ମଲ୍ଲିପୁର-କମାରଡ଼ିହୀ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ସଙ୍କୁଚିତ

ପ୍ରୀତିପୁର,୧୫ା୧୦(ସୁଶାନ୍ତ ବେହୁରିଆ):ବିଞ୍ଝାରପୁର ଗ୍ରାମ୍ୟ ଉନ୍ନୟନ ବିଭାଗ ଉପଖଣ୍ଡର ମଙ୍ଗଳପୁର ସେକ୍ସନ ଅଧୀନ ମଲ୍ଲିପୁର-କମାରଡ଼ିହୀ ଭାୟା ଯୋଗୀମଠ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ସଙ୍କୁଚିତ ହୋଇପଡ଼ିଛି। ବିଭାଗୀୟ ଅଧିକାରୀଙ୍କ ଦୂରଦୃଷ୍ଟି ଅଭାବ ଯୋଗୁ ରାସ୍ତାକୁ ଘାସ, ବେଣା ବୁଦା ଓ କଣ୍ଟା ଜାତୀୟ ଗଛ ମାଡ଼ି ଆସିଛି। ଏହି ରାସ୍ତା ଉପରେ କେଳାଙ୍ଗ, ଇଟାପଡ଼ା, ଯୋଗୀମଠ, ସହିମାଡ଼ ଏବଂ କମାରଡ଼ିହି ଗ୍ରାମର ହଜାରହଜାର ଜନସାଧାରଣ ନିର୍ଭରଶୀଳ। ହେଲେ ରାସ୍ତା ମଝିରେ ଫାଟ ଓ ଘାସ ବୁଦା ଥିବାରୁ ଯାତାୟାତରେ ସମସ୍ୟା ସୃଷ୍ଟି ହୋଇଛି। ଏହା ବିପଦର କାରଣ ମଧ୍ୟ ପାଲଟିଛି। ଏହି ବୁଦାମୂଳରେ ସାପ ଓ ଶିଆଳ ବସବାସ କରୁଥିବାରୁ ଦିନ ସମୟରେ ମଧ୍ୟ ଜନସାଧାରଣ ରାସ୍ତାରେ ଯାତାୟାତ କରିବାକୁ ଭୟ କରୁଛନ୍ତି। ରାସ୍ତାର ଅଧିକାଂଶ ସ୍ଥାନରେ ଗୋଡ଼ି ଓ ପିଚୁ ଉଠିଯାଇଛି। ବହୁ ସ୍ଥାନରେ ରାସ୍ତା ଦିଫାଳ ହୋଇଯାଇଛି। ୫ କି.ମି. ୫୦୦ ମିଟର ଲମ୍ବ ବିଶିଷ୍ଟ ଏହି ରାସ୍ତା ନିର୍ମାଣର ୫ ବର୍ଷରୁ ଊର୍ଦ୍ଧ୍ୱ ସମୟ ଅତିକ୍ରାନ୍ତ ହୋଇସାରିଥିଲେ ସୁଦ୍ଧା ବିଭାଗ ପକ୍ଷରୁ ଆଦୌ ଘାସ ଚଞ୍ଛା, ପାଣି ନାଳ କଟା କିମ୍ବା ମରାମତି କରାଯାଇ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।
ବିଭାଗ ପକ୍ଷରୁ ତୁରନ୍ତ ଏହି ରାସ୍ତାକୁ ୨ ଫୁଟ ଉଚ୍ଚ କରାଯିବା ସହିତ ଆବଶ୍ୟକ କଲଭର୍ଟ ନିର୍ମାଣ କରିବାକୁ ଜିଲାପାଳଙ୍କ ନିକଟରେ ଦାବି ହୋଇଛି। ଏସବୁ ହେଲେ ଜଳ ନିଷ୍କାସନ ହେବା ସହିତ ବନ୍ୟା ସମୟରେ ମଧ୍ୟ ଜନସାଧାରଣ ରାସ୍ତାରେ ଯାତାୟାତ କରିପାରିବେ ବୋଲି ଅଞ୍ଚଳବାସୀଙ୍କ ପକ୍ଷରୁ ପ୍ରଶେଷ ସୁତାର, ନିରାକାର ମଲ୍ଲିକ, ପ୍ରମୋଦ ବିଶ୍ୱାଳ, ବିକାଶ ପୃଷ୍ଟି, ପ୍ରଶାନ୍ତ ପଣ୍ଡା ଓ ପ୍ରତାପ କୁମାର ପଣ୍ଡା ପ୍ରମୁଖ କହିଛନ୍ତି। ଏ ସମ୍ପର୍କରେ ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ଜ୍ଞାନରଞ୍ଜନ ନାୟକଙ୍କୁ ପଚାରିବାରେ ସେ କହିଛନ୍ତି, ଖୁବ୍‌ଶୀଘ୍ର ଟେଣ୍ଡର ପ୍ରକ୍ରିୟା ସମାପ୍ତ କରାଯାଇ ରାସ୍ତା ମରାମତି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri