Posted inଜାତୀୟ

ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ- କ୍ଷମା ମାଗ, ନହେଲେ ଇସ୍ତଫା ଦିଅ

କୋଲକାତା, ୦୪।୦୮: ପଶ୍ଚିମବଙ୍ଗ ସରକାରରେ ଥିବା ମନ୍ତ୍ରୀ ଅଖିଲ ଗିରିଙ୍କ ମୁସ୍କିଲ୍‌ ଏବେ ବଢ଼ିବାରେ ଲାଗିଛି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଖିଲଙ୍କ ମନ୍ତବ୍ୟକୁ ନେଇ ଆପତ୍ତି ଉଠାଇଛନ୍ତି । ମିଳିଥିବା ସୂଚନା ଅନୁସାରେ ସେ ଏନେଇ ବିନା କୌଣସି ସର୍ତ୍ତରେ ତୁରନ୍ତ କ୍ଷମା ମାଗିବାକୁ ନହେଲେ ତୁରନ୍ତ ଇସ୍ତଫା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅଖିଲ ଗିରି ରାସ୍ତାକଡ଼ରେ ଦୋକାନ କରିଥିବା ବ୍ୟବସାୟୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ଆସିଥିବା ବନ ଅଧିକାରୀଙ୍କୁ ଧମକାଇଥିଲେ । ଏହାର ଭିଡିଓ ଭାଇରାଲ୍‌ ହୋଇଥିଲା । ଯାହାକୁ ନେଇ ତାଙ୍କ ଉପରେ ଆକ୍ସନ ନେଇଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀଙ୍କ ଅନୁସାରେ, ରାଜ୍ୟରେ ସରକାର କରିଥିବା ତୃଣମୂଳ କଂଗ୍ରେସ ମହିଳା ବନ ଅଧିକାରୀଙ୍କୁ ଧମକାଇବାକୁ ଦୃଢ଼ ବିରୋଧ କରୁଛି । ମନ୍ତ୍ରୀ ଅଖିଲ ଗିରିଙ୍କ ଟିପ୍ପଣୀରେ ମମତା ଦୁଃଖ ପ୍ରକାଶ କରିଛନ୍ତି । ତୃଣମୂଳ କଂଗ୍ରେସର ଅଧ୍ୟକ୍ଷ ସୁବ୍ରତ ବକ୍ସି ଅଖିଲ ଗିରିଙ୍କୁ ଫୋନ୍‌ କରିଛନ୍ତି ଏବଂ କହିଛନ୍ତି ଯେ ସେ ସଙ୍ଗେସଙ୍ଗେ ଏଥିପାଇଁ କ୍ଷମା ମାଗନ୍ତୁ । କ୍ଷମା ନମାଗିଲେ ଇସ୍ତଫା ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri