ଜିତୁ ମୁଣ୍ଡାଙ୍କୁ ମିଳିଲା ନ୍ୟାୟ: ମଲ୍ଲିପଶି ଗ୍ରାମ୍ୟ ବ୍ୟାଙ୍କ ମ୍ୟାନେଜର ନିଲମ୍ବିତ, ନବୀନଙ୍କ ହସ୍ତକ୍ଷେପ ପରେ…

ପାଟଣା,୨୩।୬(ବୀର କିଶୋର ଦାଶ): କେନ୍ଦୁଝରର ଜିତୁ ମୁଣ୍ଡାଙ୍କ କେସ୍‌ରେ ଅବହେଳା ପାଇଁ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ମ୍ୟାନେଜର ନିଲମ୍ବିତ ହୋଇଛନ୍ତି। କେନ୍ଦୁଝର ଜିଲା ମଲ୍ଲୀପଶି ସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖାରେ ଜଣେ ମୃତ ଜମାକାରୀଙ୍କ ଜମା ରାଶି ପ୍ରଦାନରେ ହୋଇଥିବା ଅହେତୁକ ବିଳମ୍ବକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କ୍ଷୋଭ ପ୍ରକାଶ କରିଥିଲେ। ଏହି ଘଟଣାରେ ସମ୍ପୃକ୍ତ ବ୍ରାଞ୍ଚ ମ୍ୟାନେଜର ସୁଶାନ୍ତ କୁମାର ସେଠୀଙ୍କୁ ନିଲମ୍ବନ କରାଯିବା ସହ ପୀଡ଼ିତ ପରିବାରର କ୍ଲେମ ସେଟଲମେଣ୍ଟ କରାଯାଇଥିବା କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । କେନ୍ଦ୍ର ଅର୍ଥ ମନ୍ତ୍ରାଳୟ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ଗତ ଜୁନ ୧୨ତାରିଖରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି କାର୍ଯ୍ୟାନୁଷ୍ଠାନ ବାବଦରେ ଅବଗତ କରାଇଛନ୍ତି । ସ୍ଥାନୀୟ ପ୍ରଶାସନର ସହାୟତାରେ ମୃତ୍ୟୁ ପ୍ରମାଣପତ୍ର ଓ ଉତ୍ତରାଧିକାରୀ ପ୍ରମାଣପତ୍ର ଦାଖଲ ହେବା ପରେ, ମୃତ ଆକାଉଣ୍ଟଧାରୀଙ୍କ ଜମା ରାଶି ୧୯ହଜାର ୪୦୨ ଟଙ୍କା ତାଙ୍କ ଆଇନଗତ ଉତ୍ତରାଧିକାରୀ ଜିତୁ ମୁଣ୍ଡା ଓ ଅନ୍ୟ ଦୁଇ ଜଣଙ୍କ ସପକ୍ଷରେ ପ୍ରଦାନ କରାଯାଇଛି । ଏହା ସହ ଗ୍ରାହକମାନଙ୍କୁ ସ୍ବଚ୍ଛ ଓ ସହାନୁଭୂତିପୂର୍ଣ୍ଣ ସେବା ଯୋଗାଇବା ପାଇଁ ବ୍ୟାଙ୍କ ତାର ସମସ୍ତ କ୍ଷେତ୍ରୀୟ କର୍ମଚାରୀଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।
କେବଳ ଓଡ଼ିଶା ନୁହେଁ, ବରଂ ଗତ ମେ ୨୯ରେ କେନ୍ଦ୍ର ଆର୍ଥିକ ସେବା ବିଭାଗ ଦେଶର ସମସ୍ତ ୨୮ଟି ଆଞ୍ଚଳିକ ଗ୍ରାମୀଣ ବ୍ୟାଙ୍କକୁ କଡ଼ା ନିର୍ଦ୍ଦେଶ ଦେଇଛି। ଗ୍ରାମୀଣ, ଆଦିବାସୀ ଓ ଅବହେଳିତ ବର୍ଗର ଗ୍ରାହକମାନେ ଯେପରି ବ୍ୟାଙ୍କିଙ୍ଗ ସେବା ପାଇବାରେ କୌଣସି ହଇରାଣ ନହୁଅନ୍ତି, ତାହା ନିଶ୍ଚିତ କରିବାକୁ କୁହାଯାଇଛି । କେନ୍ଦୁଝରର ଜିତୁ ମୁଣ୍ଡା ଘଟଣା ଓଡ଼ିଶାର ଆଦିବାସୀ ଓ ଗ୍ରାମୀଣ ଅଞ୍ଚଳରେ ବ୍ୟାଙ୍କିଙ୍ଗ ସେବା ପାଇବାରେ ଲୋକେ ସମ୍ମୁଖୀନ ହେଉଥିବା ସମସ୍ୟାକୁ ଏହି ଘଟଣା ସାମ୍ନାକୁ ଆଣିଥିଲା । ବ୍ୟାଙ୍କର ଜଟିଳ ପ୍ରକ୍ରିୟା ଯୋଗୁ ଏକ ଗରିବ ଆଦିବାସୀ ପରିବାର କେମିତି ହଇରାଣ ହେଉଛନ୍ତି, ସେ କଥା ସେ ଉଠାଇବା ସହ ବ୍ୟାଙ୍କର ଏଭଳି ବ୍ୟବହାରକୁ ଅମାନୁଷିକ ବୋଲି ଦର୍ଶାଇଥିଲେ । ନବୀନଙ୍କ ହସ୍ତକ୍ଷେପ ପରେ କେନ୍ଦ୍ରର ଏହି ତ୍ୱରିତ ପଦକ୍ଷେପ ଗ୍ରାମୀଣ ବ୍ୟାଙ୍କିଙ୍ଗ ବ୍ୟବସ୍ଥାରେ ସଂସ୍କାର ଆଣିବା ଦିଗରେ ଏକ ବଡ଼ ଦୃଷ୍ଟାନ୍ତ ପାଲଟିଛି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

ଜଣେ ‘ହିଟ୍‌’, ଜଣେ ‘ଫ୍ଲପ୍‌’: ଜାଣନ୍ତୁ ଟିମ୍‌ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ…

ଇରାନକୁ ଧ୍ୱଂସ କରିଦେବୁ: ୟୁଏନ୍‌ଜିଏରେ ଧମକ ଦେଲେ ଟ୍ରମ୍ପ୍‌

ଜାତିସଂଘ,୨୩ା୯:ଇରାନ ଯଦି ଓ୍ବାଶିଂଟନ ସହ ଚୁକ୍ତି ସ୍ବାକ୍ଷର ନ କରେ ତେବେ ଏହାକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଦିଆଯିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ଜାତିସଂଘ…

ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି

ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍‌ ପରିବାରଗୁଡ଼ିକୁ ଆକର୍ଷିତ କରୁଛି,…

କାର୍‌କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍‌କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍‌ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଗୁରୁତର…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?