Posted inଜାତୀୟ

ରାହୁଲଙ୍କ ପରେ ଖର୍ଗେଙ୍କ ଭାଷଣର ହେଲା ‘ସେଂସର’, ବାଜପେୟୀଙ୍କ ଉଦାହରଣ ଦେଲେ କଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୯ ।୨: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖର୍ଗେ ଗୁରୁବାର(୯ ଫେବୃୟାରୀ)ରେ ରାଜ୍ୟ ସଭାର ସଭାପତି, ଉପରାଷ୍ଟ୍ରପତି ଜଗଦିପ ଧନଖଡଙ୍କୁ ପ୍ରଶ୍ନ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ ଉପରେ ତାଙ୍କ ଭାଷଣର କିଛି ଅଂଶକୁ ସଂସଦର ରେକର୍ଡରୁ କାହିଁକି ହଟାଇ ଦିଆଗଲା । ସେ କହିଥିଲେ, ମୋତେ ଲାଗୁନାହିଁ ମୋ ଭାଷଣରେ କାହା ବିରୋଧରେ ଅଂସଦୀୟ ଅଥବା ଅଭିଯୋଗ ଲଗାଇବା ଭଳି କିଛି କଥା ଥିଲା..ହେଲେ କିଛି ଶବ୍ଦର ଭୁଲ ଅର୍ଥ ବାହାର କରାଗଲା…ଯଦି ଆପଣଙ୍କୁ କିଛି ସନ୍ଦେହ ଥିଲା, ତେବେ ଆପଣ ଅଲଗା ଭାବେ ପଚାରି ପାରି ଥାଆନ୍ତେ, ହେଲେ ଆପଣ କହିଲେ କିଛି ଶବ୍ଦକୁ ହଟାଇ ଦିଆଯିବା ଦରକାର ।

ମଲ୍ଲିକାର୍ଜୁନ ଖର୍ଗେ କହିଲେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀ ସାହେବ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ପିଭି ନରସିଂହା ରାଓ ଜିଙ୍କ ବିରୋଧରେ ଏକ ଶବ୍ଦ ବ୍ୟବହାର କରିଥିଲେ ଆଉ ସେହି ଶବ୍ଦ ଏବେବି ପୁସ୍ତକରେ ରହିଛି । ଏହାପରେ ଜଗଦିପ ଧନଖଡ କଂଗ୍ରେସ ମୁଖ୍ୟଙ୍କୁ ମନାଇବାକୁ ଚେଷ୍ଟା କରି ସଭାପତି ବିରୋଧି ନେତାଙ୍କ ଶେଷ ରକ୍ଷକ ବୋଲି କହିଥିଲେ ।
ଏହାପୂର୍ବରୁ ରାହୁଲ ଗାନ୍ଧୀଙ୍କ ଭାଷଣରୁ ବି କିଛି କଥାକୁ ହଟାଇ ଦିଆଯାଇଥିଲା । ଯାହାକୁ ନେଇ ପ୍ରଶ୍ନ ଉଠିଥିଲା । ବିରୋଧି ସରକାରଙ୍କ ଉପରେ ପାର୍ଲାମେଣ୍ଟରେ ତାଙ୍କ କଥାକୁ ‘ସେଂସର’ କରାଯାଉଥିବା ଅଭିଯୋଗ ଆଣିଥିଲେ । ରାହୁଲ ଗାନ୍ଧୀ ପାର୍ଲାମେଣ୍ଟରୁ ବାହାରକୁ ଆସି ଖବରଦାତାଙ୍କୁ କହିଥିଲେ, ମୋ ଶବ୍ଦକୁ କାହିଁକି ହଟାଇ ଦିଆଗଲା ପ୍ରଧାନମନ୍ତ୍ରୀ ଗୋଟିଏ ଦିନ ପୂର୍ବରୁ ଉଠାଯାଇଥିବା ପ୍ରଶ୍ନର ଜବାବ ଦେବାକୁ ବିଫଳ ବୋଲି ସେ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri