ମାଲ୍ୟାଙ୍କ ପ୍ରତ୍ୟର୍ପଣ: ଷ୍ଟାଟସ ରିପୋର୍ଟ ମାଗିଲେ ସୁପ୍ରିମକୋର୍ଟ

ମୁମ୍ବାଇ: ପଳାତକ ବିଜୟ ମାଲ୍ୟାଙ୍କୁ ଭାରତ ଫେରାଇ ଆଣିବା ଲାଗି ବ୍ରିଟେନରେ ବର୍ତ୍ତମାନ ପ୍ରତ୍ୟର୍ପଣ ଲାଗି ପ୍ରକ୍ରିୟା ଜାରି ରହିଛି। ଏହି ମାମଲା ବର୍ତ୍ତମାନ ଝୁଲି ରହିଛି। ଏହାକୁ ନେଇ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ଷ୍ଟାଟସ ରିପୋର୍ଟ ମାଗିଛନ୍ତି। ୬ ସପ୍ତାହ ମଧ୍ୟରେ ଷ୍ଟାଟସ ରିପୋର୍ଟ ଦେବା ଲାଗି କେନ୍ଦ୍ର ସରକାରଙ୍କୁ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ଅକ୍ଟୋବର ୫ରେ କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ କହିଥିଲେ, ମାଲ୍ୟାଙ୍କୁ ଫେରାଇ ଆଣିବା ଲାଗି ଏକ ଗୁପ୍ତ ଆଇନଗତ ପ୍ରକ୍ରିୟା ହାତକୁ ନିଆଯିବ। ଜଷ୍ଟିସ ୟୁ.ୟୁ.ଲଳିତ ଏବଂ ଜଷ୍ଟିସ ଅଶୋକ ଭୂଷଣ ସଲିସିଟର ଜେନେରାଲ ତୁଷାର ମେହେଟାଙ୍କୁ ନିର୍ଦ୍ଦେଶରେ କହିଛନ୍ତି, କେନ୍ଦ୍ର ୬ ସପ୍ତାହରେ ଷ୍ଟାଟସ ରିପୋର୍ଟ ପ୍ରଦାନ କରୁ। ମାମଲାର ପରବର୍ତ୍ତୀ ଶୁଣାଣି ୨୦୨୧ ଜାନୁୟାରୀ ପ୍ରଥମ ସପ୍ତାହରେ କରାଇବା ଦିଗରେ ସୁପ୍ରିମକୋର୍ଟ ଏଭଳି ନିର୍ଦ୍ଦେଶ ଜାରି କରିଛନ୍ତି। ସୂଚନାଯୋଗ୍ୟ, ବ୍ୟାଙ୍କଗୁଡିକର ଋଣ ନ ଫେରାଇବା ମାମଲାରେ ମାଲ୍ୟାଙ୍କ ବିରୋଧରେ ବର୍ତ୍ତମାନ ମାମଲା ଜାରି ରହିଛି। ଭାରତୀୟ ବ୍ୟାଙ୍କଗୁଡିକ ତାଙ୍କୁ ପ୍ରଦାନ କରିଥିବା ଋଣ ଅର୍ଥ ଫେରିପାଇବା ଲାଗି ମାମଲା କରିଛନ୍ତି। ସେହିଭଳି ନିଜ ପରିବାର ସଦସ୍ୟଙ୍କ ନିକଟକୁ ଏକ ବୃହତ୍‌ ପରିମାଣର ପାଣ୍ଠି ମାଲ୍ୟା ପଠାଇ ଦେଇଥିବା ଅଭିଯୋଗ ଆସିଛି। ସେ ଭାରତ ଛାଡ଼ି ବର୍ତ୍ତମାନ ଲଣ୍ଡନ ପଳାଇଛନ୍ତି। ସେଠାରୁ ତାଙ୍କୁ ଫେରାଇ ଆଣିବା ଲାଗି ଭାରତ ସରକାର ଲଣ୍ଡନ କର୍ତ୍ତୃପକ୍ଷଙ୍କୁ ନିବେଦନ କରିବା ପରେ ପ୍ରତ୍ୟପଣ ଲାଗି ପ୍ରକ୍ରିୟା ଜାରି ହୋଇଛି। ହେଲେ ଏହି ପ୍ରକ୍ରିୟା କେତେ ବାଟ ଆଗକୁ ବଢ଼ିଲା ତାହା ଏବେ ଯାଏ ସ୍ପଷ୍ଟ ହୋଇପାରିନାହିଁ। ଏହା ଉପରେ ସ୍ପଷ୍ଟ କରିବା ଲାଗି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri