Posted inଜାତୀୟ

ଲାଲୁଙ୍କ ପରିବାର ପରିସରରେ ଇଡିର ଚଢାଉ, ରାଗିଲେ ଖାର୍ଗେ

ନୂଆଦିଲ୍ଲୀ,୧୧ ।୩: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ପରିବାରର କିଛି ପରିସରରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରିଛି । ଏବେ ଏହାକୁ ନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ରର ମୋଦି ସରକରଙ୍କୁ ଟାର୍ଗେଟ କରିଛନ୍ତି । ଖାର୍ଗେ କହିଛନ୍ତି, ଏବେ ପାଣି ମୁଣ୍ଡ ଉପରକୁ ଚାଲିଯାଇଛି ।
ସୂଚନାଯୋଗ୍ୟ, ଇଡି ଶୁକ୍ରବାର ଚାକିରି ବଦଳରେ ଜମି ଘୋଟାଲା ମାମଲାରେ ମନି ଲଣ୍ଡରିଂ ସମ୍ବନ୍ଧିୟ ଯାଞ୍ଚ ଆଧାରରେ ବିହାରର କିଛି ସ୍ଥାନରେ ଓ ଅନ୍ୟ କିଛି ସ୍ଥାନରେ ଚଢାଉ କରିଥିଲା । ଏହାରି ଭିତରେ ଲାଲୁ ପ୍ରସାଦଙ୍କ ପରିବାର ଓ ଆରଜେଡିର ଅନ୍ୟ ନେତାଙ୍କ ପରିସରରେ ବି ଚଢାଉ କରାଯାଇଥିଲା । ଆରଜେଡି ମୁଖ୍ୟଙ୍କ ୩ ଝିଅଙ୍କ ବିଭିନ୍ନ ପରିସରରେ ବି ଚଢାଉ କରାଯାଇଥିଲା ।
ଇଡିର ଏହି କାର୍ଯ୍ୟାନୁଷ୍ଠାନକୁ ନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମୋଦି ସରକାର ଏଜନ୍ସି ଗୁଡିକର ଦୂରୁପଯୋଗ କରୁଥିବା ଅଭିଯୋଗ ଆଣିଛନ୍ତି । ଖାର୍ଗେ ଶୁକ୍ରବାର ବିଳମ୍ବିତ ସନ୍ଧ୍ୟାରେ ଟୁଇଟ କରିଛନ୍ତି ସେ ଲେଖିଛନ୍ତି, ଗତ ୧୪ ଘଣ୍ଟା ହେବ ମୋଦି ଜି ବିହାରର ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବଙ୍କ ଘରେ ଇଡିକୁ ବସାଇ ରଖିଛନ୍ତି । ତାଙ୍କର ଗର୍ଭବତୀ ପତ୍ନୀ ଓ ଭଉଣୀମାନଙ୍କୁ ହଇରାଣ କରାଯାଉଛି । ଲାଲୁ ପ୍ରସାଦ ଯାବଦ ଜଣେ ବରିଷ୍ଠ, ଅସୁସ୍ଥ ବ୍ୟକ୍ତି, ତଥାପି ମୋଦି ସରକାର ତାଙ୍କ ପ୍ରତି ମାନବିକତା ଦେଖାଇ ନ ଥିଲେ । ଏବେ ପାଣି ମୁଣ୍ଡ ଉପରକୁ ଚାଲିଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri