Posted inଜାତୀୟ

ଦିଦି ବଙ୍ଗଳାର ସିଂହୀ: ସଞ୍ଜୟ

ମୁମ୍ବାଇ,୧।୧୧: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବଙ୍ଗଳାର ସିଂହୀ ବୋଲି ବର୍ଣ୍ଣନା କରିଛନ୍ତି ଶିବସେନା ଏମ୍‌ପି ସଞ୍ଜୟ ରାଉତ। ବୁଧବାର ମମତାଙ୍କୁ ଭେଟିବା ପରେ ସଞ୍ଜୟ କହିଥିଲେ ଯେ, ଆମେ ସମସ୍ତେ ମିଶି କେନ୍ଦ୍ର ସରକାରଙ୍କ ବିରୋଧରେ ଲଢିବୁ। ଦିଦି ବଙ୍ଗଳାର ସିଂହୀ, ସେ ତାହା ପ୍ରମାଣିତ କରିଛନ୍ତି। ମମତା ବାନାର୍ଜୀ ମଧ୍ୟ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଭେଟିବାକୁ ଚାହୁଁଛନ୍ତି, କିନ୍ତୁ ତାଙ୍କ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ମମତା ନିଜେ ନିଷ୍ପତ୍ତି ନେଇଛନ୍ତି ଯେ ତାଙ୍କୁ ବିଶ୍ରାମ ନେବାକୁ ସୁଯୋଗ ଦିଆଯାଉ। କେନ୍ଦ୍ର ସହ ଏଭଳି ଲଢେଇରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ। ସେଥିପାଇଁ ମମତା ବାନାର୍ଜୀ ସମ୍ପୂର୍ଣ୍ଣ ସୁସ୍ଥ ହେବା ପାଇଁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ରାମ ନେବାକୁ କହିଛନ୍ତି ବୋଲି ସଞ୍ଜୟ କହିଛନ୍ତି।
ଉଦ୍ଧବ ଠାକରେ ଅସୁସ୍ଥ ଥିବାରୁ ତାଙ୍କ ପୁଅ ତଥା ମନ୍ତ୍ରୀ ଆଦିତ୍ୟ ଠାକରେ ମମତାଙ୍କ ସହ ସାକ୍ଷାତ କରିଛନ୍ତି। ଉଭୟଙ୍କ ସାକ୍ଷାତ ସମୟରେ ସଞ୍ଜୟ ରାଉତ ମଧ୍ୟ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଶ୍ରାବଣ ସୋମବାରରେ ଦୁର୍ଘଟଣା, ମନ୍ଦିରରେ ଦଳାଚକଟାରେ ଅନେକ ଶ୍ରଦ୍ଧାଳୁ ଆହତ

ପାଟନା,୨୪।୮: ପବିତ୍ର ଶ୍ରାବଣ ମାସର ଶେଷ ସୋମବାରରେ ବିହାରର ମାଧେପୁରା ଜିଲାର ସିଂହେଶ୍ୱର ମନ୍ଦିରରେ ଦଳାଚକଟା ଘଟି ଅନେକ ଭକ୍ତ ଆହତ ହୋଇଛନ୍ତି। ଏହା ପରେ ସୃଷ୍ଟି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା…

‘ଦି ପ୍ରାଇମ୍‌ ମିନିଷ୍ଟର୍ସ ଟେବୁଲ’

ନୂଆଦିଲ୍ଲୀ,୨୪ା୮(ପିଟି): ପ୍ରଧାନମନ୍ତ୍ରୀଙ୍କ ଖାଦ୍ୟ ଥାଳିଠାରୁ ଆରମ୍ଭ କରି ସେମାନଙ୍କ ବ୍ୟକ୍ତିଗତ ଜୀବନୀ ଉପରେ ଏକ ପୁସ୍ତକ ପ୍ରକାଶ ପାଇଛି, ଯାହାକି ସେମାନଙ୍କ ରାଜନୈତିକ ଜୀବନୀଠାରୁ ମଧ୍ୟ କିଛି…

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…

ଏଇ ଭାରତରେ

ବର୍ଜ୍ୟ ପରିଚାଳନାରେ ବେଙ୍ଗାଲୁରୁର ବ୍ରିଗେଡ ମିଡୋଜ କଲୋନି ଏକ ଉଦାହରଣ ସୃଷ୍ଟି କରିଛି। ଏହି କଲୋନିର ଆପାର୍ଟମେଣ୍ଟଗୁଡ଼ିକରେ ପାଖାପାଖି ୭,୦୦୦ ପରିବାର ରହୁଛନ୍ତି। ସେମାନେ ଏକ ସୋସାଇଟି…

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri