Posted inଜାତୀୟ

ଜନତାଙ୍କ ଅର୍ଥରେ ବନ୍ଧୁଙ୍କୁ ଫଣ୍ଡିଂ କରିଛନ୍ତି ମୋଦି: ଖର୍ଗେ

ନୂଆଦିଲ୍ଲୀ,୧୨ ।୨: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖର୍ଗେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ଶାସନ କ୍ଷମତାକୁ ଆସିବା ପରେ ମୋଦି ଉଦ୍ଦ୍ୟୋଗପତି ଗୌତମ ଅଦାନୀଙ୍କୁ ସାହାଯ୍ୟ କରିବା, ଉଚିତ ପ୍ରସଙ୍ଗକୁ ନ ଉଠାଇବା ଭଳି କାମ କରି ଲୋକତନ୍ତ୍ରକୁ ଶେଷ କରିଦେଇଥିବା ଅଭିଯୋଗ ଆଣିଛନ୍ତି ଖର୍ଗେ । ଝାଡ଼ଖଣ୍ଡର ସାହେବଗଞ୍ଜ ଜିଲାରେ ଏକ ରାଲିକୁ ସମ୍ବୋଧନ କରିବା ସମୟରେ ସେ ଏହା କହିଛନ୍ତି । ଖର୍ଗେ କହିଛନ୍ତି, ୨୦୧୯ରେ ଅଦାନୀଙ୍କ ସମ୍ପତ୍ତି ୧ ଲକ୍ଷ କୋଟି ଥିଲା ହେଲେ ଅଢେଇ ବର୍ଷ ଭିତରେ ତାଙ୍କ ସମ୍ପତ୍ତି ୧୩ ଲକ୍ଷ କୋଟି ହୋଇଗଲା । ଏ ହେଉଛନ୍ତି ସେହି ଆଦାନୀ ଯାହାଙ୍କ ବିମାନରେ ମୋଦି ଶପଥ ନେବାକୁ ଯାଇଥିଲେ । ଏମିତି କେଉଁ ଯାଦୁକି ଛଡି ମିଳିଲା ଯେ ଆଦାନୀଙ୍କ ସମ୍ପତ୍ତି ଏତେ ବଢିଗଲା । ଏହା ଏଇଥିପାଇଁ ହେଲା କାରଣ ମୋଦି ଜନତାଙ୍କ ପଇସା ନେଇ ନିଜ ବନ୍ଧୁଙ୍କୁ ଫଣ୍ଡିଂ କଲେ ।

କଂଗ୍ରେସ ଅଧ୍ୟକ୍ଷ ଆହୁରି ମଧ୍ୟ କହିଛନ୍ତି, ମୁଁ ମୋଦିଙ୍କୁ ଅନୁରୋଧ କରୁଛି ଦେଶର ଗରିବ, କୃଷକ ଓ ଶ୍ରମିକଙ୍କୁ ଏହି କଳା ଶିଖାନ୍ତୁ । ତା’ହେଲେ ଏତେ ପରିଶ୍ରମ କରିବାକୁ ପଡିବ ନାହିଁ । ଆପଣ ତାଙ୍କ ସମ୍ପତ୍ତି ୧୩ ଲକ୍ଷ କୋଟି କରିବାରେ ସାହାଯ୍ୟ କଲେ ଏମାନଙ୍କ ସମ୍ପତ୍ତି ୧୩ ଲକ୍ଷ କରିବାରେ ସାହଯ୍ୟ କରନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri