୨୨ରେ ମାଲ୍ୟଗିରି ମହୋତ୍ସବ: ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ

ଖମାର,୨୦।୪(ଡି.ଏନ.ଏ.)- ପାଲଲହଡ଼ା ଉପଖଣ୍ଡରେ ୨୨ ତାରିଖରେ ହେବାକୁ ଥିବା ମାଲ୍ୟଗିରି ମହୋତ୍ସବ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମଙ୍ଗଳବାର ପାଲଲହଡ଼ା ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ମହୋତ୍ସବର ଅଧ୍ୟକ୍ଷ ତଥା ବିଧାୟକ ମୁକେଶ ପାଳ ଖବରଦାତାମାନଙ୍କୁ ଏ ନେଇ ସୂଚନା ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ମହୋତ୍ସବ ଆବାହକ ଉପଜିଲାପାଳ ଅଜିତ କୁମାର ପ୍ରଧାନ, ତହସିଲଦାର ଲମ୍ବୋଦର ମାରାଣ୍ଡି, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିଲୀପ କୁମାର ବାଡା, ପଞ୍ଚାୟତ ସମିତି ଅଧ୍ୟକ୍ଷା ରୀନାରାଣି ନାଏକ, ନବକିଶୋର ନାଏକ ଏବଂ କୋଷାଧକ୍ଷ ଜଳଧର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।
ସୂଚନା ଅନୁଯାୟୀ, ଆସନ୍ତା ୨୦ ତାରିଖ ସକାଳ ସାଢେ ୬ଟାରେ ଉପଖଣ୍ଡର ୬ଗୋଟି ସ୍ଥାନରୁ ମଶାଲ ଶୋଭାଯାତ୍ରା ବାହାରିବ। ଖୁଲୁଡ଼ି ଗିରିଶ୍ୱର ମନ୍ଦିର, ରଜଡ଼ଙ୍ଗ ଶିବମନ୍ଦିର, ମଗରମୁହାଣ, ପବିତ୍ରପୁର, ମାଲ୍ୟଗିରି ପାହାଡର ଶିଖର ମଠରୁ ମଶାଲ ଅଣାଯାଇ ଜଗନ୍ନାଥ ମନ୍ଦିରରେ ୨୨ ତାରିଖ ପର୍ଯ୍ୟନ୍ତ ରଖାଯିବ। ୨୨ ତାରିଖ ଅପରାହ୍ନ ୪ଟାରେ ଜଗନ୍ନାଥ ମନ୍ଦିରରୁ ମଶାଲକୁ ଶୋଭାଯାତ୍ରାରେ ମା’ କୁଣ୍ଢେଇବିରାଙ୍କ ନିକଟକୁ ନିଆଯାଇ ପୂଜାର୍ଚ୍ଚନା କରାଯିବ। ପରେ ଷ୍ଟାଡିୟମକୁ ନିଆଯାଇ ମହୋତ୍ସବକୁ ଉଦ୍‌ଘାଟନ କରାଯିବ। ସା ୭ଟାରେ ମହୋତ୍ସବ କମିଟି ଅଧ୍ୟକ୍ଷ ମୁକେଶ କୁମାର ପାଳଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହ ଏହାକୁ ଉଦ୍‌ଘାଟନ କରିବେ। ସମ୍ମାନିତ ଅତିଥି ଭାବେ ଢେଙ୍କାନାଳ ଏମ୍‌ପି ମହେଶ ସାହୁ ଓ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଯୋଗଦେବାର କାର୍ଯ୍ୟକ୍ରମ ରହିଛି I ମନୋରଞ୍ଜନ କାର୍ଯ୍ୟକ୍ରମରେ ରାଜ୍ୟସ୍ତରୀୟ ଓଡ଼ିଶୀ ନୃତ୍ୟ, ଗୋଟିପୁଅ ନୃତ୍ୟ, ୨୩ ତାରିଖରେ ଯୋଡିଶଙ୍ଖ ଓ ଘୁମୁରା ନୃତ୍ୟ, ୨୪ ତାରିଖରେ ସମ୍ବଲପୁରୀ, ପାଇକ ଆଖଡ଼ା ପରିବେଷଣ କରାଯିବ। ପ୍ରତ୍ୟେକ ଦିନ ଜିଲାସ୍ତରୀୟ ୩ଗୋଟି ଲୋକକଳା ଏବଂ ଉପଖଣ୍ଡ ଭିତରୁ ୭ଗୋଟି ଦଳ କଳା ପ୍ରଦର୍ଶନ କରିବେ। ସେହିପରି ଓଲିଉଡ୍‌ ଗାୟକ ଅଭିଜିତ ମଜୁମଦାର ମଧ୍ୟ ଯୋଗଦେଇ ସଙ୍ଗୀତ ପରିବେଷଣ କାର୍ଯ୍ୟକ୍ରମ ରହିଛି। ୨୩ ତାରିଖରେ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକ, ୨୪ ତାରିଖରେ ମୁଖ୍ୟ ଅତିଥି ଭାବେ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଓ ସମ୍ମାନିତ ଅତିଥି ଭାବେ ଏମ୍‌ପି ମହେଶ ସାହୁ, ତାଳଚେର ଓ ଛେଣ୍ଡିପଦା ବିଧାୟକ ଯୋଗଦେବେ ବୋଲି ସ୍ଥିର ହୋଇଛି। ପଲ୍ଲିଶ୍ରୀ ମେଳା ସହ ମୀନାବଜାର ଖୋଲାଯିବା ବୋଲି ମହୋତ୍ସବ କମିଟି ଅଧ୍ୟକ୍ଷ ପାଳ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri