ମାଲ୍ୟବନ୍ତ ମହୋତ୍ସବରେ ଦୁଲୁକିଲା ଚିତ୍ରକୋଣ୍ଡା

ଚିତ୍ରକୋଣ୍ଡା,୧୧ା୧(ଡି.ଏନ୍‌.ଏ.): ମାଲକାନଗିରିର ସବୁଠାରୁ ବଡ଼ ତଥା ଗଣପର୍ବ ମାଲ୍ୟବନ୍ତ ମହୋତ୍ସବ ଚିତ୍ରକୋଣ୍ଡାରେ ବୁଧବାର ଆରମ୍ଭ ହୋଇଛି। ଏହି ଅବସରରେ ଏକ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବରେ ଜିଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲୁ, ଚିତ୍ରକୋଣ୍ଡା ବ୍ଲକ ଅଧ୍ୟକ୍ଷା ସୁଶ୍ରୀ ରାଜେଶ୍ୱରୀ ଖିଲ, ଜିଲା ପରଷଦ ସଭ୍ୟା ବିନତୀ ଖିଲ ଉପସ୍ଥିତ ଥିଲେ। ଆଦିବାସୀଙ୍କ ପାରମ୍ପରିକ ଢେମ୍‌ସା ନୃତ୍ୟରେ ବିଧାୟକ, ବିଡିଓ, ତହସିଲଦାର ପ୍ରଶାସନିକ ଅଧିକାରୀ, ପଞ୍ଚାୟତ ପ୍ରତିନିଧି ଓ ଦର୍ଶକ ଝୁମିଛନ୍ତି। ଆଜି ଚିତ୍ରକୋଣ୍ଡା ମାଲ୍ୟବନ୍ତ ମହୋତ୍ସବ ଚିତ୍ରକୋଣ୍ଡା ବ୍ଲକ ଅଧ୍ୟକ୍ଷା ସୁଶ୍ରୀ ରାଜେଶ୍ୱରୀ ଖିଲ ଓ ବିଡିଓ ରଘୁନାଥ ମୁଣ୍ଡାରୀଙ୍କ ନେତୃତ୍ୱରେ ଚିତ୍ରକୋଣ୍ଡା ନଦୀକୂଳତଟ ଦୁର୍ଗା ମନ୍ଦିର ପୀଠ ସିଲେରୁ ନଦୀକୂଳରୁ ପାରମ୍ପରିକ ପୂଜାବିଧି କଳସରେ ପାଣି ଉଠାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲ ଓ ଚିତ୍ରକୋଣ୍ଡା ତହସିଲଦାର ଟି. ପଦ୍ମନାଭ ଦୋରା, ବନାଞ୍ଚଳ ଅଧିକାରୀ ବଳରାମ ନାୟକ, ଏସ୍‌ଡିଓ ଉମା ଶଙ୍କର ସାହୁ, ସିଡିପିଓ ଏ ଅର୍ଣ୍ଣପୂର୍ଣ୍ଣା ପ୍ରମୁଖ ସାମିଲ ଥିଲେ। ଆଜି ସନ୍ଧ୍ୟାଠାରୁ ଚିତ୍ରକୋଣ୍ଡା ମିନି ଷ୍ଟାଡିୟମ ପଡ଼ିଆରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଉକ୍ତ କାର୍ଯ୍ୟକ୍ରମକୁ ପିଇଓ ହେମନ୍ତ କୁମାର ଭୂୟାଁ, କନିଷ୍ଠ ଯନ୍ତ୍ରୀ,ନୟନ ସରକାର, ସହାୟକ ଯନ୍ତ୍ରୀ ସୂର୍ଯ୍ୟମଣି ବେହେରା, ସିପି ସୁଧାମୟ ମଣ୍ଡଳ,ବିପିଏମ ପର୍ଶୁରାମ ବେହେରା, ବିଏଲସି ସୋମନାଥ କୁମ୍ଭାର,ମିଶନ ଶକ୍ତି ସଂଯୋଜକ ରବୀନ୍ଦ୍ର ଭୂୟାଁ,ଏପିଓ ଉଛବ ଗିରି, ବିଏସ୍‌ଏସ୍‌ଓ ଅମର ମାଡ଼କାମୀ ଓ ଆସିଡିଏସ୍‌ ସୁପରଭାଇଜରଙ୍କ ସମେତ ସମସ୍ତ ପଞ୍ଚାୟତର ସରପଞ୍ଚ,ସମତିସଭ୍ୟ,ପିଇଓ,ଯନ୍ତ୍ରୀ,ଜିଆରଏସ୍‌ ଓ ସେଲସ୍‌ମ୍ୟାନ, ଶିକ୍ଷକ, ସାମାଜିକ କର୍ମୀ ପରିଚାଳନା କରିଥିବା ବେଳେ ଚିତ୍ରକୋଣ୍ଡା ଥାନା ଭାରପ୍ରାପ୍ତ ଅଧିକାରୀ ମୁକୁନ୍ଦ ମେଲେକା ଏବଂ ଓଆଇସି ଅନିଲ କୁମାର ପରିଡ଼ା ସମସ୍ତ ପୋଲିସ ସୁରକ୍ଷା ଯୋଗାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ, ସରକାରଙ୍କ ତରଫରୁ ମିଳିଲା…

ମାଲକାନଗିରି,୪ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଟପ୍‌ କ୍ୟାଡର ମାଓବାଦୀ ସୁଖରାମ ମରକମ୍‌ ଓରଫ ସୁରେଶ ଓରଫ ୟୋଗେସ୍‌ ବୁଧବାର ମାଲକାନଗିରି ପୋଲିସ ନିକଟରେ ଅସ୍ତ୍ରଶସ୍ତ୍ର…

ଲାଞ୍ଚ ନେଇ ଧରାପଡ଼ିଲେ JE, ବିଦ୍ୟୁତ୍‌ ସଂଯୋଗ ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ…

ମାଲକାନଗିରି,୩।୨(ଦୁର୍ଯ୍ୟୋଧନ ପାତ୍ର): ଲାଞ୍ଚ ନେଇ ଧରାପଡ଼ିଲେ ବିଦ୍ୟୁତ ବିଭାଗ କନିଷ୍ଠ ଯନ୍ତ୍ରୀ। ୨୦ ହଜାର ଲାଞ୍ଚ ନେଉଥିବାବେଳେ JE ପ୍ରଦେଶ ନାୟକଙ୍କୁ ଭିଜିଲାନ୍ସ ଧରିଛି। ସଦର ମହକୁମା…

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ ମୃତ୍ୟୁ…

ହେଟାବାଘର କାଟିନେଲେ ଲାଞ୍ଜ, ଗୋଡ, ନଖ

କାଲିମେଳା,୧୯।୧(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ରେଞ୍ଜ ଅଧୀନ କାଲିମେଳା-ମୋଟୁ ୩୨୬ ନମ୍ୱର ଜାତୀୟ ରାଜପଥର ଏମ୍‌ଭି ୭୨ ନିକଟ ଶାନ୍ତିନଗର ନିକଟରୁ ସୋମବାର ଗୋଟିଏ…

୩୨୬ ଜାତୀୟ ରାଜପଥରେ ହେଟା ବାଘକୁ ଧକ୍କା ଦେଲା ଅଜଣା ଗାଡି

କାଲିମେଳା,୧୯।୧(ଜୀବନ କୃଷ୍ଣ ଦାସ): ଦିନକୁ ଦିନ ଜଙ୍ଗଲ କ୍ଷୟ ହେବା ଫଳରେ ବନ୍ୟଜନ୍ତୁ ସହରମୁଖୀ ହେବାରେ ଦେଖିବାକୁ ମିଳିଛି। ଏଭଳି ସ୍ଥଳେ ଏକ ମାଲକାନଗିରି ଜିଲା କାଲିମେଳା…

ପୋଲିସ-ମାଓବାଦୀ ମୁହାଁମୁହିଁ: ଟଳିପଡିଲେ ମାଓବାଦୀ ନେତା ପାପା ରାଓ

ମାଲକାନଗିରି,୧୭ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ଜଣ ମାଓବାଦୀ ନିହତ ହୋଇଛନ୍ତି। ବିଜାପୁର…

ବେଆଇନ ପଥର ଖାଦାନରେ ଅଘଟଣ: ୨ ଶ୍ରମିକଙ୍କ ମୃତ, ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା

ମାଲକାନଗିରିରେ,୧୬।୨: ମାଲକାନଗିରି ଜିଲାରେ ବେଆଇନ ପଥର ଖାଦାନରୁ ପଥର ଖସି ଦୁଇ ଶ୍ରମିକଙ୍କ ପ୍ରାଣହାନି ଘଟିଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ପ୍ରକାଶ…

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ, ଭିଡିଓ କନ୍‌ଫରେନ୍ସିଂରେ ମୁଖ୍ୟମନ୍ତ୍ରୀ…

କାଲିମେଳା,୭ା୧(ଜୀବନକୃଷ୍ଣ ଦାସ): ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ପାପୁଲୁରୁ, କାଲିମେଳା ବ୍ଲକ, ମାଲକାନଗିରିରେ ହୋଇଯାଇଛି। ଯେଉଁଥିରେ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri