Posted inଜାତୀୟ

କାହାକୁ ହାତ ଯୋଡି କ୍ଷମା ମାଗିଲେ ମମତା, ଜାଣନ୍ତୁ ପୁରା ଘଟଣା

କୋଲକାତା,୧୨।୯: ପଶ୍ଚିମବଙ୍ଗରେ ହୋଇଥିବା କୋଲକାତା ବଳାତ୍କାର-ହତ୍ୟା ଘଟଣା ବେଳକୁ ବେଳ ରାଜନୈତିକ ମହଲରେ ହଟଚମଟ ସୃଷ୍ଟି କରୁଛି। ଏହି ମାମଲାକୁ ନେଇ ଧର୍ମଘଟ କରୁଥିବା ଡାକ୍ତରମାନେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ବୈଠକ କରିବାକୁ ମନା କରି ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ପଶ୍ଚିମବଙ୍ଗ ସରକାର ଆନ୍ଦୋଳନକାରୀ ଡାକ୍ତରମାନଙ୍କୁ ଆଲୋଚନା ପାଇଁ ଡାକିଥିଲେ। ଆନ୍ଦୋଳନକାରୀ ଡାକ୍ତରଙ୍କ ସହ କଥାବାର୍ତ୍ତା କରିବାକୁ ମମତା ବାନାର୍ଜୀ ମଧ୍ୟ ସେଠାରେ ପହଞ୍ଚିଥିଲେ। ସେ ୨ ଘଣ୍ଟାରୁ ଅଧିକ ସମୟ ଅପେକ୍ଷା କରିଥିଲେ ମଧ୍ୟ ଡାକ୍ତର କଥା ହେବାକୁ ଆସିନଥିଲେ। ଏହା ପରେ ମମତା ବାନାର୍ଜୀ କହିଛନ୍ତି, ମୁଁ ହାତ ଯୋଡି ବଙ୍ଗଳାବାସୀଙ୍କୁ କ୍ଷମା ମାଗୁଛି ଯେ ଆମେ ଡାକ୍ତରମାନଙ୍କୁ କାମକୁ ଫେରାଇ ଆଣି ପାରିବୁ ନାହିଁ।
ମମତା ବାନାର୍ଜୀ କହିଛନ୍ତି, ରାଜ୍ୟରେ ଚିକିତ୍ସା ଅଭାବରୁ ୨୭ଜଣଙ୍କର ମୃତ୍ୟୁ ହୋଇସାରିଲାଣି। କିନ୍ତୁ ଡାକ୍ତରମାନେ ଧର୍ମଘଟରେ ଅଛନ୍ତି। ମୁଁ ତିନିଥର ଚେଷ୍ଟା କଲି, କିନ୍ତୁ ଡାକ୍ତରଙ୍କ ସହ ସାକ୍ଷାତ ହୋଇପାରିଲା ନାହିଁ। ମମତା କହିଛନ୍ତି, ବର୍ତ୍ତମାନ ଯଦି କୌଣସି ବୈଠକ ହୁଏ ତେବେ ଏହା ମୁଖ୍ୟ ସଚିବ ଏବଂ ଅନ୍ୟ ଅଧିକାରୀଙ୍କ ସହ ହେବ।

ସୂଚନାଯୋଗ୍ୟ, ମମତା ବାନାର୍ଜୀ ବିରୋଧ ପ୍ରଦର୍ଶନ କରୁଥିବା ଡାକ୍ତରମାନଙ୍କୁ ଏକ ବୈଠକ ପାଇଁ ଡାକିଥିଲେ। ଆଲୋଚନା ପାଇଁ ୧୫ ଜୁନିଅର ଡାକ୍ତରଙ୍କ ଏକ ପ୍ରତିନିଧୀ ଦଳ ଡକାଯାଇଥିଲା। ତେବେ ବୈଠକର ଲାଇଭ ଟେଲିକାଷ୍ଟ ଉପରେ ସରକାରଙ୍କ ଉପରେ ପ୍ରତିବନ୍ଧକ ଲଗାଯାଇଥିଲା। ଏହି କାରଣରୁ ଜୁନିୟର ଡାକ୍ତର ସଭା ସ୍ଥଳରେ ପହଞ୍ଚିଥିଲେ ମଧ୍ୟ ଭିତରକୁ ଯାଇ ନଥିଲେ। ମମତା ବାନାର୍ଜୀ ସେଠାରେ ପ୍ରାୟ୨ ଘଣ୍ଟା ଅପେକ୍ଷା କରି ରହିଲେ। ଟେଲିକଷ୍ଟ ବିନା ବୈଠକ କରିବାକୁ ଡାକ୍ତରମାନେ ମନା କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri