ଦିଦିଙ୍କୁ ‘ସଂସ୍କାର’ ପାଠ ପଢାଇଲେ ସ୍ମୃତି

କୋଲକତା,୧୫।୪: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ଭାଜପା ଏବଂ ତୃଣମୂଳ କଂଗ୍ରେସ ମଧ୍ୟରେ କଥା କଟାକଟି ଚାଲିଛି। ଦେଶରେ କରୋନା ବୃଦ୍ଧି ପାଉଥିବାରୁ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଦାୟୀ କରିଥିଲେ। ଏହାର ଜବାବରେ ଭାଜପା ନେତାମାନେ ମମତାଙ୍କ ଉପରେ ବର୍ଷିଛନ୍ତି। ପ୍ରଥମେ ଭାଜପା ଜାତୀୟ ସଭାପତି ଜେପି ନଡ୍ଡା ଏବଂ ପରେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ମଧ୍ୟ ଦିଦିଙ୍କୁ ସମାମଲୋଚନା କରିଛନ୍ତି। ସ୍ମୃତି କହିଛନ୍ତି ଯେ ମୋଦି ଜୀ ତାଙ୍କୁ ଦିଦି-ଦିଦି ବୋଲି ଡାକନ୍ତି, ସେ ତାଙ୍କୁ ଦୁର୍ବ୍ୟବହାର କରୁଛନ୍ତି। କରୋନା ମହାମାରୀ ପାଇଁ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ଜୀ ଏବଂ ଅମିତ ଶାହା ଜୀଙ୍କୁ ଦାୟୀ କରୁଛନ୍ତି ବୋଲି ଜାଣି ମୁଁ ଆଶ୍ଚର୍ଯ୍ୟ ହୋଇଗଲି। ଯିଏ ତୁମକୁ ସମ୍ମାନ କରୁଛି, ତୁମେ ତାଙ୍କୁ ତାଙ୍କୁ ସର୍ବସାଧାରଣରେ ଦୁର୍ବ୍ୟବହାର କରିବା କେତେ ଦୂର ଠିକ୍‌ ବୋଲି ସ୍କୃତି ପ୍ରଶ୍ନ କରିଛନ୍ତି।
ସୂଚନାଯୋଗ୍ୟ, ଜଲପାଇଗୁଡିରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବାବେଳେ ମମତା ବାନାର୍ଜୀ କହିଛନ୍ତି ଯେ, ଯେତେବେଳେ କରୋନା ପଶ୍ଚିମବଙ୍ଗରେ ମାଡିବ ସେତେବେଳେ ନରେନ୍ଦ୍ର ମୋଦି ଏବଂ ଅମିତ ଶାହା ଏଠାକୁ ଆସିବେ ନାହିଁ। ଏବେ ସେମାନେ ଏଠାକୁ ବାହାର ଲୋକଙ୍କୁ ଆଣୁଛନ୍ତି ଏବଂ କରୋନା ବିସ୍ତାର ହେବା ପରେ ପଳାଇଯିବେ ବୋଲି ମମତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri