Posted inଜାତୀୟ

ଧନଖର, ମୋଦିଙ୍କୁ ନେଇ ବଡ଼ କଥା କହିଦେଲେ ଖାର୍ଗେ, ରାଜନୀତିରେ ହଇଚଇ

ନୂଆଦିଲ୍ଲୀ,୨୭।୭: ଜଗଦୀପ ଧନଖରଙ୍କ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେବା ପରେ ଦେଶରେ ରାଜନୀତି ଜୋର ଧରିଛି। ଏହି ସମୟରେ, କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ରବିବାର କହିଛନ୍ତି , ଏହା ତାଙ୍କ (ଧନଖର) ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଏକ ମାମଲା। ସେ କହିଛନ୍ତି , ପୂର୍ବତନ ଉପରାଷ୍ଟ୍ରପତି ସର୍ବଦା ସରକାରଙ୍କ ସପକ୍ଷରେ ଥିଲେ।

କଂଗ୍ରେସ ଅଧ୍ୟକ୍ଷ ଖାର୍ଗେ ପଚାରିଛନ୍ତି , କୃଷକଙ୍କ ସପକ୍ଷରେ କହିବା ପାଇଁ ଧନଖରଙ୍କୁ ଇସ୍ତଫା ଦେବାକୁ ବାଧ୍ୟ କରାଯାଇଥିଲା କି? ସେ ଅଭିଯୋଗ କରିଛନ୍ତି , ରାଜ୍ୟସଭାର ଅଧ୍ୟକ୍ଷ ଭାବରେ ତାଙ୍କ କାର୍ଯ୍ୟକାଳ ମଧ୍ୟରେ, ଧନଖର ନିରନ୍ତର ସରକାରଙ୍କ ପକ୍ଷ ନେଇଥିଲେ ଏବଂ ବିରୋଧୀଙ୍କୁ ପ୍ରମୁଖ ପ୍ରସଙ୍ଗ ଉଠାଇବାକୁ ସୁଯୋଗ ଦେଇ ନଥିଲେ।

ଧନଖରଙ୍କ ଇସ୍ତଫା ସମ୍ପର୍କରେ ସେ ଆହୁରି କହିଛନ୍ତି, ଆମ ପାଖରେ ଏ ବିଷୟରେ କୌଣସି ସୂଚନା ନାହିଁ। ଏହା ଧନଖର ଏବଂ ମୋଦିଙ୍କ ମଧ୍ୟରେ ମାମଲା। ସେ କହିବା ଉଚିତ୍‌ ଯେ କ’ଣ ଘଟିଥିଲା? ଯେତେବେଳେ ଆମେ ନୋଟିସ ଦେଇ ଗରିବ, ମହିଳା, ଦଳିତ ଏବଂ ବଞ୍ଚିତଙ୍କ ଉପରେ ଅତ୍ୟାଚାର ଏବଂ ହିନ୍ଦୁ-ମୁସଲିମ ସଂଘର୍ଷ ଭଳି ଘଟଣା ସହିତ ଜଡିତ ପ୍ରସଙ୍ଗ ଉଠାଇବାକୁ ଚେଷ୍ଟା କରିଥିଲୁ, ସେ ଆମକୁ ସୁଯୋଗ ଦେଇ ନଥିଲେ।”

୨୧ ଜୁଲାଇ ସନ୍ଧ୍ୟାରେ ଜଗଦୀପ ଧନଖର ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ହଠାତ୍‌ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିଲେ, ଯାହା ଫଳରେ ରାଜନୈତିକ ମହଲରେ କଳ୍ପନାଜଳ୍ପନା ଆରମ୍ଭ ହୋଇଥିଲା। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପଠାଯାଇଥିବା ଇସ୍ତଫା ପତ୍ରରେ ଧନଖର କହିଛନ୍ତି ଯେ ସ୍ବାସ୍ଥ୍ୟସେବାକୁ ପ୍ରାଥମିକତା ଦେବା ପାଇଁ ସେ ତୁରନ୍ତ ପଦ ଛାଡି ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?