Posted inଜାତୀୟ

ମୋତେ ଇର୍ଷା କରୁଛନ୍ତି ମୋଦି, କାହିଁକି ଏମିତି କହିଲେ ଦିଦି

କୋଲକାତା,୨୬।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ରୋମ ଯିବାକୁ କେନ୍ଦ୍ର ତରଫରୁ ଅନୁମତି ନ ମିଳିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି ଦିଦି। ସେ କହିଛନ୍ତି, ମୋଦି ମୋତେ ଇର୍ଷା କରୁଛନ୍ତି। ଅକ୍ଟୋବରରେ ଇଟାଲୀଠାରେ ବିଶ୍ୱ ଶାନ୍ତି ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସମ୍ମିଳନୀରେ ମମତା ଯୋଗ ଦେବାର କାର୍ଯ୍ୟକ୍ରମ ଥିଲା। କିନ୍ତୁ ମମତାଙ୍କୁ ରୋମ ଯିବାକୁ କେନ୍ଦ୍ର ବୈଦେଶିକ ମନ୍ତ୍ରଣାଳୟ ଅନୁମତି ଦେଇ ନାହିଁ। ଏହାକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ କରି ସେ କହିଛନ୍ତି, ଆପଣ ମୋତେ ଅଟକାଇ ପାରିବେ ନାହିଁ। ମୁଁ ବିଦେଶ ଯିବା ପାଇଁ ଉତ୍ସୁକ ନୁହଁ। ଏହାର ସମ୍ବନ୍ଧ ରାଷ୍ଟ୍ରର ସମ୍ମାନ ସହ ରହିଛି। ଆପଣ (ପ୍ରଧାନମନ୍ତ୍ରୀ ମୋଦି) ହିନ୍ଦୁମାନଙ୍କ କଥା କହୁଛନ୍ତି, ମୁଁ ମଧ୍ୟ ଜଣେ ହିନ୍ଦୁ ମହିଳା, ମୋତେ ଯିବା ପାଇଁ କାହିଁକି ଅନୁମତି ଦେଲେ ନାହିଁ? ଆପଣ ମୋତେ ଈର୍ଷା କରୁଛନ୍ତି। ମମତା ଆହୁରି କହିଛନ୍ତି, ଆମକୁ ଆମର ସ୍ବାଧୀନତା ରକ୍ଷା କରିବାକୁ ପଡ଼ିବ। ‘ତାଲିବାନ’ ଶାସନ ଭାରତରେ ଚାଲିପାରିବ ନାହିଁ। ଟିଏମସି ଭାଜପାକୁ ପରାସ୍ତ କରିବାକୁ ଯଥେଷ୍ଟ। ‘ଖେଲା’ ଭବନିପୁରରୁ ଆରମ୍ଭ ହୋଇ ସାରା ଦେଶରେ ଆମର ବିଜୟ ପରେ ଶେଷ ହେବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ବିଶ୍ୱ ସ୍ତରୀୟ ଶାନ୍ତି ସମ୍ମିଳନୀରେ ଜଣେ ମୁଖ୍ୟମନ୍ତ୍ରୀ ଯୋଗଦେବାର ଷ୍ଟାଟସ ନାହିଁ। ସେ କେବେ ହେଲେ ଭାରତ ପକ୍ଷରୁ କୌଣସି ବିଶ୍ୱସ୍ତରୀୟ ସମ୍ମିଳନୀରେ ପକ୍ଷ ରଖିବାକୁ ଉପଯୁକ୍ତ ଅଧିକାରୀ ନୁହନ୍ତି ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri