ଭାଜପା ଏମ୍‌ପିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଅଧଘଣ୍ଚା ଧରି ଚାଲିଲା ଆଲୋଚନା

କୋଲକାତା, ୧୮।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ଭାରତୀୟ ଜନତା ଦଳର ଏମ୍‌ପି ଅନନ୍ତ ମହାରାଜ ଓରଫ୍‌ ନାଗେନ୍‌ ରାୟଙ୍କୁ ତାଙ୍କ କୁଚବିହାର ସ୍ଥିତ ଘରେ ଭେଟିଛନ୍ତି । ନାଗେନ୍‌ ମମତାଙ୍କୁ ପାରମ୍ପରିକ ପୋଷାକ ଏବଂ ପାନପତ୍ର ଦେଇ ସ଼୍ବାଗତ କରିଥିଲେ । ଏହାପରେ ଦୁହିଁଙ୍କ ମଧ୍ୟରେ ଆଲୋଚନା ଆରମ୍ଭ ହୋଇଥିଲା । ପାଖାପାଖି ଅଧଘଣ୍ଟା ଧରି ଏହି ଆଲୋଚନା ଜାରି ରହିଥିଲା । ହେଲେ କେଉଁ ବିଷୟରେ ଆଲୋଚନା ହୋଇଛି ସେ ସମ଼୍ବନ୍ଧରେ କିଛି ଜଣାପଡ଼ିନାହିଁ ।

ନାଗେନ୍‌ଙ୍କ ଘରେ ପହଞ୍ଚିବା ପୂର୍ବରୁ ମମତା ଜିଲ୍ଲା ମୁଖ୍ୟାଳୟ ପାଖ ମଦନ ମୋହନ ମନ୍ଦିରରେ ପୂଜା କରିଥିଲେ । ସିଲିଗୁଡ଼ିରେ ଉତ୍ତର ବଙ୍ଗ ମେଡିକାଲ କଲେଜ ଏବଂ ହସ୍ପିଟାଲ ଗସ୍ତକରି ସୋମବାର ସାରେ କୁଚବିହାର ପହଞ୍ଚିଥିଲେ । ସେଠାରେ ସେ କାଞ୍ଚନଜଙ୍ଗା ଏକ୍ସପ୍ରେସ ଦୁର୍ଘଟଣାରେ ଆହତଙ୍କୁ ଭେଟିଥିଲେ ।

କୁଚବିହାର ଲୋକସଭା ସିଟ୍‌ରେ ନିଶିଥ୍‌ ପ୍ରାମିଣିକ୍‌ ଭାଜପା ପ୍ରାର୍ଥୀଙ୍କୁ ପାଖାପାଖି ୪୦ ହଜାରଭୋଟରେ ହରାଇଛନ୍ତି । ନିର୍ବାଚନ ଫଳ ପରେ ନାଗେନ୍‌ଙ୍କ ଅଞ୍ଚଳରେ ରଜବଂଶୀ ସମୁଦାୟର ଏକ ନିର୍ଦ୍ଧିଷ୍ଟ ବର୍ଗର ପ୍ରଭାବକୁ ଦେଖି ରାଜନୈତିକ ସମୀକରଣ ବଦଳିପାରେ ବୋଲି ଚର୍ଚ୍ଚା ହେଉଛି । ତେବେ ଭାଜପା ପକ୍ଷରୁ ଏ ସମ଼୍ବନ୍ଧରେ କୌଣସି ପ୍ରତିକ୍ରିୟା ପ୍ରକାଶ ପାଇନି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri