ ଗୁରୁ ବାବା ରାମଦେବ ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଠାରୁ ଏଲୋପାଥି (ଇଂରାଜୀ ଔଷଧ) ବିରୁଦ୍ଧରେ ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ପାଇନାହାଁନ୍ତି। ପତଞ୍ଜଳି...

ଗୟାରେ ଗର୍ଜିଲେ ମୋଦି, ବିରୋଧୀଙ୍କୁ କଲେ ଟାର୍ଗେଟ

ଗୟା,୧୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିହାରରେ ପହଞ୍ଚିଛନ୍ତି, ଯେଉଁଠାରେ ସେ ଗୟାଠାରେ ଏକ ସମାବେଶକୁ ସମ୍ବୋଧିତ କରିଛନ୍ତି ଏବଂ କିଛି ସମୟ ପରେ ପ୍ରଧାନମନ୍ତ୍ରୀ...

୧୨ ତମ ତାଲିକାରେ ୪ ରାଜ୍ୟ ପାଇଁ ୭ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧୬।୪: ମଙ୍ଗଳବାର ଭାଜପା ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଦ୍ୱାଦଶ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ୪ଟି ରାଜ୍ୟରେ ୭ଟି ଆସନ...

ଆପଣଙ୍କ ପରାମର୍ଶ ଆମର ଆବଶ୍ୟକ ନାହିଁ, ବାବା ରାମଦେବ, ବାଲକ୍ରିଷ୍ଣାଙ୍କୁ କାହିଁକି ଏମିତି କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୪: ମଙ୍ଗଳବାର ପତଞ୍ଜଳିର ଭ୍ରମାତ୍ମକ ବିଜ୍ଞାପନ ପ୍ରସଙ୍ଗରେ ଶୁଣାଣି ସୁପ୍ରିମକୋର୍ଟରେ ଚାଲିଛି। ଶୁଣାଣି ସମୟରେ ଜଷ୍ଟିସ ହିମା କୋହଲି ଏବଂ ଜଷ୍ଟିସ ଅମାନୁଲ୍ଲାଙ୍କ ବେଞ୍ଚ ବାବା...

ନିର୍ବାଚନ ପ୍ରଚାର ପାଇଁ ବଢିଲା ୪୦% ଘରୋଇ ବିମାନ ଚାହିଦା

ନୂଆଦିଲ୍ଲୀ,୧୬ା୪: ଲୋକ ସଭା ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନେତା ଓ ରାଜନୈତିକ ଦଳଗୁଡ଼ିକର ପ୍ରତିନିଧିମାନେ ଦେଶବ୍ୟାପୀ ବିଭିନ୍ନ ସ୍ଥାନକୁ ପ୍ରଚାରରେ ଯାଉଛନ୍ତି। ଏଭଳି...

୨.୨୬ ଲକ୍ଷ ଟଙ୍କାରେ ନିଲାମ ହେଲା ଗୋଟିଏ ଅଣ୍ଡା, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୬।୪: ସମସ୍ତେ ଶୁଣିଛନ୍ତି ଯେ ଅଣ୍ଡା ଖାଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ, କିନ୍ତୁ ଯେତେବେଳେ ଆପଣ ଜାଣିବେ ଯେ ଗୋଟିଏ ଅଣ୍ଡାର ମୂଲ୍ୟ ଲକ୍ଷ ଲକ୍ଷ...

ମୋଦିଙ୍କ ବିରୋଧରେ ଲଢିବେ ମୁସଲମାନ ପ୍ରାର୍ଥୀ

ଲକ୍ଷ୍ନୌ,୧୬।୪: ଲୋକ ସଭା ନିର୍ବାଚନ ପାଇଁ ଆଉ ୧୧ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବହୁଜନ ସମାଜ ପାର୍ଟି। ମାୟାବତୀ ମୈନପୁରୀ ଲୋକ ସଭା ଟିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri